ମାଡ଼ି ଆସୁଛି ବିପଦ…

ନୂଆଦିଲ୍ଲୀ,୨୧।୪: ଦେଶରେ କରୋନା ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ବେଲଗାମ୍‌ ହେବା ଯୋଗୁ ସଙ୍କଟ ବଢିଛାଲିଛି। କରୋନା ସଂକ୍ରମଣ ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିିଛି। ବିପଦ ପୁଣି ମାଡ଼ିଆସୁଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଥିବାରୁ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ଚିନ୍ତା ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୫ ହଜାର ୪୧ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୨ ହଜାର ୨୩ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଗୋଟିଏ ଦିନ ପୂର୍ବରୁ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୫୯ ହଜାର ୧୬୭ ଥିଲା। ଏଭଳି ସ୍ଥିତି ଜାରି ରହିଲେ ଆଉ ଗୋଟିଏ ଦିନ ମଧ୍ୟରେ ଦେଶରେ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷରେ ପହଞ୍ଚିବାର ଆଶଙ୍କା ଦେଖାଦେଇଛି। ଅନ୍ୟ ରାଜ୍ୟ ତୁଳନାରେ ମହାରାଷ୍ଟ୍ରରେ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୨ ହଜାର ୯୭ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୧୯ ଛୁଇଁଛି। ଇତି ମଧ୍ୟରେ ଦେଶରେ ୨୭ କୋଟି ୧୦ ଲକ୍ଷ ୫୩ ହଜାର ୩୯୨ ଲୋକଙ୍କ ନମୁନା ପରୀକ୍ଷା ହୋଇଥିବା ଆଇସିଏମ୍‌ଆର୍‌ ପକ୍ଷରୁ କୁହାଯାଇଛି। ଅପରପକ୍ଷରେ ୧୩ କୋଟି ୧ ଲକ୍ଷ ୧୯ ହଜାର ୩୧୦ ଲୋକଙ୍କୁ ଟିକାଦାନ କରାଯାଇଛି। ଟିକାଦାନ ପ୍ରକ୍ରିୟା ଜାରି ରହିଥିଲେ ବି କରୋନା ସଂକ୍ରମଣରେ ଅଙ୍କୁଶ ଲଗାଇବା ସମ୍ଭବ ହୋଇପାରୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଭୀଷଣ ହେଉଛି ବାୟୂ ପ୍ରଦୂଷଣ, ଏୟାର୍ ପ୍ୟୁରିଫାୟର୍‌ରେ GST କମାଇବାକୁ ମନାକଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,,୨୬।୧୨: ଦିଲ୍ଲୀ ବାୟୁ ପ୍ରଦୂଷଣରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସରକାରଙ୍କ ଅନେକ ପଦକ୍ଷେପ ସତ୍ତ୍ୱେ ଏଥିରେ ସୁଧାର ଆସୁ ନାହିଁ। ଫଳରେ ଲୋକେ କେବଳ ଅତ୍ୟାଧୁନିକ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

ବିଜେଡି ପ୍ରତିଷ୍ଠା ଦିବସରେ ବଡ଼ ଘୋଷଣା କଲେ ନବୀନ ପଟ୍ଟନାୟକ: ଆଗକୁ ଦଳ…

ଭୁବନେଶ୍ବର,୨୬।୧୨: ଆଜି ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ପାଳନ କରାଯାଉଛି। ଏହି ଅବସରରେ ଦଳର ସୁପ୍ରିମୋ ତଥା ବିରୋଧୀ ଦଳର ନେତା ନବୀନ...

ବାଂଲାଦେଶୀ ହିନ୍ଦୁଙ୍କୁ ସ୍ବପ୍ନ ଦେଖାଇଲେଣି ତାରିକ? କହିଲେ ‘I have a dream, ଯେମିତି ୧୯୭୧ରେ ସବୁ ଧର୍ମ ମିଶି…

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ଅଧ୍ୟକ୍ଷ ତାରିକ ରହମାନ ଗୁରୁବାର (ଡିସେମ୍ବର ୨୫, ୨୦୨୫) ଦିନ ଲୋକମାନଙ୍କୁ ଶାନ୍ତି ପାଇଁ ଆହ୍ବାନ କରିଥିଲେ।...

ଓମ୍‌ସାର ଆନ୍ଦୋଳନ: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

କାନ୍ଦି କାନ୍ଦି ପୋଲିସ ଷ୍ଟେଶନ ପହଞ୍ଚିଲା ୩ ବର୍ଷର ଶିଶୁ, କହିଲା କେମିତି ହୋମ ଓ୍ବାର୍କ କରିବି ଅଙ୍କଲ…

ରାଜାପୁର,୨୬।୧୨: ମଧ୍ୟପ୍ରଦେଶ ଶୁଜାପୁର ଜିଲାରେ ଏକ ଆକର୍ଷଣୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଚେରି ନାମକ ଜଣେ ୩ ବର୍ଷୀୟ ସ୍କୁଲ ଛାତ୍ରୀ ତାଙ୍କ ସ୍କୁଲ...

ବିଜେଡି ପ୍ରତିଷ୍ଠା ଦିବସରେ ଏକତାର ମନ୍ତ୍ର ଦେଲେ ପ୍ରଫୁଲ୍ଲ ଘଡ଼େଇ, କହିଲେ ନବୀନ ପଟ୍ଟନାୟକଙ୍କୁ…

ଭୁବନେଶ୍ୱର,୨୬।୧୨:  ଆଜି ବିଜୁ ଜନତା ଦଳ ୨୯ତମ ପ୍ରତିଷ୍ଠା ଦିବସ ପାଳୁଛି ।  ପ୍ରତିଷ୍ଠା ଦିବସ ପାଇଁ ଶଙ୍ଖ ଭବନ ସଜେଇ ହୋଇଥିବା ବେଳେ ନବୀନ...

୭ ଦଫା ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲା କୃଷକ ସଙ୍ଗଠନ: ପଦ୍ମପୁର ବନ୍ଦ ଡାକରା

ପଦ୍ମପୁର,୨୬।୧୨(ପ୍ରଦୀପ୍ତ ଦାଶ):ଚଳିତ ବର୍ଷ ରାଜ୍ୟ ସରକାରଙ୍କ ଧାନ ସଂଗ୍ରହ ନୀତି ବାଟବଣା ହୋଇଯାଇଛି। ଡବଲ ଇଞ୍ଜିନ ଲୋକଙ୍କ ସରକାର କହି କହି କେବଳ ବାହାସ୍ଫୋଟ ମାରୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri