୫ ଦିନିଆ ଶଟ୍‌ଡାଉନ୍‌ ଘୋଷଣା

ଚନ୍ଦାହାଣ୍ଡି,୧୮ା୪: ଛତିଶଗଡ଼ ସୀମାନ୍ତ ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକକୁ ୫ ଦିନ ପାଇଁ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ୧୦ ଦିନ ମଧ୍ୟରେ ବ୍ଲକରୁ ୧୮୦ରୁ ଊର୍ଦ୍ଧ୍ୱ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ବ୍ଲକ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି। ସୂଚନା ଅନୁଯାୟୀ, ଛତିଶଗଡ଼ ସୀମାରେ ରହିଥିବା ଏହି ବ୍ଲକ୍‌ର ୨ ମୁଖ୍ୟ ରାସ୍ତାକୁ ପ୍ରଶାସନ ପକ୍ଷରୁ ସିଲ୍‌ କରାଯାଇଛି। ତେବେ ଦୁଇ ରାଜ୍ୟକୁ ଯାତାୟାତ ନିମନ୍ତେ ୫୦ରୁ ଊଦ୍ଧର୍‌ବ ଗଳାବାଟ ରହିଥିବା ବେଳେ ସେଗୁଡ଼ିକୁ ସିଲ୍‌ କରିବା ସହଜ ନୁହେଁ। ଚନ୍ଦାହାଣ୍ଡି ବ୍ଲକ ଏବଂ ସୀମାନ୍ତ ଛତିଶଗଡ଼ର ଜନସାଧାରଣଙ୍କ ମଧ୍ୟରେ ବ୍ୟବସାୟିକ ଏବଂ ସାମାଜିକ ସମ୍ପର୍କ ରହିଛି। ପ୍ରତ୍ୟେକ ଦିନ ଲୋକଙ୍କ ଯାତାୟାତ ଲାଗି ରହିଥାଏ। ତେଣୁ ଚନ୍ଦାହାଣ୍ଡି ସଦର ମହକୁମା ବ୍ୟବସାୟୀ ସଂଘ ପକ୍ଷରୁ ସମ୍ପୂର୍ଣ୍ଣ ବ୍ଲକକୁ ଶଟ୍‌ଡାଉନ କରିବା ନିମନ୍ତେ ଦାବି ହୋଇଥିଲା। ଏ ନେଇ ନବରଙ୍ଗପୁର ଏମ୍‌ପି ରମେଶ ଚନ୍ଦ୍ର ମାଝି ମଧ୍ୟ ଜିଲାପାଳଙ୍କ ସହ ଆଲୋଚନା କରିଥିଲେ। ରବିବାର ଜିଲାପାଳ ସରୋଜ କୁମାର ମିଶ୍ରଙ୍କ ନିର୍ଦ୍ଦେଶରେ ବ୍ଲକ ପ୍ରଶାସନ ପକ୍ଷରୁ ସମସ୍ତ ରାଜନୈତିକ ଦଳ ଓ ସାମାଜିକ ସଙ୍ଗଠନ ସହ ଆଲୋଚନା ପରେ ବ୍ଲକକୁ ୧୯ରୁ ୨୩ ପର୍ଯ୍ୟନ୍ତ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri