୫୦% କର୍ମଚାରୀରେ ଚାଲିବ ସ୍କୁଲ

ଭୁବନେଶ୍ୱର, ୨୦।୪(ବ୍ୟୁରୋ): କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂର୍ବରୁ ସୋମବାରଠାରୁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବାକୁ ଘୋଷଣା କରିଥିଲେ। ଏଥିସହ ପିଲାଙ୍କ ଶ୍ରେଣୀ ପାଠପଢ଼ା ବନ୍ଦ ହେବ ବୋଲି କହିଥିଲେ। ଶିକ୍ଷାନୁଷ୍ଠାନ ଖୋଲିବ କି ନାହିଁ ଓ କିପରି ପରିଚାଳନା ହେବ ସେ ନେଇ ବିଭାଗ ଉପରେ ନିଷ୍ପତ୍ତି ଛାଡ଼ି ଦିଆଯାଇଥିଲା। ଏହି ପରିପ୍ରେକ୍ଷୀରେ ଉଚ୍ଚ ଶିକ୍ଷାନୁଷ୍ଠାନ କିପରି ଚାଲିବ ସେ ନେଇ ଉଚ୍ଚଶିକ୍ଷା ବିଭାଗ ବିଜ୍ଞପ୍ତି ପ୍ରକାଶ କରିଥିଲା। କିନ୍ତୁ ସ୍କୁଲ କିପରି ଚାଲିବ ସେ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କୌଣସି ସ୍ପଷ୍ଟ କରି ନ ଥିଲା। ଏହାକୁ ନେଇ ଶିକ୍ଷକମାନେ ଦ୍ୱନ୍ଦ୍ୱରେ ଥିବାବେଳେ ଏହା ଦୂର ହୋଇଛି। ନାମଲେଖା, ପୁସ୍ତକ ବଣ୍ଟନ ଏବଂ ଏମ୍‌ଡିଏମ୍‌ କାର୍ଯ୍ୟକ୍ରମର ମନିଟରିଂ ଭଳି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକଳାପ କରିବା ପାଇଁ ୫୦% ଶିକ୍ଷକ ଏବଂ ଅଣଶିକ୍ଷକ କର୍ମଚାରୀ ବିଦ୍ୟାଳୟରେ ଉପସ୍ଥିତ ରହିବେ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ଏ ନେଇ ସୋମବାର ବିଭାଗର ଅତିରିକ୍ତ ସଚିବ ଆଲୋକ କୁମାର କର ବିଭାଗୀୟ ସମସ୍ତ ନିର୍ଦ୍ଦେଶକଙ୍କୁ ଚିଠି ଲେଖି ଜଣାଇଛନ୍ତି। ସେହିପରି ସବୁ କର୍ମଚାରୀ ନିଜ ମୁଖ୍ୟାଳୟରେ ରହିବେ। ମୁଖ୍ୟାଳୟ ଛାଡ଼ିବାକୁ ଚାହୁଁଥିବା ବ୍ୟକ୍ତି ସମ୍ପୃକ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟ/ଜିଲା ଶିକ୍ଷାଧିକାରୀ/ବ୍ଲକ ଶିକ୍ଷାଧିକାରୀ ମାଧ୍ୟମରେ ଜିଲାପାଳଙ୍କ ଅନୁମତି ନେବା ଉଚିତ୍‌। ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଏହା ଲାଗୁ ହେବ ବୋଲି ଚିଠିରେ ଉଲ୍ଲେଖ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

BSF କନଷ୍ଟେବଳ ନିଯୁକ୍ତିରେ ଅଗ୍ନିବୀରଙ୍କୁ ମିଳିବ ୫୦ ପ୍ରତିଶତ ସଂରକ୍ଷଣ, ଗୃହ ମନ୍ତ୍ରଣାଳୟ ଜାରି କଲା ନୋଟିଫିକେଶନ

ନୂଆଦିଲ୍ଲୀ,୨୧।୧୨: କେନ୍ଦ୍ର ସରକାର ସୀମା ସୁରକ୍ଷା ବାହିନୀର ନିଯୁକ୍ତି ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣି ସାଧାରଣ ଡ୍ୟୁଟି କ୍ୟାଡର ସହିତ ଜଡିତ ନିୟମଗୁଡ଼ିକୁ ସଂଶୋଧନ...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri