ସ୍ବରେଜ ଦୁର୍ଘଟଣା ପଛରେ ଇଞ୍ଜିନିୟରଙ୍କ ଅବହେଳା

ଭୁବନେଶ୍ୱର,୧୬ା୪(ବ୍ୟୁରୋ): କଟକ ସେକ୍ଟର-୧୦ ଅଞ୍ଚଳରେ ଗୁରୁବାର ସ୍ବେରେଜ ସଫେଇ ବେଳେ ଶ୍ୱାସରୁଦ୍ଧ ହୋଇ ୨ଜଣ କର୍ମଚାରୀଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟଜଣେ ଗୁରୁତର ହୋଇଥିଲେ। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଉଦ୍‌ବେଗ ପ୍ରକାଶ କରିବା ସହ କାର୍ଯ୍ୟରେ ଅବହେଳା କରିଥିବା ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଶୁକ୍ରବାର ପିଏଚ୍‌ଇଓର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ତଥା ଓ୍ବାଟ୍‌କୋ ଜିଏମ୍‌ ସୁଶାନ୍ତ ଘଡ଼େଇ, ଓ୍ବାଟ୍‌କୋ ଏସ୍‌ଡିଓ ତଥା ଜିଏମ୍‌ ସୁବାସ ରାଉତଙ୍କୁ ବଦଳି କରାଯାଇଛି। କାର୍ଯ୍ୟରେ ଅବହେଳା ଯୋଗୁ କନିଷ୍ଠ ଯନ୍ତ୍ରୀ ପ୍ରଦ୍ୟୋତ କୁମାର ସାହୁଙ୍କୁ ନିଲମ୍ବିତ କରାଯାଇଛି। ଯନ୍ତ୍ରୀ ପ୍ରଦ୍ୟୋତ ଏବଂ ସର୍ଭିସ ପ୍ରୋଭାଇଡର ଦୀପକ ନାୟକଙ୍କ ବିରୋଧରେ ସିଏମ୍‌ସି ପକ୍ଷରୁ ଥାନାରେ ଏତଲା ଦିଆଯାଇଛି। ଦୁର୍ଘଟଣାରେ ମୃତକଙ୍କ ପରିବାର ପ୍ରତି ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହ ଆତ୍ମୀୟଙ୍କ ଲାଗି ୧୦ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି। ଚିକିତ୍ସାଧୀନ ଥିବା ଡି. ଶିବାଙ୍କ ଲାଗି ୨ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରାଯାଇଛି। ସୂଚନାଯୋଗ୍ୟ, ଗୁରୁବାର ସ୍ବେରେଜ ସଫେଇ ବେଳେ ଶ୍ୱାସରୁଦ୍ଧ ହୋଇ କଟକ ମେରିଆ ବଜାର ମକରାବାଗ୍‌ ସାହିର ପି. ଶଙ୍କର (୨୩), ବଡମ୍ବା ଅଞ୍ଚଳର ବିଷ୍ଣୁ ନାୟକ (୨୨)ଙ୍କ ମୃତ୍ୟୁ ଘଟିଥିଲା। ମକରାବାଗ୍‌ ସାହିର ଡି. ଶିବା ଗୁରୁତର ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri