କେନ୍ଦ୍ରମନ୍ତ୍ରୀଙ୍କ ନାଁ ନ ଥିବାରୁ ଭାଙ୍ଗିଲେ ଫଳକ

ସଜନାଗଡ଼, ୮ା୪(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଚିକିତ୍ସାଳୟରେ ବୁଧବାର କ୍ୟାବିନ୍‌ ଗୃହ ଉଦ୍‌ଘାଟନକୁ ନେଇ ଉତ୍ତେଜନା ଦେଖାଦେଇଛି। ସ୍ଥାନୀୟ ଟ୍ରକ୍‌ ମାଲିକ ସଂଘ ପକ୍ଷରୁ ମେଡିକାଲ ପରିସରରେ ୪ଟି କ୍ୟାବିନ୍‌ ନିର୍ମାଣ କରାଯାଇଥିଲା। ବୁଧବାର ପୂର୍ବାହ୍ନରେ ଏହି କ୍ୟାବିନ୍‌ ଗୃହ ଉଦ୍‌ଘାଟନ ଲାଗି ସ୍ଥିର କରାଯାଇଥିଲା। ଉଦ୍‌ଘାଟକ ଭାବେ ନୀଳଗିରି ବିଧାୟକ ଇଂ. ସୁକାନ୍ତ କୁମାର ନାୟକ, ନୀଳଗିରି ଟ୍ରକ୍‌ ମାଲିକ ସଂଘ ସଭାପତି ସୁରଞ୍ଜନ ମହାପାତ୍ର, ସମ୍ପାଦକ ଶାନ୍ତନୁ କୁମାର ବିଶ୍ୱାଳ ଓ ସଂଘ ଉପଦେଷ୍ଟା ତଥା ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ ଉପସ୍ଥିତ ଥିଲେ। ବିଧାୟକ ନାୟକ ଉଦ୍‌ଘାଟନ କରି ଯିବା ପରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ସମର୍ଥକମାନେ ଫଳକରେ କେନ୍ଦ୍ରମନ୍ତ୍ରୀଙ୍କ ନାଁ ନ ଥିବା ନେଇ ଏସ୍‌ଡିଏମ୍‌ଓ ଡା. ଅଜୟ କୃଷ୍ଣ ସାମଲଙ୍କ ନିକଟରେ ଅଭିଯୋଗ କରିଥିଲେ। ଏହାକୁ ନେଇ ମେଡିକାଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା। ସମ୍ପୃକ୍ତ ସମର୍ଥକମାନେ ସୂଚନା ଫଳକକୁ ଭାଙ୍ଗି ଦେଇଥିଲେ। ଫଳକ ଭଙ୍ଗା ଘଟଣାକୁ ନେଇ ଟ୍ରକ୍‌ ମାଲିକ ସଂଘ ସମ୍ପାଦକ ଶାନ୍ତନୁ କୁମାର ବିଶ୍ୱାଳ ଏବଂ ମେଡିକାଲ ପକ୍ଷରୁ ଏକ ମାମଲା(ନଂ.୧୧୦/୨୧) ରୁଜୁ କରାଯାଇଛି। ତବେ ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଥିବାରୁ ପୋଲିସ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛି।
ଏ ନେଇ ଗୁରୁବାର ମେଡିକାଲ କର୍ମଚାରୀ କଳାବ୍ୟାଜ୍‌ ପରିଧାନ କରିବେ ବୋଲି ଏସ୍‌ଡିଏମ୍‌ଓ ସାମଲ ସୂଚନା ଦେଇଛନ୍ତି। ଏ ସମ୍ପର୍କରେ କେନ୍ଦ୍ରମନ୍ତ୍ରୀଙ୍କ ବ୍ୟକ୍ତିଗତ ସହାୟକ ଚନ୍ଦ୍ରବିନ୍ଦୁ ଦାସ କୁହନ୍ତି, ଟ୍ରକ୍‌ ମାଲିକ ସଂଘ ରାସ୍ତାରେ ଯାଉଥିବା ଟ୍ରକ୍‌ଗୁଡ଼ିକୁ ଅଟକାଇ ଚାନ୍ଦା ଆଦାୟ କରି ନୀଳଗିରି ଉପଖଣ୍ଡ ଚିକିତ୍ସାଳୟ ପରିସରରେ କ୍ୟାବିନ୍‌ ଗୃହ ନିର୍ମାଣ କରିଛି। ଯେଉଁଥିରେ ସର୍ବସାଧାରଣଙ୍କ ଅର୍ଥ ବ୍ୟବହାର ହୋଇଛି। ନିୟମ ଅନୁଯାୟୀ ଫଳକରେ ସ୍ଥାନୀୟ ବିଧାୟକ ଏବଂ ଏମ୍‌ପିଙ୍କ ନାମ ରହିବା ଆବଶ୍ୟକ ଥିବାବେଳେ ହୀନ ରାଜନୀତି ଦୃଷ୍ଟିରୁ ଉକ୍ତ ଫଳକରେ ଏମ୍‌ପିଙ୍କ ନାମ ନ ଥିବାରୁ ଜନସାଧାରଣ ଏହାକୁ ବିରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ଦୀପ ନିଆଁରେ ପୋଡ଼ିଯାଇଥିବା ମହିଳାଙ୍କ ଚାଳିଗଲା ଜୀବନ

ଚିକିଟ,୨୮ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କ.ନୂଆଗାଁ ଥାନା ଚିକିଟିପେଣ୍ଠସ୍ଥିତ ପଣ୍ଡିତରା ସାହିରେ ଗତ ୧୬ ତାରିଖ ଚୈତ୍ର ମଙ୍ଗଳବାର ମନ୍ଦିର ଦୀପରେ ପୋଡ଼ିଯାଇଥିବା ଜଣେ...

ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ

ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri