ସାଙ୍ଗରେ ଅକ୍ସିଜେନ ସିଲିଣ୍ଡର ଧରି ହସ୍ପିଟାଲରୁ ହସ୍ପିଟାଲ ବୁଲିଲେ କରୋନା ଆକ୍ରାନ୍ତ: ମିଳିଲାନି ବେଡ୍‌

ଲକ୍ଷ୍ନୌ,୧୫।୪: କରୋନା ପ୍ରକୋପ ଦିନକୁ ଦିନ ବଢ଼ିବାରେ ଲାଗିଛି। କରୋନାର ଏହି ନୂଆ ଷ୍ଟ୍ରେନ୍‌ ଏବେ ଭୟଙ୍କର ରୂପ ଧାରଣ କରିଛି। ଯେଉଁଠି କରୋନାକୁ ନେଇ ସରକାର ଅଧିକ ସଜାଗ ରହିଛନ୍ତି ବୋଲି କହୁଛନ୍ତି ସେଠାରେ ସ୍ବାସ୍ଥ୍ୟସେବାର ନଗ୍ନ ଉଦାହରଣ ଦେଖିବାକୁ ମିଳୁଛି। ପ୍ରାୟ ରାଜ୍ୟରେ ଏଭଳି ସ୍ଥିତି ହୋଇଯାଇଛି ଯେ, ଚିକିତ୍ସା ପାଇଁ ହସ୍ପିଟାଲରେ ବେଡ୍‌ ଖାଲି ନାହିଁ। ଇତିମଧ୍ୟରେ ଉତ୍ତରପ୍ରଦେଶ ଲକ୍ଷ୍ନୌରୁ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ୭୦ ବର୍ଷୀୟ କରୋନା ଆକ୍ରାନ୍ତ ବ୍ୟକ୍ତି ସାଙ୍ଗରେ ଅକ୍ସିଜେନ ସିଲିଣ୍ଡର ଧରି ହସ୍ପିଟାଲରୁ ହସ୍ପିଟାଲ ବୁଲିଥିଲେ। ହେଲେ ତାଙ୍କୁ କୌଣସି ହସ୍ପିଟାଲରେ ବେଡ୍‌ ମିଳ ନ ଥିଲା ଶେଷରେ ତାଙ୍କୁ ଘରୁ ଫେରିବାକୁ ପଡ଼ିଥିଲା।

ସୂଚନାଯୋଗ୍ୟ, ଲକ୍ଷ୍ନୌର ଅଲିଗଞ୍ଜରେ ରହୁଥିବା ବୃଦ୍ଧ ସୁଶୀଲ କୁମାର ଶ୍ରୀବାସ୍ତବ ପୂର୍ବରୁ ଡାଇବେଟିସ୍‌ ଓ ରାକ୍ତ ଚାପରେ ପୀଡ଼ିତ ଥିବା ବେଳେ ବୁଧବାର ସେ କରୋନାରେ ଆକ୍ରାନ୍ତ ହୋଇଥିଲେ। ତାଙ୍କୁ ନିଶ୍ୱାସ ନେବାରେ କଷ୍ଟ ଅନୁଭବ ହେଉଥିବା ବେଳେ ଅକ୍ସିଜେନ ଲେଭଲ ତଳକୁ ଖସିଯାଇଥିଲା। ଫଳରେ ଘର ଲୋକ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରିବାକୁ ନିଷ୍ପତ୍ତି ନେଇଥିଲେ। କିନ୍ତୁ କୌଣସି ହସ୍ପିଟାଲରେ ବେଡ୍‌ ଖାଲି ନ ଥିବାରୁ ଉକ୍ତ ବୃଦ୍ଧ ଆକ୍ରାନ୍ତଙ୍କୁ ଭର୍ତ୍ତି କରାଯାଇ ପାରି ନ ଥିଲା। ଦିନସାରା ସାଙ୍ଗରେ ସିଲିଣ୍ଡର ଧରି ଏ ହସ୍ପିଟାଲରୁ ସେ ହସ୍ପିଟାଲ ଧାଇଁଥିଲେ। ହେଲେ କୌଣସି ସୁଫଳ ମିଳି ନ ଥିଲା। ଶେଷରେ ପରିବାର ଲୋକେ ନିରାଶ ହୋଇ ଘରକୁ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହେଟ ସ୍ପିଚ ମାମଲାରେ ତାମିଲନାଡୁ ଭାଜପା ମୁଖ୍ୟଙ୍କୁ ସପ୍ରିମକୋର୍ଟରୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୪: ସୋମବାର (ଏପ୍ରିଲ ୨୯, ୨୦୨୪) ସୁପ୍ରିମକୋର୍ଟ ହେଟ ସ୍ପିଚ ମାମଲାରେ ତାମିଲନାଡୁ ଭାଜପା ମୁଖ୍ୟ କେ ଅନ୍ନାମଲାଇଙ୍କୁ ଆଶ୍ୱସ୍ତି ପ୍ରଦାନ କରଛନ୍ତି। କୋର୍ଟ କହିଛନ୍ତି...

ମୁଁ କଂଗ୍ରେସର ଉଦ୍ଦେଶ୍ୟ ପୂରଣ ହେବାକୁ ଦେବି ନାହିଁ: କର୍ନାଟକରେ ଗର୍ଜିଲେ ମୋଦି

ବେଙ୍ଗାଲୁରୁ,୨୯।୪: ସଂରକ୍ଷଣ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। କର୍ନାଟକରେ ଏକ ରାଲିକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ...

ପୁଣିଥରେ ଠପ ହେଲା ଏକ୍ସ, ୫ ଦିନରେ ଦୁଇଥର

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୯।୪: ପୂର୍ବରୁ ଟୁଇଟର ଭାବରେ ଜଣାଶୁଣା ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ପୁଣିଥରେ ବନ୍ଦ ହେବାର ଖବର ଆସିଛି। ବ୍ୟବହାରକାରୀମାନେ ଲଗାତାର ସୋସିଆଲ ମିଡିଆରେ ଅଭିଯୋଗ...

ଟ୍ରାଫିକ ବ୍ୟବସ୍ଥା ସମ୍ଭାଳିଲେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଭିଡିଓ ଭାଇରାଲ

ଲକ୍ଷ୍ନୌ,୨୯।୪: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଉତ୍ତରପ୍ରଦେଶର ଲକ୍ଷ୍ନୌ ଆସନରୁ ଭାଜପା ପ୍ରାର୍ଥୀ ଭାବରେ ପୁନଃ ମନୋନୀତ ହୋଇଛନ୍ତି। ସୋମବାର ସେ ଏଠାରୁ ପ୍ରାର୍ଥିପତ୍ର ଦାଖଲ...

ଫସିଗଲେ କହ୍ନେୟା କୁମାର, ଉଦିତ ରାଜ

ନୂଆଦିଲ୍ଲୀ,୨୯।୪: କହ୍ନେୟା କୁମାର ଏବଂ ଉଦିତ ରାଜଙ୍କୁ ଲୋକ ସଭା ପ୍ରାର୍ଥୀ କରାଯିବା ପରେ ଦିଲ୍ଲୀ କଂଗ୍ରେସରେ ଯେଉଁ ଆଲୋଡ଼ନ ସୃଷ୍ଟି ହୋଇଛି, ତାହା ଏପର୍ଯ୍ୟନ୍ତ...

କଂଗ୍ରେସକୁ ବଡ ଝଟ୍‌କା, ନାମାଙ୍କନ ଫେରାଇ ନେଲେ ପ୍ରାର୍ଥୀ

ଇନ୍ଦୋର,୨୯।୪: ଲୋକ ସଭା ନିର୍ବାଚନ ପୂର୍ବରୁ ଇନ୍ଦୋରରେ କଂଗ୍ରେସକୁ ବଡ ଝଟ୍‌କା ଲାଗିଛି। କଂଗ୍ରେସ ପ୍ରାର୍ଥୀ ଅକ୍ଷୟ କାନ୍ତି ବାମ ଆଜି ଦଳକୁ ଚକିତ କରି...

ମମତା ସରକାରଙ୍କୁ ସୁପ୍ରିମକୋର୍ଟରୁ ଲାଗିଲା ବଡ ଝଟ୍‌କା

ନୂଆଦିଲ୍ଲୀ,୨୯।୪: ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାର ସନ୍ଦେଶଖାଲି ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ କୌଣସି ଆଶ୍ୱସ୍ତି ପାଇନାହାଁନ୍ତି। ଏହି ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ କହିଛନ୍ତି ଯେ ସନ୍ଦେଶଖାଲି...

ଜମ୍ମୁ-କଶ୍ମୀରରେ ତୁଷାରପାତ

ଶ୍ରୀନଗର,୨୯ା୪: ଏପ୍ରିଲର ଶେଷ ଦିନରେ ଜମ୍ମୁ-କଶ୍ମୀରରେ ପାଣିପାଗ ଧାରା ବଦଳିଛି। ଗୁରେଜ, ମଛିଲ, ରାଜଦାନ ସମେତ ରାଜ୍ୟର ଅନେକ ପାହାଡ଼ିଆ ଅଞ୍ଚଳରେ ତୁଷାରପାତ ହୋଇଛି। ଏଥି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri