Posted inଜାତୀୟ

କରୋନାରୁ କେବେ ମିଳିବ ଆଶ୍ୱସ୍ତି: ଏମ୍ସ ନିର୍ଦ୍ଦେଶକ ଦେଲେ ଏମିତି ଉତ୍ତର

ନୂଆଦିଲ୍ଲୀ,୨୦।୪: ଭାରତରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢିଚାଲିଛି। ପ୍ରତିଦିନ ୨.୫ ଲକ୍ଷରୁ ଅଧିକ କରୋନା ରୋଗୀ ଚିହ୍ନଟ ହେଉଥିବାବେଳେ ୧୫୦୦ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟୁଛି। ଏବେ ଲୋକଙ୍କ ମନରେ ଗୋଟିଏ ପ୍ରଶ୍ନ ମହାମାରୀ କରୋନାରୁ ଆଶ୍ୱସ୍ତି ମିଳିବ କେବେ। ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସର ନିର୍ଦ୍ଦେଶକ ଡା ରଣଦୀପ ଗୁଲେରିଆ କହିଛନ୍ତି ଯେ, ୨୦୨୧ ଶେଷ ସୁଦ୍ଧା ଆମେ ସ୍ଥିର ହୋଇପାରିବା। ଆସନ୍ତା ବର୍ଷ ମଧ୍ୟଭାଗରେ ଦେଶ ପୁଣି ସାଧାରଣ ସ୍ଥିତିକୁ ଫେରିବ ବୋଲି ସେ ଆଶା ପ୍ରକାଶ କରିଛନ୍ତି।
ଏକ ସାକ୍ଷାତକାରରେ ସେ କହିଛନ୍ତି, ଯେତେବେଳେ ଜାନୁୟାରୀ ଏବଂ ଫେବୃୟାରୀରେ କରୋନା ସଂକ୍ରମଣ ହ୍ରାସ ପାଇଥିଲା ଏବଂ ଟୀକାକରଣ ଆରମ୍ଭ ହୋଇଥିଲା, ସେତେବେଳେ ଅନେକ ଲୋକ ଅନୁଭବ କରିବାକୁ ଲାଗିଲେ ଯେ ମହାମାରୀ ସମାପ୍ତ ହୋଇଛି। ଲୋକମାନେ ସେତେବେଳେ କୋଭିଡ ପ୍ରୋଟୋକଲଗୁଡିକର ଉଲ୍ଲଂଘନ କରିଥିଲେ। କିନ୍ତୁ କରୋନା ଭୂତାଣୁ କୁଆଡେ ଯାଇ ଯାଇ ଥିଲା। ଏହା ଅଧିକ ବଢି ଯାଇଥିଲା। ଏହା ପରିବର୍ତ୍ତନ ହୋଇ ଅଧିକ ସଂକ୍ରାମକ ହେବାକୁ ଲାଗିଲା। ଆମେ ଇତିହାସରୁ ଶିକ୍ଷା କରିନାହୁଁ। ୧୯୮୯-୯୦ର ଇଫ୍ଲୁଏଞ୍ଜା ମହାମାରୀ ସମୟରେ ମଧ୍ୟ ସମାନ ଘଟଣା ଘଟିଥିଲା। ତେଣୁ ସମସ୍ତେ ସତର୍କ ହେବା ଜରୁରୀ। ଟିକେ ଅବହେଳା ଜୀବନ ନେଇପାରେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri