ଦାୟିତ୍ୱରୁ ହଟିବେ ପୋଲିସ ଡିଜି

ଭୁବନେଶ୍ୱର,୭।୪(ବ୍ୟୁରୋ): ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଦାୟିତ୍ୱରୁ ୧୯୮୬ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଅଭୟ ଖୁବ୍‌ଶୀଘ୍ର ହଟିପାରନ୍ତି ବୋଲି ଚର୍ଚ୍ଚା ଜୋର ଧରିଛି। ଆସନ୍ତା ଡିସେମ୍ବରରେ ଅଭୟଙ୍କ ଚାକିରି କାର୍ଯ୍ୟକାଳ ସମାପ୍ତ ହେଉଛି। କାର୍ଯ୍ୟକାଳ ଶେଷ ହେବା ପୂର୍ବରୁ ସେ ଚାକିରିରୁ ସ୍ବେଚ୍ଛାକୃତ ଅବସର(ଭିଆର୍‌ଏସ୍‌) ନେବା ନେଇ ପାଓ୍ବାର କରିଡରରେ ଆଲୋଚନା ହେଉଛି। ବିଶେଷସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ତାଙ୍କ ସ୍ଥାନରେ ନୂଆ ଜଣଙ୍କୁ ଅବସ୍ଥାପିତ କରିବାକୁ ଯୋଜନା ଚାଲିଛି। ଏପରି କି ଅଭୟ ଭିଆର୍‌ଏସ୍‌ ନେଲେ ତାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଅବସ୍ଥାପିତ କରିବାକୁ ଯୋଜନା ହୋଇଥିବା ଶୁଣିବାକୁ ମିଳୁଛି। ଅପରପକ୍ଷରେ ଡିଜିିପି ପଦବୀ ଲାଗି ୪ଜଣ ଆଇପିଏସ୍‌ ଅଫିସର ଏବେଠାରୁ ଲବି ଆରମ୍ଭ କରିଥିବା ଚର୍ଚ୍ଚା ହେଉଛି। ସେମାନେ ହେଲେ ୧୯୮୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ସୁନୀଲ ବଂଶଲ, ୧୯୮୮ ବ୍ୟାଚ୍‌ ଆଇପିଏସ୍‌ ଅଫିସର ସନ୍ତୋଷ କୁମାର ଉପାଧ୍ୟାୟ, ୧୯୮୮ ବ୍ୟାଚ ଆଇପିଏସ୍‌ ମନୋଜ କୁମାର ଛାବ୍ରା ଓ ୧୯୮୮ ବ୍ୟାଚ୍‌ ଆଇପିଏସ୍‌ ବିନୟା ନନ୍ଦ ଝା।
ପ୍ରକାଶ ଥାଉକି, ଡେପୁଟେଶନରେ ହାଇଦ୍ରାବାଦ ନ୍ୟାଶନାଲ ପୋଲିସ ଏକାଡେମୀ ଡାଇରେକ୍ଟର ଭାବେ କାର୍ଯ୍ୟରତ ଆଇପିଏସ୍‌ ଅଫିସର ଅଭୟଙ୍କୁ ୨୦୧୯ ଡିସେମ୍ବର ୯ରେ ରାଜ୍ୟ ପୋଲିସର ସର୍ବୋଚ୍ଚ ପଦରେ ଅବସ୍ଥାପିତ କରାଯାଇଥିଲା। ତାଙ୍କର କାର୍ଯ୍ୟକାଳ ୨୦୨୧ ଜୁନରେ ଶେଷ ହେବାର ଥିଲା। ମାତ୍ର ୨୦୨୦ ମାର୍ଚ୍ଚ ୧୮ରେ ରାଜ୍ୟ ସରକାର ଏହାକୁ ଅଧିକ ୬ ମାସ ଅର୍ଥାତ ୨୦୨୧ ଡିସେମ୍ବର ପର୍ଯ୍ୟନ୍ତ ବୃଦ୍ଧି କରିଥିଲେ। କୋଭିଡ୍‌ ମହାମାରୀ ନିୟନ୍ତ୍ରଣ ଓ ବିନା ଭକ୍ତରେ ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ସମାପନ କରି ଡିଜି ଅଭୟ ବେଶ୍‌ ପ୍ରଶଂସା ସାଉଣ୍ଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସେଶ୍ୱରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର, ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ବିଜେଡି ଛାଡିଥିଲେ ରାସେଶ୍ୱରୀ

