ଭାଜପା ହିଁ ସୁନାର ବଙ୍ଗଳା କରିପାରିବ: ଧର୍ମେନ୍ଦ୍ର

ଭୁବନେଶ୍ୱର,୬।୪(ବ୍ୟୁରୋ): ଭାଜପା ହିଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ପଶ୍ଚିମବଙ୍ଗର ବିକାଶ କରିବା ସହ ସୁନାର ବଙ୍ଗଳା ନିର୍ମାଣ କରିପାରିବ ବୋଲି ସୋମବାର ପାନିହାଟ ସମେତ ବିଭିନ୍ନ ନିର୍ବାଚନ ମଣ୍ଡଳୀରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ଏବଂ ବୁଦ୍ଧିଜୀବୀଙ୍କ ସହ ଆଲୋଚନା କରିବା ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ସେହିପରି ଲୋକଙ୍କ ଆକାଂକ୍ଷାକୁ ପୂରଣ କରିବା ସରକାରଙ୍କ ପ୍ରଥମ ଦାୟିତ୍ୱ ହେବା ଦରକାର। ଯାହାକୁ ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଦେଉଛନ୍ତି ବୋଲି ସେ କହିଛନ୍ତି। ଏହି ଅବସରରେ ଧର୍ମେନ୍ଦ୍ର କହିଛନ୍ତି, ସାମୁଦ୍ରିକ ଅର୍ଥନୀତି ସହ ପଶ୍ଚିମବଙ୍ଗ ବିଭିନ୍ନ କ୍ଷେତ୍ରରେ ଆଗୁଆ ରହିଛି। ଏଠାକାର ଲୋକମାନେ ବୌଦ୍ଧିକ କ୍ଷମତା ଦୃଷ୍ଟିରୁ ତୀକ୍ଷ୍ଣ। ପୂର୍ବ ଭାରତକୁ ଦେଶର ଜ୍ଞାନ ଆଧାରିତ ଅର୍ଥନୀତି ଭାବେ ପୁନଃପ୍ରତିଷ୍ଠା କରିବା ପାଇଁ ଯୋଜନା ରହିଛି। ଏ ଦିଗରେ ଏହି ଅଂଞ୍ଚଳର ସାମଗ୍ରିକ ବିକାଶକୁ ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ପୂର୍ବ ଭାରତ ବିନା ସମଗ୍ର ଭାରତର ବିକାଶ ଅସମ୍ଭବ। ସେହିପରି ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଖଣିଜ କ୍ଷେତ୍ରରେ ନୀତି ସଂସ୍କାଣ ଅଣାଯାଇଛି। ଓଡିଶା, ପଶ୍ଚିମବଙ୍ଗ, ଛତିଶଗଡ, ଝାଡଖଣ୍ଡ ଭଳି ରାଜ୍ୟ ଏହାର ଉଦାହରଣ। ଅପରପକ୍ଷରେ ପ୍ରଧାନମନ୍ତ୍ରୀ ସ୍ବଚ୍ଛ ଭାରତ ଯୋଜନାରେ ଶୌଚାଳୟ, ଆବାସ ଯୋଜନାରେ ଘର, ଉଜ୍ଜଳା ଯୋଜନାରେ ଗ୍ୟାସ, ସୌଭାଗ୍ୟ ଯୋଜନାରେ ବିଦ୍ୟୁତ୍‌, ଜନଧନ ଆକାଉଣ୍ଟରେ ମହିଳାଙ୍କୁ ଆର୍ଥିକ ସହଯୋଗ ପ୍ରଭୁତି ଦିଆଯାଇଛି। ପ୍ରଧାନମନ୍ତ୍ରୀଙ୍କ ଜନକଲ୍ୟାଣୀ ଯୋଜନାର ପୂର୍ବ ଭାରତ ଆଜି ଅଧିକ ଲାଭାର୍ଥୀ ହୋଇଛନ୍ତି। ପଶ୍ଚିମବଙ୍ଗରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କରିଥିଲେ। ସୋମବାର ପାନିହାଟି ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପାର ଯୁବ କାର୍ଯ୍ୟକର୍ତ୍ତାଙ୍କ ଦ୍ୱାରା ଆୟୋଜିତ ବିଶାଳ ଜନସଭାରେ ସମ୍ବୋଧିତ କରିବା ସହ ଅନ୍ୟାନ୍ୟ ନିର୍ବାଚନ ଶୋଭାଯାତ୍ରାରେ ଧର୍ମେନ୍ଦ୍ର ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ: କହିଲେ ଯମ ଅଜାଣତରେ…

ଜୟପୁର,୨୦।୧୨: ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି ଯମ ଅଜାଣତରେ ମଣିଷର ମୃତ୍ୟୁ ହୁଏନି। ଏହା ସହ ସେ...

ଦାମୀ କାର ଭିତରେ ସିକ୍ରେଟ୍‌ ଚ୍ୟାମ୍ବର: ପୁଷ୍ପା ଷ୍ଟାଇଲରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ିବସିଲା…

ବଲାଙ୍ଗୀର,୨୦।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ପୁଷ୍ପା ଷ୍ଟାଇଲରେ ଏକ କ୍ରେଟା କାରରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ମାଡ଼ିବସିଲା...

ଗୋଡ଼ି ଛାଣିଲେ ମିଳେ ପଇସା, ଆଶ୍ଚର୍ଯ୍ୟ ଲାଗିଲେ ବି…

ଯାଜପୁର ଟାଉନ, ୨୦ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ମାନବ ସମାଜରେ ସମସ୍ତେ ନିଜ ପେଟପାଟଣା ପାଇଁ କିଛି ନା କିଛି କର୍ମ କରି ଦୁଇ ପଇସା ରୋଜଗାର...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉବେଳେ ଅଣ୍ଡାମାଡ଼ କଲା ଯୁବ କଂଗ୍ରେସ

ଭୁବନେଶ୍ୱର,୨୦ା୧୨: ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ଅଭିଯୋଗରେ ଗର୍ଜନ କରିଛି ଯୁବ କଂଗ୍ରେସ। ରାଜଧାନୀ ଭୁବନେଶ୍ବରରେ ବିକ୍ଷୋଭ ପ୍ରଦର୍ଶନ ସହ ଅଣ୍ଡାମାଡ଼ କରିଛି ଯୁବ...

୧୨ ବର୍ଷ ପରେ ବି ମିଳୁନି ସରକାରୀ ସୁବିଧା, ପ୍ରଶାସନିକ ଅବହେଳାର ଶିକାର ବଳିଆ

ଗଞ୍ଜାମ,୨୦ା୧୨(ଅନାଥ ତରାଇ): ସରକାରୀ ଯୋଜନା କାହା ପାଇଁ? ଯୋଗ୍ୟ ହିତାଧିକାରୀଙ୍କୁ ସୁବିଧା ଯୋଗାଇଦେବା କ୍ଷେତ୍ରରେ ପ୍ରଶାସନିକ ବିଫଳତାର ଏକ ନଗ୍ନଚିତ୍ର ଦେଖିବାକୁ ମିଳିଛି ଗଞ୍ଜାମ ବ୍ଲକ...

ଅଧାପନ୍ତରିଆ ଭିତ୍ତିଭୂମି, ପର୍ଯ୍ୟଟକ ନିରାଶ, ଜରାଜୀର୍ଣ୍ଣ ଅବସ୍ଥାରେ…

ଯାଜପୁର,୨୦ା୧୨(ହର୍ଷବର୍ଦ୍ଧନ ବେହେରା): ଏବେ ପିକ୍‌ନିକ୍‌ ଋତୁ। ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ବତନ୍ତ୍ର ସ୍ଥାନ ଲାଭ କରିଥିବା ଯାଜପୁର ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ପର୍ଯ୍ୟଟକମାନେ ବୁଲିବାକୁ ଆସୁଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢ଼ାଉ, ଏକକାଳୀନ ୫ଟି ସ୍ଥାନରେ ରେଡ୍

ଜଗତସିଂହପୁର: ସକାଳୁ ସକାଳୁ ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଜଗତସିଂହପୁର ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବହିର୍ଭୂତ ସଂପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri