ଡୋଜ୍‌ ଅଭାବ ନେଇ ଲେଟର ଓ୍ବାର: କେନ୍ଦ୍ର ପକ୍ଷରୁ ପାଲଟା ଜବାବ

ନୂଆଦିଲ୍ଳୀ,୮।୪: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଅଣାୟତ୍ତ ହେବାରେ ଲାଗିଛି। କରୋନାରୁ ଦୂରେଇ ରହିବା ପାଇଁ ଜାରି ରହିଥିବା ସାର୍ବଜନୀକ ଟିକାକରଣ ଅଭିଯାନରେ ଏବେ ସଙ୍କଟ ସୃଷ୍ଟି ହୋଇଛି। ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟରେ ଟିକାକରଣ ଲାଗି ଡୋଜ୍‌ର ଅଭାବ ଦେଖାଦେଇଛି। ଏନେଇ ସେମାନେ କେନ୍ଦ୍ର ସରକାରଙ୍କ ପାଖବୁ ଚିଠି ଲେଖିଛନ୍ତି। ତେବେ କେନ୍ଦ୍ର ସରକାର ଏହାର ପାଲଟା ଜବାବରେ ଟିକାକରଣ ଅଭିଯାନ ଧୀମାଗତିରେ ଚାଲିଥିବା କହିଛନ୍ତି। ଫଳରେ ଡୋଜ୍‌ ଅଭାବକୁ ନେଇ ରାଜ୍ୟ ଏବଂ କେନ୍ଦ୍ର ମଧ୍ୟରେ ଲେଟର ଓ୍ବାର ଆରମ୍ଭ ହୋଇଛି। କେନ୍ଦ୍ର ସରକାର ଦିଲ୍ଲୀ, ପଞ୍ଜାବ, ମହାରାଷ୍ଟ୍ରର ଟିକାକରଣ ଜାତୀୟ ଅଭିଯାନ ହାରଠାରୁ କମ୍‌ ଥିବା ନିଜ ଚିଠିରେ ଉଲ୍ଲେଖ କରିଛନ୍ତି। ମହାରାଷ୍ଟ୍ରକୁ ୧,୦୬,୧୯,୧୯୦ ଡୋଜ୍‌ ଦିଆଯାଇଥିବାବେଳେ ଏଥିରୁ ୯୦,୫୩,୫୨୩ ବ୍ୟବହୃତ ହୋଇଛି। ଏଥିରେ ନଷ୍ଟ ହୋଇଥିବା ଡୋଜ୍‌କୁ ମଧ୍ୟ ଅନ୍ତର୍ଭୁକ୍ତ କରାଯାଇଛି। ସେହିପରି ଦିଲ୍ଲୀକୁ କରୋନା ଟିକାର ୨୩,୭୦, ୭୧୦ ଡୋଜ୍‌ ଯୋଗାଇ ଦିଆଯାଇଥିଲା। ଇତିମଧ୍ୟରେ ୧୮,୭୦, ୬୬୨ ଡୋଜ୍‌ ବ୍ୟବହାର କରାଯାଇଛି। ଅପରପକ୍ଷରେ ପଞ୍ଜାବକୁ ଟିକାର ୨୨,୩୬,୭୭୦ ଡୋଜ୍‌ ଦିଆଯାଇଥିବାବେଳେ ସେଥିମଧ୍ୟରୁ ୧୪,୯୪,୬୬୩ ଡୋଜ୍‌ ବ୍ୟବହୃତ ହୋଇଥିବା କେନ୍ଦ୍ର ସରକାର ଚିଠିରେ ଦର୍ଶାଇଛନ୍ତି। ରାଜ୍ୟ ସରକାର କରୋନା ଟିକାକରଣ ଅଭିଯାନର ଗତିକୁ ବୃଦ୍ଧି କରିବା ଆବଶ୍ୟକ ବୋଲି କେନ୍ଦ୍ର ସରକାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ବେଆଇନ ବେଟିଂ ଆପ ମାମଲାରେ ଇଡିର ବଡ଼ ଆକ୍ସନ: ପୂର୍ବତନ କ୍ରିକେଟର, ବଲିଉଡ ସେଲିବିଟ୍ରିଙ୍କ ସମ୍ପତ୍ତି ଜବତ, ଜାଣନ୍ତୁ କାହାଠୁ କେତେ…

ନୂଆଦିଲ୍ଲୀ,୧୯।୧୨: ବେଆଇନ ବେଟିଂ ଆପ ମାମଲାରେ ଇଡି ବଡ଼ ଆକ୍ସନ ନେଇଛି। ପୂର୍ବତନ କ୍ରିକେଟର ଓ ବଲିଉଡ ସେଲିବେଟ୍ରିଙ୍କ ସମ୍ପତ୍ତି ଜବତ କରାଯାଇଛି। ଯୁବରାଜ ସିଂଙ୍କ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ...

୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…

କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ...

ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ…

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍‌ର ପ୍ରୋବେସନ ଆଇଏଏସ୍‌ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri