ନାଇଟ୍‌ କର୍ଫ୍ୟୁ ବେଳେ ଚାଲିଛି ଲୁହାପଥର ଚାଲାଣ: ବନ ବିଭାଗ ଦ୍ୱାରା ଡମ୍ପର ଜବତ, ୨ ଗିରଫ

ଯୋଡ଼ା,୨୦।୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡା ଖଣି ମଣ୍ଡଳରୁ ଝାଡଖଣ୍ଡ ରାଜ୍ୟକୁ ଦୈନିକ ଲୁହାପଥର ଚୋରା ଚାଲାଣ କରାଯାଉଛି। ଗୋଟିଏପଟେ ପ୍ରଶାସନ ପକ୍ଷରୁ ଆନ୍ତଃରାଜ୍ୟ ସୀମା ସିଲ୍‌, ନାଇଟ୍‌ କର୍ଫ୍ୟୁ ଜାରି କରାଯାଇ ପୋଲିସ ପଇଁତରା ମାରୁଥିବା ବେଳେ ଅନ୍ୟପଟେ ଚୋରା ଖଣିଜ ବୋଝେଇ ଗାଡି ଅନାୟାସରେ ଚାଲାଣ କରୁଛନ୍ତି। ଏହା କିପରି ସମ୍ଭବ ହେଉଛି ବୋଲି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ତେବେ ସୋମବାର ଚୋରା ଚାଲାଣ ବେଳେ ଲୁହାପଥର ବୋଝେଇ ଡମ୍ପରକୁ ଜବତ କରିଛି ବନବିଭାଗ। ବାମେବାରୀ ବନପାଳ ଯତୀନ୍ଦ୍ର କୁମାର ସାହୁଙ୍କ ଠାରୁ ମିଳିଥିବା ସୂଚନା ଅନୁଯାୟୀ, ଭୋର୍‌ ୩ଟା ବେଳେ ନୟାଗଡ ଗ୍ରାମ୍ୟ ଜଙ୍ଗଲରେ ଗଚ୍ଛିତ ରଖାଯାଇଥିବା ଲୁହା ପଥରକୁ ଏକ ଡମ୍ପର ବୋଝେଇ କରୁଥିଲା। ଖବର ପାଇ ଚମ୍ପୁଆ ରେଞ୍ଜ ଅଧିକାରୀ ସଞ୍ଜୀବ ରାଉତଙ୍କ ସମେତ ସଦଳବଳ ଚଢାଉ କରି ଡମ୍ପରକୁ ଜବତ ସହ ସଂପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିଛନ୍ତି। ସେମାନେ ହେଲେ ଉଚ୍ଚବାଲି ଅଞ୍ଚଳର ଡମ୍ପର ମାଲିକ ମହେଶ୍ୱର ବାରିକ, ଡ୍ରାଇଭର ଉମାଶଙ୍କର ମହାକୁଡ। ଡମ୍ପରରେ ପ୍ରାୟ ୧୦ ମେଟ୍ରିକ ଟନ୍‌ ଉନ୍ନତମାନର ଲୁହା ପଥର ବୋଝେଇ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ବାଜିଲା ଗୁଳି….

ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର...

ଅସହ୍ୟ, ଅସମ୍ଭାଳ  ହୋଇପଡ଼ିଲାଣି ଶୀତ: ଥରୁଛି  ଓଡ଼ିଶାର କଶ୍ମୀର 

ଦାରିଙ୍ଗବାଡି,୧୧।୧୨ (ଅରୁଣ ସାହୁ ): ଦିନକୁ ଦିନ ତାପମାତ୍ରା ତଳ ମୁହାଁ ହେବାରେ ଲାଗିଛି । ଏବେ ଶୀତ ଯେମିତି ଦାଉ ସାଧୁଛି ।ଏଭଳି ସ୍ଥିତି...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

ଓଏଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳ, ୨୩ ଓଏଏସ୍‌ଙ୍କୁ…

ଭୁବନେଶ୍ୱର,୧୧ା୧୨ (ରବିନାରାୟଣ ଜେନା): ରାଜସ୍ୱ ବିଭାଗ ପକ୍ଷରୁ ବୁଧବାର ୨୩ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀଙ୍କ ବଦଳି କରାଯାଇଛି। ବିଭାଗର ବିଜ୍ଞପ୍ତି ଅନୁଯାୟୀ, ମୋ-ସ୍କୁଲ ଅଭିଯାନର...

‘ପର୍‌ ଡ୍ରପ୍‌ ମୋର୍‌ କ୍ରପ୍‌’ ଖର୍ଚ୍ଚ ବଢ଼ାଅ

ଭୁବନେଶ୍ୱର,୧୧।୧୨(ରବିନାରାୟଣ ଜେନା): କୃଷି ଓ କୃଷକଙ୍କ ହିତକୁ ଦୃଷ୍ଟିରେ ରଖି କେନ୍ଦ୍ର ଏବଂ ରାଜ୍ୟ ସରକାର ବହୁବିଧ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ମାତ୍ର ବାସ୍ତବକ୍ଷେତ୍ରରେ ଅଧିକାରୀଙ୍କ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri