ଭୁବନେଶ୍ୱର, ୧୪ା୪(ବ୍ୟୁରୋ): ଭୁବନେଶ୍ୱରରେ ଏକ ସେଣ୍ଟର ଅଫ୍ ଏକ୍ସେଲେନ୍ସି ଭାବେ ‘ଓଡ଼ିଶା ଜଳ ଏକାଡେମୀ’ ପ୍ରତିଷ୍ଠା କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ଏକାଡେମୀ ଜଳ ଏବଂ ବର୍ଜ୍ୟଜଳ ସେବା ଯୋଗାଣ କ୍ଷେତ୍ରରେ ଗ୍ରାହକ ସନ୍ତୁଷ୍ଟି ଓ ସେବାର ଗୁଣବତ୍ତା ବୃଦ୍ଧିର ଲକ୍ଷ୍ୟ ସହିତ ଏକ ଅଗ୍ରଗଣ୍ୟ ତାଲିମ ଏବଂ ଦକ୍ଷତା ବିକାଶ ଅନୁଷ୍ଠାନ ଭାବେ କାର୍ଯ୍ୟ କରିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁପ୍ରେରଣାରେ ‘ଓଡ଼ିଶା ଜଳ ଏକାଡେମୀ’ ପ୍ରତିଷ୍ଠା ରାଜ୍ୟ ସରକାରଙ୍କ ଜଳ ଯୋଗାଣ ଏବଂ ବର୍ଜ୍ୟଜଳ ପରିଚାଳନା ସଂସ୍କାର କ୍ଷେତ୍ରରେ ଆଉ ଏକ ଉଲ୍ଲେଖନୀୟ ସଫଳତା। ଏହି ଅବସରରେ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି, ପ୍ରତ୍ୟେକ ସହରୀ ପରିବାରକୁ ବିଶୁଦ୍ଧ ପାନୀୟ ଜଳ ଏବଂ ବର୍ଜ୍ୟଜଳ ପରିଚାଳନା ସେବା ଯୋଗାଇ ଦେବା ସରକାରଙ୍କ ପାଇଁ ସବୁବେଳେ ପ୍ରାଥମିକତା ହୋଇ ରହି ଆସିଛି। ଓଡ଼ିଶା ଜଳ ନିଗମ, ଜନସ୍ବାସ୍ଥ୍ୟ କାରିଗରୀ ସଂସ୍ଥା, ଓଡିଶା ଜଳ ଯୋଗାଣ ଓ ପରିମଳ ପରିଷଦ ଏବଂ ଅନ୍ୟାନ୍ୟ ଆନୁସଙ୍ଗିକ ସଙ୍ଗଠନ ଅଧୀନରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କ ଦକ୍ଷତା ବିକାଶ ପାଇଁ ଏହି ଏକାଡେମୀ ଏକ ଅଗ୍ରଣୀ ଅନୁଷ୍ଠାନ ଓ ଉତ୍କର୍ଷ କେନ୍ଦ୍ର ଭାବରେ କାଯର୍ୟ କରିବ। ପୂର୍ବାପେକ୍ଷା ରାଜ୍ୟରେ ପାନୀୟ ଜଳ ଯୋଗାଣ ଏବଂ ବର୍ଜ୍ୟଜଳ ପରିଚାଳନାକୁ ଅଧିକ ଦକ୍ଷତାର ସହିତ ସମ୍ପାଦନ କରିବା ପାଇଁ ଏହି ଏକାଡେମୀରେ ଉଭୟ ପରିଚାଳକ ଏବଂ କର୍ମଚାରୀ ସବୁ ପର୍ଯ୍ୟାୟରେ ଅତ୍ୟାଧୁନିକ ଓ ଅଭିନବ ପ୍ରଯୁକ୍ତି ସହାୟତାରେ ତାଲିମ ଏବଂ ଦକ୍ଷତା ବିକାଶ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ସୋସାଇଟି ରେଜିଷ୍ଟ୍ରେଶନ୍ ଆକ୍ଟ, ୧୮୬୦ ଅନୁଯାୟୀ ଏହି ଏକାଡେମୀ ପଞ୍ଜୀକୃତ ହେବ ଏବଂ ଓଡ଼ିଶା ଜଳ ନିଗମର ପ୍ରଶାସନିକ ନିୟନ୍ତ୍ରଣରେ କାର୍ଯ୍ୟ କରିବ।
ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ
ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...
ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….
ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...
ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର
ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...
ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….
କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...
ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ
ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...
ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ
ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...
୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର
ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...
ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…
ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...
Archives