ସମ୍ବଲପୁର,୨୮ା୪: ଓଡ଼ିଶା ରାଜନୀତିରେ ସମ୍ବଲପୁର ଏବେ ସବୁଠୁ ଚର୍ଚ୍ଚାରେ ରହିଛି। ଏହାରି ମଧ୍ୟରେ ରବିବାର ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା...

କେଉଁ ଦଳକୁ ଯିବେ ସୌମ୍ୟରଞ୍ଜନ, ଆସିଲା ବଡ଼ ପ୍ରତିକ୍ରିୟା

ଭୁବନେଶ୍ୱର,୨୮।୪: ପୂର୍ବତନ ଖଣ୍ଡପଡା ବିଜେଡି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଭାଜପାରେ ମିଶିବା ନେଇ ଚର୍ଚ୍ଚା ଲାଗି ରହିଥିବାବେଳେ ତାଙ୍କର ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଯେଉଁଥିରେ ସେ...

୪୬ ଛୁଇଁବ ତାତି, ୧୩ ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୮।୪: ତାତିରେ ସିଝୁଛି ସାରା ଓଡ଼ିଶା । ରାଜ୍ୟବାସୀଙ୍କୁ କଲବଲ କରୁଛି ଅସହ୍ୟ ତାତି । ସ୍ଥିତି ଏମିତି ହେଲାଣି ଯେ, ବାହାରକୁ ବି ବାହାରିକା...

ତପ୍ତପାଣି ଘାଟିରେ ଓଲଟିଲା ନଳକୂପ ଖନନ ଗାଡି, ୧୨ ଶ୍ରମିକ ଆହତ

ଗଞ୍ଜାମ,୨୮।୪: ଗଞ୍ଜାମ ଜିଲା ତପ୍ତପାଣି ଘାଟିରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏକ ନଳକୂପ ଖନନ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡିବାରୁ ୧୨ ଜଣ...

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

୨୮ ବିଧାନସଭା ଆସନ ପାଇଁ ୨୫୬ ପ୍ରାର୍ଥତ୍ପତ୍ର କାଏମ

ଭୁବନେଶ୍ୱର,୨୮ା୪(ଅନିଲ ଦାସ)ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନପତ୍ର ଯାଞ୍ଚ ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୨୮ଟି ବିଧାନସଭା ଆସନ ପାଇଁ ୨୬୬ ଜଣ ପ୍ରାର୍ଥୀ...

ଅରିନ୍ଦମ୍‌ଙ୍କୁ ଗ୍ରହଣ କରିପାରୁନାହାନ୍ତି ଦଳୀୟ କର୍ମୀ

ସାଲେପୁର,୨୮।୪(ଅରବିନ୍ଦ ଭୂୟାଁ)ବହୁ କଳ୍ପନାଜଳ୍ପନା ପରେ ଶେଷରେ ସାଲେପୁର ବିଧାନସଭା ଆସନର ଭାଜପା ପ୍ରାର୍ଥୀଭାବେ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ତଥା କଟକର ଯୁବନେତା ଅରିନ୍ଦମ ରାୟଙ୍କ ନାମ...

ରାସ୍ତାକଡ଼ ଜଙ୍ଗଲରେ ପଖାଳ ଖାଇଲେ ପାଣ୍ଡିଆନ

ଭୁବନେଶ୍ୱର,୨୮।୪(ଅସମାପିକା ସାହୁ)ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ତୃତୀୟ ଦିନରେ ପ୍ରଚାର ମଇଦାନରେ ଓହ୍ଲାଇ କଳାହାଣ୍ଡି ଲୋକ ସଭା କ୍ଷେତ୍ରର ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri