ମେ ୧୫ ଯାଏ ଶ୍ରଦ୍ଧାଳୁଙ୍କୁ ଶ୍ରୀମନ୍ଦିର ମନା

ନୂଆଦିଲ୍ଲୀ, ୧୬।୪(ପି.ଟି.):ଦେଶରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ସମେତ କେନ୍ଦ୍ରୀୟ ସଂରକ୍ଷଣରେ ଥିବା ତଥା ଭାରତର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ (ଏଏସ୍‌ଆଇ) ଅଧୀନରେ ଆସୁଥିବା ସମସ୍ତ ଐତିହ୍ୟ ସ୍ଥଳ ଓ ସଂଗ୍ରହାଳୟଗୁଡ଼ିକୁ ମେ’ ୧୫ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଏଏସ୍‌ଆଇ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ଜାରି ହୋଇଥିବା କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ପଟେଲ ଗୁରୁବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଏଏସ୍‌ଆଇ ଅଧୀନରେ ରହିଥିବା ୩,୬୯୩ ଐତିହ୍ୟ ସ୍ଥଳ ଏବଂ ୫୦ ସଂଗ୍ରହାଳୟ ଅନ୍ୟାଦେଶ ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ଉକ୍ତ ନିର୍ଦ୍ଦେଶନାମାରେ କୁହାଯାଇଛି। ପୁରୀ ଶ୍ରୀମନ୍ଦିର ଏବଂ ସୋମନାଥ ମନ୍ଦିର ଭଳି ଧର୍ମୀୟ ପୀଠରେ ଦୈନନ୍ଦିନ ପୂଜା ରୀତିନୀତି ଯଥାବିଧି ଜାରି ରହିବ। କିନ୍ତୁ ଭକ୍ତ ସମାଗମକୁ ଅନୁମତି ମିଳିବ ନାହିଁ ବୋଲି ସଂସ୍କୃତି ମନ୍ତ୍ରଣାଳୟର ଗଣମାଧ୍ୟମ ଉପଦେଷ୍ଟା ନୀତିନ ତ୍ରିପାଠୀ କହିଛନ୍ତି।
ପ୍ରକାଶ ଯେ, କରୋନା ମହାମାରୀ ଯୋଗୁ ଗତବର୍ଷ ମାର୍ଚ୍ଚ ୧୭ରୁ ଏଏସ୍‌ଆଇ ଅଧୀନ ସମସ୍ତ ଐତିହ୍ୟ ସ୍ଥଳକୁ ବନ୍ଦ କରିଦିଆଯାଇଥିଲା। ଜୁଲାଇରେ କୋଭିଡ୍‌ କଟକଣା ମଧ୍ୟରେ ସେଗୁଡ଼ିକ ପୁନର୍ବାର ଭକ୍ତ ଓ ପର୍ଯ୍ୟଟକମାନଙ୍କ ପାଇଁ ଖୋଲିଥିଲା। ମାସ୍କ ପରିଧାନ ଓ ସାମାଜିକ ଦୂରତାକୁ ବାଧ୍ୟତାମୂଳକ କରାଯିବା ସହ ପର୍ଯ୍ୟଟକଙ୍କ ସଂଖ୍ୟାକୁ ସୀମିତ ରଖାଯାଇଥିଲା। ପରବର୍ତ୍ତୀ ସମୟରେ ଏହି କଟକଣାକୁ କୋହଳ କରିଦିଆଯାଇଥିଲା। ତେବେ ସଂକ୍ରମଣର ଦ୍ୱିତୀୟ ଲହର ଭୟଙ୍କର ଭାବେ ବଢ଼ିଚାଲିଥିବାରୁ ପୁଣି ଥରେ ସମସ୍ତ ଐତିହ୍ୟ ସ୍ଥଳକୁ ବନ୍ଦ ରଖିବା ଲାଗି କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri