ମେଡିକାଲ ପଛ ଜଙ୍ଗଲରେ ହାତୀ

ଖୋର୍ଦ୍ଧା ଅଫିସ,୯।୪: ଖୋର୍ଦ୍ଧା ବନାଞ୍ଚଳରେ ହାତୀଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଦୁଇ ଦିନ ପୂର୍ବେ ରାମଚଣ୍ଡୀ ଠାରେ ଏକ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁୁରୁତର ଆହତ ହୋଇଥିଲେ। ଏକ ହାତୀ ବୁଧବାର ବିଳମ୍ବିତ ରାତିରେ ଖୋର୍ଦ୍ଧା ମେଡିକାଲ ପଛ କାଜୁ ଜଙ୍ଗଲକୁ ପଶି ଆସିଥିଲା। ସ୍ଥାନୀୟ ଲୋକଙ୍କଠାରୁ ଖବରପାଇ ଗୁରୁବାର ସକାଳେ ବନ ବିଭାଗର ଏକ ୭ଜଣିଆ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ହାତୀର ଗତିବିଧି ଉପରେ ନଜର ରଖିଥିଲେ। ହାତୀ ଘଞ୍ଚ ଜଙ୍ଗଲକୁ ପଳାଇ ଯାଇଥିବାରୁ ବନ କର୍ମଚାରୀ ହାତୀକୁ ଠାବ କରିବାରେ ନାକେଦମ ହୋଇଯାଇଥିଲେ। ତେବେ ହାତୀ ପାଦ ଚିହ୍ନ ଦେଖି ହାତୀର ଗତିବିଧି ଉପରେ ଅନୁଧ୍ୟାନ କରିଥିଲେ। କର୍ମଚାରୀମାନେ ସକାଳ ୬ଟା ଠାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଜଙ୍ଗଲ ନିକଟରେ ପଇଁତରା ମାରିଥିଲେ। ମାତ୍ର ହାତୀର କୌଣସି ସନ୍ଧାନ ପାଇ ନ ଥିଲେ। କାଜୁ ଜଙ୍ଗଲରେ ହାତୀ ପଶିିଥିବାରୁ କାଜୁ ସଂଗ୍ରହ ଲାଗି ନ ଯିବା ଲାଗି ବନ କର୍ମଚାରୀ ଡାକବାଜି ଯନ୍ତ୍ରରେ ଲୋକଙ୍କୁ ସଚେତନ କରିଥିଲେ। ଏଥିସହ ଏହି ଅଞ୍ଚଳରେ ଯାତାୟାତ ନ କରିବା ଲାଗି ପରାମର୍ଶ ଦେଇଥିଲେ। ହାତୀକୁ ଦେଖିଲେ ତୁରନ୍ତ ବନ ବିଭାଗକୁ ଜଣାଇବାକୁ କହିଥିଲେ। ଖବର ଲେଖା ହେବା ପର୍ଯ୍ୟନ୍ତ ହାତୀ ମେଡିକାଲ ପଛପଟ କାଜୁ ଜଙ୍ଗଲରେ ରହିଥିବା ଜଣାପଡିଛି। ଏନେଇ ବନ ବିଭାଗର ଜଣେ କର୍ମଚାରୀ କହିଛନ୍ତି, ଏକ ଟିମ୍‌ ହାତୀର ଗତିବିଧି ଉପରେ ନଜର ରଖିଛନ୍ତି। ରାତି ସୁଦ୍ଧା ହାତୀକୁ ନିକଟ ଜଙ୍ଗଲକୁ ଛଡାଯିବା ବ୍ୟବସ୍ଥା କରାଯିବ। ବାରମ୍ବାର ହାତୀ ମେଡିକାଲ ଏବଂ ସହର ଭିତରକୁ ପଶିି ଆସୁଥିବା ବେଳେ ବନ ବିଭାଗ କେବଳ ଉକ୍ତ ସମୟ ପର୍ଯ୍ୟନ୍ତ ହାତୀଙ୍କ ଗତିବିଧି ଉପରେ ନଜର ରଖୁଛନ୍ତି। ପରବର୍ତ୍ତୀ ସମୟରେ ବନ କର୍ମଚାରୀଙ୍କ ଦେଖା ମିଳୁ ନ ଥିବା ସାଧାରଣରେ ଅଭିଯୋଗ ହୋଇଛି। ହାତୀ-ମଣିଷ ଲଢ଼େଇରେ ଉଭୟଙ୍କ ଜୀବନ ଯାଉଛି। ହାତୀ ନିୟନ୍ତ୍ରଣ ପ୍ରତି ଗୁରୁତ୍ୱ ଦେଉଛୁ। ଲୋକଙ୍କୁ ସଚେତନ କରାଯାଉଛି କହି ବନ ବିଭାଗ ଖସିଯିବାକୁ ଉଦ୍ୟମ କରୁଛି ବୋଲି ପରିବେଶପ୍ରେମୀ ଧନେଶ୍ୱର ବିଧାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri