ରଗଡ଼ି ଛକରେ ଜଳ ସଙ୍କଟ ଉତ୍କଟ

ରଗଡି,୯।୪(ଡି.ଏନ.ଏ.): ଯାଜପୁର ଜିଲା କୋରେଇ ବ୍ଲକ ଅଧୀନ ରଗଡି ଛକ ଆନନ୍ଦପୁରର ମୁଖ୍ୟ ଫାଟକ ଭାବେ ପରିଚିତ। କେନ୍ଦୁଝର ସୀମାନ୍ତରୁ ମାତ୍ର ୨ କି.ମି ପୂର୍ବରୁ ଅବସ୍ଥିତ ଏହି ଛକରେ ପ୍ରତିଦିନ ପ୍ରାୟ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ଭିଡ଼ ଜମେ । ରଗଡି ଉପକାରାଗାର ଓ ସରକାରୀ ପଲିଟେକନିକ ବ୍ୟତୀତ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏହି ଛକରେ ଗଢି ଉଠିଛି । ପ୍ରତିଦିନ ଶତାଧିକ ଯାନବାହନ ଏହି ଛକ ଦେଇ ଯିବା ଆସିବା କରୁଥିବାରୁ ବ୍ୟବସାୟୀଙ୍କ ଆଗ୍ରହ ଏଠାରେ ବଢ଼ିବାରେ ଲାଗିଛି । ଆଖପାଖ ଅଞ୍ଚଳର ଛୋଟ ବଡ଼ ମିଶି ପ୍ରାୟ ୫୦୦ରୁ ଊର୍ଦ୍ଧ୍ୱ ବ୍ୟବସାୟ ପ୍ରତିଷ୍ଠାନ ରହିଛି। ତେବେ ଏହି ଛକରେ ମୁଖ୍ୟ ସମସ୍ୟା ଜଳ ସଙ୍କଟ ।ଶୁଦ୍ଧ ପାନୀୟ ଜଳ ପାଇଁ କୌଣସି ବ୍ୟବସ୍ଥା ହୋଇ ପାରିନାହିଁ। ଅଚଳ ନଳକୂପର ବିଷାକ୍ତ ଦୁର୍ଗନ୍ଧଯୁକ୍ତ ପାଣି ସ୍ଥାନୀୟ ବ୍ୟବସାୟୀ ଓ ଖାଉଟିଙ୍କ ଶୋଷ ମେଣ୍ଟାଉଛି ।
ରଗଡି ଛକ ଏକ ଜନ ବହୁଳ ସ୍ଥାନ ହୋଇଥିବାବେଳେ ଏଠାରେ କୌଣସି ସରକାରୀ ନଳକୂପ ନାହିଁ। ଫଳରେ ବ୍ୟବସାୟୀମାନେ ପାଣି ପାଇଁ ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ପୂର୍ବରୁ ଥିବା ଦୁଇଟି ନଳକୂପ ମଧ୍ୟରୁ ଗୋଟିଏ ଗତ ୩ ବର୍ଷ ହେବ ସମ୍ପୂର୍ଣ୍ଣ ଅଚଳ ହୋଇ ପଡ଼ିଛି। ଅନ୍ୟଟି ଜଣେ ଶିକ୍ଷକ ବ୍ୟକ୍ତିଗତ ସ୍ବାଥର୍ର୍ ପାଇଁ ମୋରମ ପକାଇ ଅବରୋଧ କରିଥିବା ସ୍ଥାନୀୟ ଲୋକେ କହିଛନ୍ତି । ପାନୀୟ ଜଳ ସୁବିଧା ପାଇଁ ବ୍ୟବସାୟୀମାନେ ବାରମ୍ବାର ପ୍ରଶାସନିକ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ ବୋଲି କେତେଜଣ ବ୍ୟବସାୟୀ କହିଛନ୍ତି । ପ୍ରତିବର୍ଷ ଗ୍ରୀଷ୍ମ ପ୍ରବାହ ସମୟରେ ଏପରି ଜଳ ସମସ୍ୟା ବ୍ୟବସାୟୀ ଓ ଖାଉଟିଙ୍କ ମୁଣ୍ଡ ବ୍ୟଥାର ପ୍ରମୁଖ କାରଣ ହୋଇଛି। ପ୍ରଶାସନର ନିଷ୍କ୍ରିୟତା ବ୍ୟବସାୟୀମାନଙ୍କୁ ନିରାଶ କରିଛି । ତୁରନ୍ତ ଏ ସଂକ୍ରାନ୍ତରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ରଗଡି ବ୍ୟବସାୟୀ ସଂଘ ଜିଲା ପ୍ରଶାସନ ନିକଟରେ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

ପିକନିକ୍ ହେଲା କାଳ, ଗାଧୋଇବା ବେଳେ ସମୁଦ୍ରରେ ବୁଡି ଛାତ୍ରୀ ମୃତ

ପୁରୀ ୧୭/୧୨( ଅଜିତ୍ କୁମାର ମହାନ୍ତି ): ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ବଡ଼ ଅଘଟଣ । ପିକନିକ୍ ଆସି ଗାଧୋଇବା ବେଳେ ଅଘଟଣ ଘଟିଛି...

Shubman Gill: ଟିମ୍ ଇଣ୍ଡିଆର ବଡ଼ ନିଷ୍ପତ୍ତି, ପ୍ଲେଇଂ ଇଲେଭେନରୁ ବିଦା ହେଲେ ଶୁଭମନ ଗିଲ୍

ନୂଆଦିଲ୍ଲୀ,୧୭ା୧୨: ଭାରତୀୟ କ୍ରିକେଟ୍ ଦଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଦକ୍ଷିଣ ଆଫ୍ରିକା ବିପକ୍ଷ ଚତୁର୍ଥ ଟି-୨୦ ପାଇଁ ଶୁଭମନ ଗିଲଙ୍କୁ ପ୍ଲେଇଂ ଇଲେଭେନରୁ...

ବନ୍ଧୁକ ଦେଖାଇ ସୃଷ୍ଟି କରୁଥିଲେ ଆତଙ୍କ: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜୁନାଗଡ଼ ପୋଲିସ ଏକ ଡକାୟତି ମାମଲାରେ ୩ ଜଣଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri