୧୦ଦିନରେ ମିଳିବ ଆବାସିକ, ଆୟ ପ୍ରମାଣପତ୍ର; ୧୫ଦିନ ମଧ୍ୟରେ ଜାତି ପ୍ରମାଣପତ୍ର

ଭୁବନେଶ୍ୱର, ୬।୪(ବ୍ୟୁରୋ)- ଜାତିଗତ, ଆବାସିକ, ଆୟ ଆଦି ବିଭିନ୍ନ ମିସ୍‌ଲାନିୟସ୍‌ ପ୍ରମାଣପତ୍ର ଯେପରି ଲୋକମାନଙ୍କୁ ଶୀଘ୍ର ମିଳିପାରିବ ସେନେଇ ରାଜ୍ୟ ସରକାର ମଙ୍ଗଳବାର ଏକ ପରିବର୍ତ୍ତିତ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଜନକୈନ୍ଦ୍ରିକ ଏବଂ ପ୍ରଶାସନିକ ପ୍ରତିବଦ୍ଧତାକୁ ନିଶ୍ଚିତ କରିବା ଉଦ୍ଦେଶ୍ୟରେ ରାଜସ୍ବ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଏହି ନିର୍ଦ୍ଦେଶନାମା ତୁରନ୍ତ କାର୍ଯ୍ୟକାରୀ କରିବାକୁ ସମସ୍ତ ଜିଲାପାଳଙ୍କୁ ବିଭାଗୀୟ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ପତ୍ର ଲେଖି ଜଣାଇଛନ୍ତି।

ପରିବର୍ତ୍ତିତ ନିୟମ ଅନୁସାରେ ଆବାସିକ, ଆୟ ଏବଂ ସମ୍ପତ୍ତି ପ୍ରମାଣପତ୍ର ଏବେ ଆବେଦନର ୧୦ଦିନ ମଧ୍ୟରେ ମିଳିପାରିବ, ଯାହାକି ପୂର୍ବରୁ ୧୫ଦିନ ରହିଥିଲା। ସେହିପରି ତଫସିଲ୍‌ଭୁକ୍ତ ଜନଜାତି(ଏସ୍‌ଟି), ତଫସିଲ୍‌ଭୁକ୍ତ ଜାତି(ଏସ୍‌ସି), ସାମାଜିକ ଓ ଅର୍ଥନୈତିକ ପଛୁଆ ବର୍ଗ(ଏସ୍‌ଇବିସି) ଏବଂ ଅନ୍ୟାନ୍ୟ ପଛୁଆ ବର୍ଗ(ଓବିସି) ପ୍ରମାଣପତ୍ର ଏବେ ମାସେ ପରିବର୍ତ୍ତେ ୧୫ଦିନ ମଧ୍ୟରେ ମିଳିପାରିବ।

ସମ୍ପତ୍ତି(ସଲ୍‌ଭେନ୍ସ), ଉତ୍ତରାଧିକାରୀ ଏବଂ ଅଭିଭାବକ ପ୍ରମାଣପତ୍ର ପୂର୍ବପରି ମାସେ ମଧ୍ୟରେ ପ୍ରଦାନ କରିବାକୁ ନିର୍ଦ୍ଦେଶ ଜାରି କରାଯାଇଛି। ଉତ୍ତରାଧିକାରୀ ପ୍ରମାଣପତ୍ର ପ୍ରତ୍ୟେକ କ୍ଷେତ୍ରରେ ବ୍ୟବହାର କରାଯାଇପାରିବ। ତେଣୁ ଭିନ୍ନ ଭିନ୍ନ ଉପଯୋଗ ପାଇଁ ଏକାଧିକ ଆବେଦନର ଆବଶ୍ୟକତା ନାହିଁ ବୋଲି ନିର୍ଦ୍ଦେଶନାମାରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ଏକମାତ୍ର ବୁଲେଟ୍‌ ପ୍ରୁଫ୍‌ ପ୍ରାଣୀ, AK-47 ଗୁଳି ବି କରିବ ନାହିଁ ପ୍ରଭାବିତ, ଜାଣିଲେ…

ସାରା ବିଶ୍ୱରେ ଲକ୍ଷଲକ୍ଷ ପ୍ରଜାତିର ପ୍ରାଣୀ ଦେଖିବାକୁ ମିଳିଥାନ୍ତି। କିଛି ଜୀବ ଅନନ୍ୟ ଗଠନ ପାଇଁ ଜଣାଶୁଣା ଥିବାବେଳେ ଆଉ କିଛି ସେମାନଙ୍କର ଆକ୍ରମଣାତ୍ମକତା ପାଇଁ...

ଭାଙ୍ଗିପଡ଼ିଲେ ୟୁନୁସ: ଶୋକ ପ୍ରକାଶ କରି କହିଲେ…

ଢାକା,୧୯।୧୨: ଗତବର୍ଷ ବାଂଲାଦେଶରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବିରୋଧରେ ହିଂସାତ୍ମକ ଆନ୍ଦୋଳନ ଆରମ୍ଭ କରିଥିବା ବିରୋଧୀ ନେତା ଉସମାନ ହାଦିଙ୍କ ସିଙ୍ଗାପୁରରେ ମୃତ୍ୟୁ ହୋଇଥିଲା।...

ଦେଶରେ ୨୦% ଖାଦ୍ୟ-ପାନୀୟ ଅପମିଶ୍ରିତ: ୫ ବର୍ଷରେ ଏତିକି ଲୋକଙ୍କୁ ମିଳିଲାନି ଦଣ୍ଡ, ୨୫୭ କୋଟି ଜରିମାନା

ଭୁବନେଶ୍ୱର,୧୯।୧୨: ଦେଶରେ ଖାଦ୍ୟ ଏବଂ ପାନୀୟ ସାମଗ୍ରୀରେ ଅପମିଶ୍ରଣର ମାତ୍ରା ଅତ୍ୟନ୍ତ ଚିନ୍ତାଜନକ ରହିଛି। ରାଜ୍ୟସଭାରେ ଉପସ୍ଥାପିତ ସରକାରୀ ତଥ୍ୟ ଅନୁଯାୟୀ, ଗତ ପାଞ୍ଚ ବର୍ଷ...

ଦନ୍ତାକୁ ଟ୍ରାଙ୍କୁଲାଇଜ ପାଇଁ ୩ ଟିମ୍‌

ଭୁବନେଶ୍ୱର,୧୯ା୧୨: ଚନ୍ଦକାର ଅସୁସ୍ଥ ଦନ୍ତାହାତୀକୁ ଉଦ୍ଧାର ଓ ଟ୍ରାଙ୍କୁଲାଇଜ ପାଇଁ ୩ଟି ଟିମ୍‌ ଗଠନ କରାଯାଇଛି। ଭାଲୁଙ୍କା ଜଙ୍ଗଲର ଆଖପାଖ ଅଞ୍ଚଳରେ ଅସୁସ୍ଥ ଦନ୍ତା ବୁଲୁଛି।...

ଶନିଙ୍କ ରାଶିରେ ଗ୍ରହମାନଙ୍କର ମହାସଂଯୋଗ: ଜାନୁଆରୀରୁ ବଦଳିବ ଏହି ରାଶିଗୁଡ଼ିକର ଭାଗ୍ୟ

୨୦୨୬ ବର୍ଷର ଆରମ୍ଭ ଜ୍ୟୋତିଷ ଦୃଷ୍ଟିକୋଣରୁ ଅତ୍ୟନ୍ତ ସ୍ବତନ୍ତ୍ର ହେବାକୁ ଯାଉଛି। ଜାନୁଆରୀ ମାସ, ଏହାର ଦ୍ରୁତ ଗ୍ରହ ଗତି ଏବଂ ଗୁରୁତ୍ୱପୂର୍ଣ୍ଣ ସଂଯୋଗ ସହିତ,...

ମହଙ୍ଗା ହେବ ମୋବାଇଲ୍ ରିଚାର୍ଜ, ୨୦% ପର୍ଯ୍ୟନ୍ତ ବଢ଼ିପାରେ ଦାମ୍

ନୂଆଦିଲ୍ଲୀ,୧୯ା୧୨:   ଭାରତର ପ୍ରମୁଖ ଟେଲିକମ୍ କମ୍ପାନୀଗୁଡ଼ିକ ରିଲାଏନ୍ସ ଜିଓ, ​​ଭାରତୀ ଏୟାରଟେଲ୍ ଏବଂ ଭୋଡାଫୋନ୍ ଆଇଡିଆ, ଆସନ୍ତା ବର୍ଷ ପ୍ରିପେଡ୍ ଏବଂ ପୋଷ୍ଟପେଡ୍ ଉଭୟ ପ୍ଲାନର...

ଆଜି ଖୋଲିବ ଏପଷ୍ଟିନ୍‌ ପେଡ଼ି: ଫାଇଲ୍‌ରେ ଟ୍ରମ୍ପ୍‌, ଚିନ୍ତାରେ ହ୍ବାଇଟ୍‌ ହାଉସ୍‌

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୧୯ା୧୨(ସିଏନ୍‌ଏନ୍‌/ଏଜେନ୍ସି): ଜେଫ୍ରି ଏପଷ୍ଟିନ୍‌ଙ୍କ ସହ ଜଡ଼ିତ ଅତି ସମ୍ବେଦନଶୀଳ ଦସ୍ତାବିଜ ‘ଏପଷ୍ଟିନ୍‌ ଫାଇଲ୍ସ’ ଖୋଲିବାକୁ ସମୟ ଯେତିକି ପାଖେଇ ଆସୁଛି, ବଡ଼ବଡ଼ିଆଙ୍କ ହୃତ୍‌ସ୍ପନ୍ଦନ ସେତିକି ବଢ଼ିବାରେ...

ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ, ପ୍ରେମ ସମ୍ପର୍କକୁ ନେଇ…

ବଲାଙ୍ଗୀର,୧୯।୧୨ : ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଅନତି ଦୂରରେ ଥିବା ଏକ କୁକୁଡା ଫାର୍ମର ପଛପଟ ଏକ ଗଛରେ ଜଣେ ଯୁବକଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri