Posted inଖେଳ

ଏହି ଷ୍ଟାଡିୟମରେ ଖେଳାଯାଇପାରେ ଟି-୨୦ ବିଶ୍ୱକପ୍‌ର ପ୍ରଥମ ମ୍ୟାଚ

ନୂଆଦିଲ୍ଲୀ,୬।୪: ଭାରତରେ ଚଳିତ ବର୍ଷ ଅକ୍ଟୋବର-ନଭେମ୍ବରରେ ଅନୁଷ୍ଠିତ ହେବାକୁ ଥିବା ଟି -୨୦ ବିଶ୍ୱକପ ଧର୍ମଶାଳା କ୍ରିକେଟ ଷ୍ଟାଡିୟମରୁ ଆରମ୍ଭ ହେବାର ସମ୍ଭାବନା ରହିଛି। ବିସିସିଆଇର କୋଷାଧ୍ୟକ୍ଷ ଅରୁଣ ଧୁମାଲ ଏହା କହିଛନ୍ତି। ବିଶ୍ୱକପ୍‌ରସମସ୍ତ ମ୍ୟାଚ କେବଳ ଭାରତରେ ଅନୁଷ୍ଠିତ ହେବ। ଏଭଳି ପରିସ୍ଥିତିରେ ଆମେ ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏସନ (ଏଚପିସିଏ) ଧର୍ମଶାଳା ଷ୍ଟାଡିୟମରେ ବିଶ୍ୱକପ୍‌ର ଉଦଘାଟନୀ ମ୍ୟାଚ କରିବାକୁ ଚେଷ୍ଟା କରୁଛୁ ବୋଲି ସେ କହିଛନ୍ତି। ଅରୁଣ ଧୁମଲ କହିଛନ୍ତି ଯେ ଧର୍ମଶାଳା ଷ୍ଟାଡିୟମରେ ଆୟୋଜିତ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ ଯୋଗୁ ପର୍ଯ୍ୟଟନ ସହର ଧର୍ମଶାଳା ପୁଣି ଥରେ ବିଶ୍ୱବ୍ୟାପୀ ମାନ୍ୟତା ପାଇବ। ସ୍ଥାନୀୟ ବ୍ୟବସାୟୀମାନେ ମଧ୍ୟ ଏଥିରୁ ଏକ ବଡ଼ ଲାଭ କରିବେ ବୋଲି ଆଶା କରାଯାଉଛି। ଦୀର୍ଘ ଦିନ ଧରି ଧର୍ମଶାଳା କ୍ରିକେଟ ଷ୍ଟାଡିୟମରେ ଅନ୍ତର୍ଜାତୀୟ ମ୍ୟାଚ ଆୟୋଜନ ହୋଇନାହିଁ। ସୂଚନାଯୋଗ୍ୟ, ବିଶ୍ୱକପ୍‌ର ୮ଟି ସମ୍ଭାବ୍ୟ ସ୍ଥାନରେ ଧର୍ମଶାଳାକୁ ଅନ୍ତର୍ଭୂକ୍ତ କରାଯାଇଛି। ତେବେ ଏହି ମ୍ୟାଚଗୁଡିକର କାର୍ଯ୍ୟସୂଚୀ ଏପର୍ଯ୍ୟନ୍ତ ଆସି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri