ବଲାଙ୍ଗୀର ମ୍ୟୁନିସିପାଲଟି ରାସ୍ତାରେ ଡ୍ରେନ୍‌ ପାଣି: ଜିଲାପାଳ ଦୃଷ୍ଟି ଦେବାକୁ ଦାବି

ବଲାଙ୍ଗୀର ଅଫିସ, ୫।୪: ବଲାଙ୍ଗୀର ପୌରପରିଷଦ ଅନ୍ତର୍ଗତ ୱାର୍ଡ ନଂ. ୧୮ ତୁଲସୀନଗର ପଡ଼ାରେ ଏକ ଡ୍ରେନ ନିର୍ମାଣ କାମ ଅଧା ପଡ଼ିଥିବାରୁ ରାସ୍ତା ଉପରେ ଡ୍ରେନ ପାଣି ସୁଅ ଛୁଟୁଛି । ପ୍ରତିଦିନ ଏହି ରାସ୍ତା ଦେଇ ଯାତାୟାତ କରୁଥିବା ଲୋକେ ନାଳ ପାଣି ମାଡ଼ି ଯିବାଆସିବା କରୁଛନ୍ତି । ରାସ୍ତା ଉପରେ ଡ୍ରେନ ପାଣି ଯାଉଥିବାରୁ ଯିବାଆସିବା ବେଳେ ଛୋଟବଡ଼ ଦୁର୍ଘଟଣା ମଧ୍ୟ ଘଟୁଛି । ଏ ନେଇ ପଡାବାସୀ ଅସନ୍ତୋଷ ବ୍ୟକ୍ତ କରୁଛନ୍ତି । ପଡାବାସୀ ମ୍ୟୁନିସିପାଲଟି ଅଫିସକୁ ଯାଇ ପୌରପରିଷଦ ଅଧିକାରୀଙ୍କୁ ରାସ୍ତା ଓ ଡ୍ରେନ ନିର୍ମାଣ କରିବା ପାଇଁ ବହୁବାର ଦୃଷ୍ଟି ଆକର୍ଷଣ କଲାପରେ ମଧ୍ୟ କିଛି ସୁଫଳ ମିଳୁନାହିଁ କି ସମସ୍ୟାର ସମାଧାନ ହେଉ ନାହିଁ । ଦୀର୍ଘ ଦିନ ଧରି ରାସ୍ତା ଓ ଡ୍ରେନ୍‌ ସମସ୍ୟାର ସମାଧାନ ହେଉ ନଥିବାରୁ ଲୋକେ ପ୍ରଶାସନ ଅଧିକାରୀଙ୍କୁ ବିଶ୍ୱାସକୁ ନେଇପାରୁ ନାହାନ୍ତି। ଅନ୍ୟପକ୍ଷରେ ସହରର ରାସ୍ତାକଡରେ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରାଯାଇ ସୌନ୍ଦର୍ଯ୍ୟକରଣ କରାଯାଉଛି । ହେଲେ ସହରର ବିଭିନ୍ନ ୱାର୍ଡରେ ରହିଥିବା ରାସ୍ତା ଓ ଡ୍ରେନେଜ୍‌ ସମସ୍ୟା ପୌରପରିଷଦ ନିର୍ବାହୀ ଅଧିକାରୀଙ୍କ ନଜରକୁ ଆସୁ ନାହିଁ । ଏ ଦିଗରେ ଜିଲାପାଳ ଦୃଷ୍ଟି ଦେବାକୁ ପଡାବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri