ଗ୍ରାମବାସୀଙ୍କ ଜମିରୁ ଖୋଳାଯାଉଛି ମାଟି, ମୋରମ

ଟାଙ୍ଗୀ, (କଟକ)୮ା୪(ଡି.ଏନ୍‌.ଏ.): ଟାଙ୍ଗୀ-ଚୌଦ୍ୱାର ତହସିଲ ଅଧୀନ ମଣିଆ ମୌଜାରେ ମାଟି, ମୋରମ ଓ ପଥର ମାଫିଆଙ୍କ ଦୌରାତ୍ମ୍ୟ ବଢିବାରେ ଲାଗିଛି। ରାସ୍ତା ଓ ରେଳପଥ ସମ୍ପସାରଣ କାର୍ଯ୍ୟ ପାଇଁ ସେମାନେ ଅନାବାଦୀ, ଗୋଚର ଓ ଜଙ୍ଗଲ କିସମ ଜମିରୁ ମାଟି, ମୋରମ ଓ ପଥର ଚାଲାଣ କରିଥିବା ଅଭିଯୋଗ ହୋଇଛି। ଏହାଦ୍ୱାରା ଲୋକମାନେ ନିଜ ଚାଷଜମିକୁ ଯିବା ପାଇଁ ଅସୁବିଧାର ସମ୍ମୁଖୀନ ହୋଇଥିବାବେଳେ ହାତୀଙ୍କ ଚଲାପଥ ପ୍ରଭାବିତ ହୋଇଛି। ଏବେ ଗ୍ରାମବାସୀଙ୍କ ଜମିରୁ ମାଫିଆମାନେ ବେଆଇନ ଭାବେ ମାଟି, ମୋରମ ଓ ପଥର ଖୋଳି ନେଉଛନ୍ତି। ଏହାର ପ୍ରତିବାଦ କଲେ ସେମାନେ ଜୀବନରୁ ମାରିଦେବାକୁ ଧମକ ଦେଉଛନ୍ତି। ଏହାକୁ ନେଇ ସେମାନେ ଭୟଭୀତ ହୋଇପଡିଛନ୍ତି। ତୁରନ୍ତ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଗ୍ରାମବାସୀ ସ୍ଥାନୀୟ ପୋଲିସ ଓ ରାଜସ୍ବ ନୀରିକ୍ଷକ ପବିତ୍ର କୁମାର ବେହେରାଙ୍କ ନିକଟରେ ଅଭିଯୋଗ କରିଥିଲେ। ଏ ନେଇ ରାଜସ୍ବ ନିରୀକ୍ଷକ ସରଜମିନ ତଦନ୍ତ କରିବା ପରେ ତହସିଲ କାର୍ଯ୍ୟାଳୟକୁ ଏହାର ରିପୋର୍ଟ ପଠାଇଥିଲେ। ଅନୁରୂପଭାବେ ଟାଙ୍ଗୀ ଥାନା ଅଧିକାରୀ ପଦାରବିନ୍ଦ ତ୍ରିପାଠୀ ଏହାର ତଦନ୍ତ କରିବା ପାଇଁ ବିଶ୍ୱାଳି ଫାଣ୍ଡି ଅଧିକାରୀଙ୍କୁ ପଠାଇଥିଲେ। ଫାଣ୍ଡି ଅଧିକାରୀ ଏହାର ତଦନ୍ତ କରିବା ପରେ ରିପୋର୍ଟ ଥାନାଧିକାରୀଙ୍କୁ ଦେଇଥିଲେ। ଇତିମଧ୍ୟରେ ଅନେକଦିନ ବିତି ଯାଇଥିଲେ ମଧ୍ୟ ମାଫିଆମାନଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ। ଫଳରେ ଗ୍ରାମବାସୀ ଅଜୟ କୁମାର ପୃଷ୍ଟି, ଭରତ ଚରଣ ନାୟକ, କେଶବ ଚନ୍ଦ୍ର ବେହେରା, କୈଳାସ ଚନ୍ଦ୍ର ଖିଲାର ପ୍ରମୁଖ ଜିଲାପାଳ, ଉପ ଜିଲାପାଳ, ଆର୍‌ଡିସିଙ୍କ ନିକଟରେ ଅଭିଯୋଗ କରିବା ସହ ଉଚିତ ପଦକ୍ଷେପ ନେବାକୁ ଅନୁରୋଧ କରିଛନ୍ତି। ରାଜସ୍ବ ନିରୀକ୍ଷକ ବେହେରା କହିଛନ୍ତି, ମୁଁ ତଦନ୍ତ ରିପୋର୍ଟ ତହସିଲ କାର୍ଯ୍ୟାଳୟକୁ ପଠାଇ ଦେଇଛି। ଯାହା ବୁଝିବା କଥା ତହସିଲଦାରଙ୍କୁ ପଚାରନ୍ତୁ। ତହସିଲଦାର ଅଜୟ କୁମାର ମଲ୍ଲିକଙ୍କୁ ଫୋନ ଯୋଗେ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ୍‌ ଉଠାଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

ତିନି ଦିନ ପରେ ପୁଣି ଫେରିଲା ହାଡ଼ଭଙ୍ଗା ଶୀତ: ଜି.ଉଦୟଗିରିରେ ୩.୫ ଡିଗ୍ରୀ ତାପମାତ୍ରା

ଜି.ଉଦୟଗିରି,୨୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଓଡ଼ିଶାର ସବୁଠାରୁ ଶୀତ ପ୍ରବଣ ଅଞ୍ଚଳ ଜି.ଉଦୟଗିରିରେ ୨/୩ ଦିନ ଶୀତ ଲୁଚକାଳି ଖେଳୁଥିବା ବେଳେ ହଠାତ୍‌ ଶନିବାର ଠାରୁ...

ବାଂଲାଦେଶରେ ହିନ୍ଦୁ ଯୁବକଙ୍କୁ ଜୀଅନ୍ତା ପୋଡ଼ି ହତ୍ୟା ନେଇ ବଜରଙ୍ଗ ଦଳର ପ୍ରତିବାଦ

ଜି.ଉଦୟଗିରି,୨୭।୧୨(ଚିନ୍ମୟ କୁମାର ସେଠୀ): ବାଂଲାଦେଶର ଢାକାଠାରେ ୧୮ ଡିସେମ୍ବରରେ ଇସଲାମ କଟରବାଦୀମାନେ ବାଂଲାଦେଶର ହିନ୍ଦୁ ଯୁବକ ଦୀପୁ ଦାସଙ୍କୁ ନିର୍ମମ ଭାବେ ମାରି ଜୀଅନ୍ତା ଅବସ୍ଥାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri