ଶ୍ରଦ୍ଧାଳୁଙ୍କ ପାଇଁ ହେବ ପ୍ରାଥମିକ ଚିକିତ୍ସା କେନ୍ଦ୍ର

ପୁରୀ ଅଫିସ, ୮ା୪: ଶ୍ରୀମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁ, ସେବାୟତ ଓ କର୍ମକର୍ତ୍ତାଙ୍କ ନିମନ୍ତେ ଶ୍ରୀମନ୍ଦିର ନିକଟରେ ଏକ ଶୀତତାପ ନିୟନ୍ତ୍ରିତ ପ୍ରାଥମିକ ଚିକିତ୍ସା କେନ୍ଦ୍ର ନିର୍ମାଣ ହେବ। ଆସନ୍ତା ୧୪ ତାରିଖ ମହାବିଷୁବ ସଂକ୍ରାନ୍ତି ଅବସରରେ ଏହାକୁ ଲୋକାର୍ପଣ କରାଯିବ। ଜରୁରିକାଳୀନ ସ୍ଥିତିରେ ଚିକିତ୍ସା ସୁବିଧା ଯୋଗାଇଦେବା ପାଇଁ ଏଭଳି ଚିକିତ୍ସା କେନ୍ଦ୍ର କରାଯାଉଥିବା ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ବୁଧବାର ଏକ ପ୍ରେସ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି। ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରଟି ଶୀତତାପ ନିୟନ୍ତ୍ରିତ କକ୍ଷରେ ହେବ। ତାଲିମପ୍ରାପ୍ତ ସ୍ବାସ୍ଥ୍ୟକର୍ମଚାରୀମାନେ ଏଠାରେ ନିୟୋଜିତ ହେବେ। ଏନେଇ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ସମସ୍ତ ବ୍ୟବସ୍ଥା କରିବେ। ଜିଲା ମୁଖ୍ୟ ଚିକିତ୍ସାଳୟର କର୍ମଚାରୀଙ୍କୁ ଏହି ଚିକିତ୍ସାକେନ୍ଦ୍ରରେ ନିୟୋଜିତ କରାଯିବ। ଏଠାରେ ଯଥେଷ୍ଟ ପରିମାଣର ଔଷଧ ମହଜୁଦ ରଖାଯିବ। ପ୍ରତିଦିନ ଦୁଇଟି ଶିିଫ୍ଟରେ ସ୍ବେଚ୍ଛାସେବୀ କାମ କରିବେ। ଜରୁରିକାଳୀନ ସ୍ଥିତିରେ ରୋଗୀଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେବା ପାଇଁ ୨ଟି ଆମ୍ବୁଲାନ୍ସ ବ୍ୟବସ୍ଥା ହେବ। ଜିଲା ମୁଖ୍ୟ ଚିକିତ୍ସାଳୟ ଏବଂ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜଣେ ଲେଖାଏ ନୋଡାଲ୍‌ ଅଫିସର ଦାୟିତ୍ୱରେ ରହିବେ। ଏମାନେ ଏହି ଚିକିତ୍ସା କେନ୍ଦ୍ରରେ ସ୍ଥିତି ସମୀକ୍ଷା କରିବେ। ସେହିଭଳି କୋଭିଡ୍‌ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଓ ଜିଲା ସ୍ବାସ୍ଥ୍ୟ ବିଭାଗ ମିଳିତ ଭାବେ ସଚେତନତା କାର୍ଯ୍ୟକ୍ରମ ହାତକୁ ନେବ। ସେବାୟତଙ୍କ ଟିକାକରଣକୁ ପ୍ରାଥମିକତା ଭିତ୍ତିରେ ଶେଷ କରାଯିବା ଲାଗି ମଧ୍ୟ ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ନେଇଛି। ଉଲ୍ଲେଖଯୋଗ୍ୟ, ଜନସ୍ବାସ୍ଥ୍ୟ ପ୍ରସଙ୍ଗରେ ଗତ ୧୬ ତାରିଖରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଏକ ଭିଡିଓ କନଫରେନ୍ସ ବୈଠକ ହୋଇଥିଲା। ଏଥିରେ ଜିଲାପାଳ, ଓବିସିସି ପ୍ରୋଜେକ୍ଟ ମ୍ୟାନେଜର, ସିଡିଏମଓ, ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଏବଂ ନୀତି ପ୍ରଶାସକ ପ୍ରମୁଖ ଉପସ୍ଥିତ ଥିଲେ। ଶ୍ରୀମନ୍ଦିର ସମ୍ପର୍କିତ ଏହି ନିଷ୍ପତ୍ତି ଉକ୍ତ ବୈଠକରେ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri