Posted inଖେଳ

ସିଜିନ୍‌ର ପ୍ରଥମ ବିଜୟରେ ଆତ୍ମବିଭୋର ମୁମ୍ବାଇ ଅଧିନାୟକ: ବୋଲର୍‌ଙ୍କୁ ନେଇ ଦେଲେ ଏଭଳି ବୟାନ

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ରେ ପ୍ରଥମ ମ୍ୟାଚ୍‌ ହାରିବା ପରେ ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ) ଟିମ୍‌ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌) ବିପକ୍ଷ ମ୍ୟାଚ୍‌ ଜିତିଛି। ସୂର୍ଯ୍ୟକୁମାର ଯାଦବ ଏବଂ ରୋହିତ ଶର୍ମାଙ୍କ ଉଲ୍ଲେଖନୀୟ ବ୍ୟାଟିଂ ଯୋଗୁ ଦଳ ୧୫୨ରନ୍‌ର ବିଜୟ ଲକ୍ଷ୍ୟ ରଖିଥିଲା। ଜବାବରେ କୋଲକାତା ଟିମ୍‌ ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ ହରାଇ ୧୪୨ରନ୍‌ କରିପାରିଥିଲା। ଫଳରେ ଏମ୍‌ଆଇ ୧୦ରନ୍‌ରେ ବିଜୟ ହାସଲ କରିଥିଲା। ସିଜିନ୍‌ରେ ପ୍ରଥମ ବିଜୟକୁ ନେଇ ପ୍ରତିକ୍ରିୟା ରଖି ଏମ୍‌ଆଇ ଅଧିନାୟକ ରୋହିତ ଶର୍ମା କହିଛନ୍ତି, ଖେଳାଳିମାନଙ୍କ ପ୍ରତ୍ୟାବର୍ତ୍ତନ ମୋତେ ପ୍ରଭାବିତ କରିଛି। ସମସ୍ତେ ନିଜର ଶ୍ରେଷ୍ଠ ଦେଇଛନ୍ତି। ସବୁବେଳେ ଏଭଳି ମ୍ୟାଚ୍‌ ଦେଖିବାକୁ ମିଳେନାହିଁ। ଏଭଳି ମୁକାବିଲା ଆତ୍ମବିଶ୍ୱାସ ବଢ଼ାଇଥାଏ। ପାଓ୍ବାର ପ୍ଲେ ସମୟରେ କେକେଆର୍‌ର ଖେଳାଳିମାନେ ଭଲ ବ୍ୟାଟିଂ କରିଥିଲେ। ମାତ୍ର ରାହୁଲ ଚାହର ୪ ଉଇକେଟ ନେବା ପରେ ଆମକୁ ମିଡିଲ୍‌ ଓଭରରେ ମହତ୍ୱପୂର୍ଣ୍ଣ ଉଇକେଟ ମିଳିଥିଲା। ଶେଷରେ କ୍ରୁଣାଳ ପାଣ୍ଡ୍ୟା ଭଲ ଓଭର ପକାଇଥିଲେ। ବିଜୟର ଶ୍ରେୟ ଟିମ୍‌ର ବୋଲର୍‌ମାନଙ୍କୁ ଯାଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri