ଅଧିକ ଟିକା ପାଇଁ କେନ୍ଦ୍ରକୁ ଚିଠି

ଭୁବନେଶ୍ୱର, ୭।୪(ବ୍ୟୁରୋ): କୋଭିଡ୍‌ ଟିକା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କୁ ରାଜ୍ୟ ସରକାର ଚିଠି ଲେଖିଛନ୍ତି। ଅତି କମ୍‌ରେ ୧୫ରୁ ୨୦ଲକ୍ଷ ଡୋଜ୍‌ କୋଭିଶିଲ୍ଡ ଟିକା ଯୋଗାଇଦେବା ପାଇଁ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ମଙ୍ଗଳବାର କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଛନ୍ତି। ସେ ଚିଠିରେ ଉଲ୍ଳେ୍‌ଖ କରିଛନ୍ତି ଯେ, ରାଜ୍ୟରେ ଏ ପର୍ଯ୍ୟନ୍ତ ୩୫ଲକ୍ଷରୁ ଊର୍ଦ୍ଧ୍ୱ ଟିକାକରଣ ହୋଇସାରିଲାଣି। ଦୈନିକ ପ୍ରାୟ ୨.୩୧ଲକ୍ଷ ଟିକାଦାନ କରାଯାଉଛି। ମଙ୍ଗଳବାର ସକାଳ ୧୦ଟା ପର୍ଯ୍ୟନ୍ତ ରାଜ୍ୟର କୋଲ୍ଡ ଚେନ୍‌ ପଏଣ୍ଟରେ ୩,୪୭,୧୮୦ ଡୋଜ୍‌ କୋଭିଶିଲ୍ଡ ଓ ୧,୩୬,୮୨୦ ଡୋଜ୍‌ କୋଭାକ୍ସିନ ଟିକା ରହିଛି। ଆଞ୍ଚଳିକ ଓ ଜିଲା ଭ୍ୟାକ୍ସିନ ଷ୍ଟୋରରେ ଆଦୌ ଟିକା ଗଚ୍ଛିତ ନାହିଁ। ତେବେ ମଙ୍ଗଳବାର ଅପରାହ୍ନରେ ରାଜ୍ୟକୁ ୩,୪୯,୧୩୦ ଡୋଜ୍‌ କୋଭିଶିିଲ୍ଡ ଟିକା ଆସି ପହଞ୍ଚତ୍ଛି। ଗଚ୍ଛିତ ଥିବା ଟିକା ଆଗାମୀ ତିନିଦିନ ପର୍ଯ୍ୟନ୍ତ ଯିବ। ଫଳରେ ଦ୍ୱିତୀୟ ଡୋଜ୍‌ ଟିକାକରଣ ପାଇଁ ସମସ୍ୟା ସୃଷ୍ଟି ହେବ। ତେଣୁ ୧୫ରୁ ୨୦ଲକ୍ଷ ଡୋଜ୍‌ କୋଭିଶିଲ୍ଡ ଟିକା ଦେବା ପାଇଁ ମହାପାତ୍ର ଚିଠିରେ ଲେଖିଛନ୍ତି। ସୂଚନାଯୋଗ୍ୟ ମଙ୍ଗଳବାର ରାଜ୍ୟରେ ୧,୭୩,୩୦୭ଜଣ ଟିକା ନେଇଛନ୍ତି। ଏପର୍ଯ୍ୟନ୍ତ ମୋଟ ୩୭,୪୧,୧୧୭ଜଣ ଟିକା ନେଇସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ରବିନାରାୟଣ

ଭୁବନେଶ୍ୱର,୩ା୫: ଶୁକ୍ରବାର ବିଜେଡି ଛାଡ଼ିଛନ୍ତି ପୂର୍ବତନ ବିଧାୟକ ରବିନାରାୟଣ ମହାପାତ୍ର। ସେ ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ନୟାଗଡ଼ ଜିଲାର ରଣପୁର ବିଧାୟକ ଥିଲେ। ୨୦୧୨ରୁ ୨୦୧୪...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବରିଷ୍ଠ କିରାଣି

ଭୁବନେଶ୍ୱର,୩।୫: ଭିଜିଲାନ୍ସ ଜାଲରେ ଚକବନ୍ଦୀ ଅଫିସର ବରିଷ୍ଠ କିରାଣି। ବରିଷ୍ଠ କିରାଣି ଜିତେନ୍ଦ୍ର ସେନାପତି ୧୦ ହଜାର ଲାଞ୍ଚ ନେଇ ଗିରଫ ହୋଇଛନ୍ତି। ଜମିଜମା ମାମଲାର...

ନିର୍ବାଚନ ଲଢ଼ିବେ ଦେବାଶିଷ

ଭୁବନେଶ୍ୱର,୩ା୫: ଦେବାଶିଷ ନାୟକ ନିର୍ବାଚନ ଲଢ଼ିବେ ବୋଲି ଶୁକ୍ରବାର ଘୋଷଣା କରିଛନ୍ତି। ଏନେଇ ସେ ସୋସିଆଲ ମିଡିଆରେ ଘୋଷଣା କରିଛନ୍ତି। ସେ ଲେଖିଛନ୍ତି, ବରୀବାସୀଙ୍କ ପାଇଁ...

ସୋହେଲାରୁ ମିଳିଲା ପୁଳାପୁଳା ଟଙ୍କା: ଚାଲିଛି ତନାଘନା, ଜଣେ ଅଟକ

ସୋହେଲା,୩ା୫(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ଛକରେ ଯାଞ୍ଚବେଳେ ପୋଲିସ ଏକ ଟାଟା ସୁମୋ ଗାଡ଼ି(ନମ୍ବର- ସିଜି୦୪ଏଚପି ୭୯୫୯)ରୁ ସାଢ଼େ ୭ଲକ୍ଷ ଟଙ୍କା...

ପ୍ରାର୍ଥୀ ବଦଳ ପରମ୍ପରା ବଜାୟ ରହିଲା

ଯାଜପୁର/ରସୁଲପୁର(ହର୍ଷବର୍ଦ୍ଧନ ବେହେରା/ରଞ୍ଜିତ ରାଉତ),୩ା୫:ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ବଦଳ ପରମ୍ପରାକୁ ବଜାୟ ରଖିଛନ୍ତି। ଏହାବାଦ ଗୁରୁବାର ଏହି ଆସନ...

କାହିଁକି ସୁଜାତାଙ୍କୁ କରାଗଲା ବଦଳି: ଚାଲିଛି ଜୋରଦାର ଚର୍ଚ୍ଚା

ଭୁବନେଶ୍ୱର,୩।୫(ସୁନିତ୍‌ ମିଶ୍ର):ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ୍‌ ପାଣ୍ଡିଆନ୍‌ଙ୍କ ବିରୋଧରେ ଭାଜପାର ଏକ ପ୍ରତିନିଧିମଣ୍ଡଳୀ ଗୁରୁବାର ଭାରତର ନିର୍ବାଚନ କମିଶନ(ଇସିଆଇ)ଙ୍କ ନିକଟରେ ଫେରାଦ ହେବା...

ବାଦ୍‌ ପଡ଼ିଲେ ୩୫ ବିଧାୟକ, ୪୦ ନୂଆ ମୁହଁକୁ ଭରସା

ଭୁବନେଶ୍ୱର,୩ା୫(ଅନିଲ ଦାସ): ଚଳିତ ବିଧାନସଭା ନିର୍ବାଚନ ପାଇଁ ବିଜେଡି ୧୪୭ ପ୍ରାର୍ଥୀଙ୍କ ତାଲିକା ୯ଟି ପର୍ଯ୍ୟାୟରେ ଘୋଷଣା କରିଛି। ଦଳ ଗତଥର ଭରସା କରିଥିବା ୧୪୭...

ମତଦାନ ପୂର୍ବରୁ ବଢୁଛି ନାମାଙ୍କନ ତାତି

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୨୦ତାରିଖ ମତଦାନ ଗ୍ରହଣ ହେବ। ବର୍ତ୍ତମାନ ନିର୍ବାଚନ ମଇଦାନକୁ ଓହ୍ଲାଉଥିବା ପ୍ରାର୍ଥିଙ୍କ ନାମାଙ୍କନ ଦାଖଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri