ସିଦ୍ଧେଶ୍ୱର ମନ୍ଦିର ନିକଟରୁ ପୁଣି ଶିବଲିଙ୍ଗ ଉଦ୍ଧାର

ଯାଜପୁର ଟାଉନ,୧୮ା୪(ଡି.ଏନ.ଏ.): ଯାଜପୁର ଜିଲା ଅନ୍ତର୍ଗତ ବୈତରଣୀ ନଦୀ ଅବବାହିକାର ସିଦ୍ଧେଶ୍ୱର ଘାଟରୁ ଶନିବାର ପୁଣି ୫ଫୁଟ ଲମ୍ବର ଏକ ମୁଗୁନିପଥର ନିର୍ମିତ ଶିବଲିଙ୍ଗ ଉଦ୍ଧାର କରାଯାଇଛି। ଉଦ୍ଧାର ଶିବଲିଙ୍ଗଙ୍କୁ ସ୍ଥାନୀୟ ଲୋକେ ସିଦ୍ଧେଶ୍ୱର ମନ୍ଦିରରେ ରଖି ପୂଜାର୍ଚ୍ଚନା କରୁଛନ୍ତି। ବାଲି ଉତ୍ତୋଳନ ବେଳେ ମାର୍ଚ୍ଚ ୧୧ରେ ପ୍ରଥମେ ସିଦ୍ଧେଶ୍ୱର ମନ୍ଦିର ନିକଟରୁ ଶିବଲିଙ୍ଗ ସହ ୨ଟି ଅମୁହାଁ ମନ୍ଦିର ଉଦ୍ଧାର ହୋଇଥିଲା। ମାର୍ଚ୍ଚ ୨୩ରେ ଦେବୀଗଡ଼ା ଘାଟରୁ ମୁଗୁନି ପଥରର ବାସୁଆ ବଳଦ, ଲକ୍ଷ୍ମୀ ମୂର୍ତ୍ତି, ଶିବଲିଙ୍ଗ ଓ ଭଗ୍ନ ଦେବୀମୂର୍ତ୍ତି ଉଦ୍ଧାର ହୋଇଥିବା ବେଳେ ଗତ ଶୁକ୍ରବାର ପୁଣି ଦେବୀଗଡ଼ା ଘାଟରୁ ପ୍ରାଚୀନ ନାରାୟଣ ମୂର୍ତ୍ତି ଓ ପ୍ରାଚୀନ କୀର୍ତ୍ତି ଥିବା ପଥରମାନ ଉଦ୍ଧାର କରାଯାଇଥିଲା। ତେବେ ବୈତରଣୀ ନଦୀରୁ ଏତେ ମାତ୍ରାର ପ୍ରାଚୀନ କୀର୍ତ୍ତି ଓ ପ୍ରାଚୀନ ମୂର୍ତ୍ତି ଉଦ୍ଧାର ହେଉଥିବାରୁ ସେଗୁଡ଼ିକର ରକ୍ଷଣାବେକ୍ଷଣା କରିବାକୁ ସ୍ଥାନୀୟ ଲୋକେ ଦାବି କରି ଆସୁଛନ୍ତି। ମାତ୍ର ଆଜି ପର୍ଯ୍ୟନ୍ତ ପ୍ରତ୍ନତତ୍ତ୍ୱ ବିଭାଗ କୌଣସି ପଦକ୍ଷେପ ଗ୍ରହଣ କରୁ ନ ଥିବାରୁ ସାଧାରଣରେ କ୍ଷୋଭ ପ୍ରକାଶ ପାଇଛି। ଏ ସମ୍ପର୍କରେ ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର କହିଛନ୍ତି, ମୂର୍ତ୍ତି ଉଦ୍ଧାର ସମ୍ପର୍କରେ ପ୍ରତ୍ନତତ୍ତ୍ୱ ଓ ଦେବୋତ୍ତର ବିଭାଗକୁ ଚିଠି ଲେଖାଯାଇଛି। ଖୁବ୍‌ଶୀଘ୍ର ପ୍ରତ୍ନତତ୍ତ୍ୱ ବିଭାଗର ଏକ ଟିମ୍‌ ଆସି ଏହାର ତଦନ୍ତ କରି ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri