Posted inଖେଳ

ଦ୍ୱିତୀୟ ଦିନିକିଆ: ଜମାନ ଦ୍ୱିଶତକରୁ ବଞ୍ଚିତ, ପାକିସ୍ତାନ ୧୭ ରନରେ ପରାସ୍ତ

ଜୋହାନ୍ସବର୍ଗ,୫।୪: ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ଓପନର ଫଖର ଜମାନଙ୍କ ଜବରଦସ୍ତ ଇନିଂସ ସତ୍ତ୍ୱେ ଭ୍ରମଣକାରୀ ପାକିସ୍ତାନ ୧୭ ରନରେ ପରାସ୍ତ ହୋଇଛି। ସ୍ଥାନୀୟ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଏହି ହାଇ ସ୍କୋରିଂ ମ୍ୟାଚ୍‌ରେ ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଦକ୍ଷିଣ ଆଫ୍ରିକା ୫୦ ଓଭରରେ ୬ ଉଇକେଟ ହରାଇ ୩୪୧ ରନ ସଂଗ୍ରହ କରିଥିଲା। ଜବାବରେ ପାକିସ୍ତାନ ୯ ଉଇକେଟ ହରାଇ ୩୨୪ ରନରେ ସୀମିତ ରହି ପରାସ୍ତ ହୋଇଥିଲା। ଜମାନ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
ଜମାନ ପାକିସ୍ତାନ ତରଫରୁ ଏକା ଲଢେଇ କରିଥିଲେ। ସେ ୧୫୫ଟି ବଲ୍‌ ଖେଳି ୧୮ ଚୌକା ଓ ୧୦ ଛକା ସହ ୧୯୩ ରନକରି ଦୁର୍ଭାଗ୍ୟଜନକ ଭାବେ ରନ୍‌ ଆଉଟ ହୋଇ ଦ୍ୱିଶତକରୁ ବଞ୍ଚିତ ହୋଇଥିଲେ। ଦ୍ୱିତୀୟ ରନ ନେବାକୁ ପ୍ରୟାସ କରୁଥିବା ବେଳେ ଲଙ୍ଗ୍‌ ଅଫ୍‌ରୁ ଏଡେନ ମାରାକ୍ରମ ଡାଇରେକ୍ଟ ଥ୍ରୋ କରି ଜମାନକୁ ରନ୍‌ ଆଉଟ କରିଥିଲେ ଓ ଏଥିସହିତ ତାଙ୍କ ସାହସିକ ଇନିଂସର ପରିସମାପ୍ତି ଘଟିଥିଲା। ଅନ୍ୟମାନଙ୍କ ମଧ୍ୟରେ ଅଧିନାୟକ ବାବର ଆଜମ ୩୧, ଆସିଫ ଅଲୀ୧୯, ଶଦାବ ଖାଁ ୧୩, ଫହିମ ଆଶ୍ରଫ୍‌ ୧୧ ରନକରି ଆଉଟ ହୋଇଥିବାବେଳେ ମହମ୍ମଦକ ହାସନେନ ୧୨ ରନକରି ଅପରାଜିତ ରହିଥିଲେ। ବୋଲିଂରେ ଦକ୍ଷିଣ ଆଫ୍ରିକା ତରଫରୁ ଅନରିଜ ନୋର୍ଜ ୩, ଆଣ୍ଡିଲ ଫେଲୁକ୍ୱାଓ ୨, କାଗିସୋ ରାବାଡ଼ା, ଲୁନ୍‌ଗି ଏନ୍‌ଗିଡି ଓ ତାବ୍ରେଜ ସାମସି ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ଦକ୍ଷିଣ ଆଫ୍ରିକା ତରଫରୁ ଅଧିନାୟକ ଟେମ୍ବା ବଭୁମା ସର୍ବାଧିକ ୯୨, ଓପନର ତଥା ଉଇକେଟକିପର ବ୍ୟାଟ୍ସମ୍ୟାନ କ୍ୱିଣ୍ଟନ ଡିକକ୍‌ ୮୦, ରାସି ଭାନେ ଡେର ଡୁସେନ ୬୦, ଓପନର ଏଡେନ ମାରାକ୍ରାମ ୩୯ ରନ ସଂଗ୍ରହ କରି ଆଉଟ ହୋଇଥିବା ବେଳେ ଡେଭିଡ୍‌ ମିଲର ୫୦ ରନ କରି ଅପରାଜିତ ରହିଥିଲେ। ବୋଲିଂରେ ପାକିସ୍ତାନ ତରଫରୁ ହାରିସ ରୌଫ ସର୍ବାଧିକ ୩, ଶାହିନ ଶାହା ଆଫ୍ରିଦି, ମହମ୍ମଦ ହାସନେନ ଓ ଫହିମ ଆଶ୍ରଫ୍‌ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଦକ୍ଷିଣ ଆଫ୍ରିକା ୫୦ ଓଭରରେ ୩୪୧/୬
(ବଭୁମା- ୯୨, ଡିକକ୍‌- ୮୦, ଭାନେ ଡେର ଡୁସେନ- ୬୦, ମିଲର- ୫୦*, ମାରାକ୍ରାମ- ୩୯, ହାରିସ- ୩/୫୪)।
ପାକିସ୍ତାନ ୫୦ ଓଭରରେ ୩୨୪/୯
(ଫଖର ଜମାନ- ୧୯୩, ବାବର ଆଜମ- ୩୧, ଆସିଫ ଅଲୀ- ୧୯, ନୋର୍ଜ- ୩/୬୯, ଆଣ୍ଡିଲ ଫେଲୁକ୍ୱାଓ- ୨/ ୬୭)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ମେଲବୋର୍ନ ପିଚ୍‌କୁ ନେଇ ବଢିଲା ଅସନ୍ତୋଷ: ମିଳିଲା ଡିମେରିଟ୍‌ ପଏଣ୍ଟ

ଦୁବାଇ, ୨୯ା୧୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଚତୁର୍ଥ ଆଶେସ ଟେଷ୍ଟ ଖେଳାଯାଇଥିବା ମେଲବୋର୍ନ ପିଚ୍‌କୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଶୃଙ୍ଖଳାଗତ ପଦକ୍ଷେପ...

ଟି୨୦ ବୋଲିଂରେ ନୂଆ ବିଶ୍ୱ ରେକର୍ଡ, ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୧୨: ଭୂଟାନ ସ୍ପିନର ସୋନମ ୟେଶେ ଏକ ଅନ୍ତର୍ଜାତୀୟ ପୁରୁଷ ଟି୨୦ କ୍ରିକେଟ ମ୍ୟାଚରେ ୮ ଉଇକେଟ ହାସଲ କରିବାରେ ପ୍ରଥମ ବୋଲର ହେବାର ଗୌରବ...

ମୁଖ୍ୟ ପ୍ରଶିକ୍ଷକ ପଦରୁ ବିଦା ହେବେ ଗମ୍ଭୀର! BCCI ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ଦେଲେ ଚାଞ୍ଚଲ୍ୟକର ବୟାନ

ନୂଆଦିଲ୍ଲୀ,୨୯।୧୨: ନିକଟରେ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ପଦରୁ ଗୌତମ ଗମ୍ଭୀରଙ୍କୁ ହଟାଇବା ନେଇ ଗୁଜବ ଜୋର ଧରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜ...

ଏହି ଦିନ ଘୋଷଣା ହେବ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ,...

୨୦୨୬ରେ ଆସୁଛି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ଖୁସିଖବର: ଟିମ ଇଣ୍ଡିଆରେ…

ନୂଆଦିଲ୍ଲୀ,୨୯।୧୨: ଟି-୨୦ କ୍ରିକେଟରେ ଟିମ ଇଣ୍ଡିଆର ପ୍ରଭାବଶାଳୀ ପ୍ରଦର୍ଶନ ଜାରି ରହିଛି। ସୂର୍ଯ୍ୟକୁମାର ଯାଦବ ଅଧିନାୟକତ୍ୱ ଗ୍ରହଣ କରିବା ପରଠାରୁ, ଭାରତୀୟ ଦଳ ଏହି ଫର୍ମାଟରେ...

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ: କ୍ରିକେଟ୍‌ ଜଗତରେ ଖେଳିଗଲା ଶୋକର ଛାୟା

ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri