Posted inଖେଳ

ଇତିହାସ ରଚିଲା ପାକିସ୍ତାନ

ଜୋହାନ୍ସବର୍ଗ,୧୧।୪: ଦକ୍ଷିଣ ଆଫ୍ରିକା ଗସ୍ତରେ ଥିବା ପାକିସ୍ତାନୀ କ୍ରିକେଟ ଦଳ ଇତିହାସ ସୃଷ୍ଟି କରିଛି। ବାବର ଆଜାମଙ୍କ ନେତୃତ୍ୱରେ ପାକିସ୍ତାନୀ ଦଳ ବିଶ୍ୱର ପ୍ରଥମ ଦଳ ଭାବେ ୧୦୦ଟି ଅନ୍ତର୍ଜାତୀୟ ଟି -୨୦ ମ୍ୟାଚ ଜିତିଛି। ଚାରି ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜର ପ୍ରଥମ ମ୍ୟାଚ ଜିତିବା ମାତ୍ରେ ପଡୋଶୀ ଦେଶ ଏହି ସଫଳତା ହାସଲ କରିଛି। ଏପର୍ଯ୍ୟନ୍ତ ଖେଳାଯାଇଥିବା ୧୬୫ ଟି-୨୦ ମଧ୍ୟରୁ ପାକିସ୍ତାନ ୧୦୦ଟି ଜିତିଥିବାବେଳେ ମାତ୍ର ୫୯ଟି ମ୍ୟାଚ ହାରିଛି। ଦୁଇଟି ମ୍ୟାଚ୍‌ ବାତିଲ ହୋଇଥିବାବେଳେ ଦଳ ଟାଇରେ ୩ଟି ମ୍ୟାଚ ହାରିଛି।
ଏହି ପ୍ରସଙ୍ଗରେ ପାକିସ୍ତାନର ଚିରପ୍ରତିଦ୍ୱନ୍ଦ୍ୱୀ ଭାରତ ବହୁ ପଛରେ ଥିବା ଜଣାପଡିଛି। ଟିମ ଇଣ୍ଡିଆ ୧୪୨ଟି ମ୍ୟାଚ ମଧ୍ୟରୁ ୮୮ଟି ଜିତିଛି। ତାକୁ ୪୭ଟି ମ୍ୟାଚରେ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ତିନୋଟି ମ୍ୟାଚ ଟାଇ ହୋଇଛି। ଅଷ୍ଟ୍ରେଲିଆ (୧୩୬ ମ୍ୟାଚ), ଦକ୍ଷିଣ ଆଫ୍ରିକା (୧୨୮ ମ୍ୟାଚ) ଏବଂ ନ୍ୟୁଜିଲ୍ୟାଣ୍ଡ (୧୪୫ ମ୍ୟାଚ) ୭୧ଟି ବିଜୟ ସହ ସମାନ ର଼୍ୟାଙ୍କରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri