Posted inଖେଳ

ଆର୍ଚେରୀ ବିଶ୍ୱକପ୍‌: କ୍ୱାଲିଫିକେଶନ ରାଉଣ୍ଡରେ ଶୀର୍ଷରେ ଭାରତୀୟ ମହିଳା

ଗ୍ବାଟେମାଲା ସିଟି,୨୨।୪(ପି.ଟି.): ଦୀର୍ଘ ଦୁଇବର୍ଷ ପରେ ଆର୍ଚେରୀ ବିଶ୍ୱକପ୍‌କୁ ପ୍ରତ୍ୟାବର୍ତ୍ତନ କରି ଭାରତୀୟ ରିକର୍ଭ ଆର୍ଚରମାନେ ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। କ୍ୱାଲିଫିକେଶନ ରାଉଣ୍ଡରେ ଭାରତୀୟ ମହିଳା ରିକର୍ଭ ଟିମ୍‌ ଶୀର୍ଷରେ ରହିଛି। ଅଙ୍କିତା ଭକତ ଓ ଦୀପିକା କୁମାରୀ ପ୍ରାରମ୍ଭିକ ପର୍ଯ୍ୟାୟରେ ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ପୁରୁଷ ଓ ମହିଳା ଟିମ୍‌ ଇଭେଣ୍ଟରେ ଭାରତ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ୩ଟି ଇଭେଣ୍ଟରେ ଭାରତୀୟ ତୀରନ୍ଦାଜମାନେ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି।
ଅତନୁ ଦାସ ବିଶ୍ୱର ୧ ନମ୍ବର ତୀରନ୍ଦାଜ ବ୍ରାଡି ଏଲିସନଙ୍କ ପଛରେ ରହି ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ତାଙ୍କ ପ୍ରଦର୍ଶନ ବଳରେ ଭାରତୀୟ ଦଳ ତୃତୀୟ ସ୍ଥାନରେ ରହି ଅଭିଯାନ ଶେଷ କରିଛି। ମିକ୍ସଡ ସେକ୍‌ସନରେ ଅତନୁ ଓ ଦୀପିକା ଏକାଠି ପ୍ରତିଯୋଗିତାରେ ଭାଗନେବେ। ଗତବର୍ଷ ଦୁହେଁ ବିବାହ କରିଥିଲେ। ଟୋକିଓ ଅଲିମ୍ପିକ୍ସ ପାଇଁ ଏହି ଟୁର୍ନାମେଣ୍ଟ ପ୍ରସ୍ତୁତିରେ ବେଶ୍‌ ସହାୟ ହେବ। କୋଭିଡ୍‌-୧୯ ମହାମାରୀ ପାଇଁ ଏହି ପ୍ରତିଯୋଗିତା ଗୋଟିଏ ବର୍ଷ ଆୟୋଜନ ହୋଇପାରି ନ ଥିଲା। ଇତିମଧ୍ୟରେ ୧୮ ମାସ ବିତିଯାଇଥିଲେ ମଧ୍ୟ ମସ୍କୋରେ ଆର୍ଚେରୀ ବିଶ୍ୱକପ୍‌ ଆୟୋଜନ ହୋଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ କି ଟିମ୍‌ ଇଣ୍ଡିଆ? ବିସିସିଆଇ ନେଲା ଗୁରୁତ୍ୱପୂର୍ଣ୍ଣ ସୂଚନା

ନୂଆଦିଲ୍ଲୀ,୭।୫: ଆସନ୍ତା ବର୍ଷ ପାକିସ୍ତାନରେ ଚାମ୍ପିଅନ୍ସ ଟ୍ରଫି ଅନୁଷ୍ଠିତ ହେବ ଏବଂ ଏହି ଟୁର୍ନାମେଣ୍ଟ ପାଇଁ ଭାରତୀୟ ଦଳ ପାକିସ୍ତାନ ଯିବା ଉପରେ ସନ୍ଦେହ ରହିଛି।...

ଜୁନିୟର ମହିଳା ହକି ଦଳରେ ଓଡ଼ିଶାର ୪

ନୂଆଦିଲ୍ଲୀ,୭ା୫ (ପି.ଟି.): ମେ ୨୧ରୁ ୨୯ ପର୍ଯ୍ୟନ୍ତ ୟୁରୋପ ଟୁର୍‌ ପାଇଁ ହକି ଇଣ୍ଡିଆ ସୋମବାର ୨୨ଜଣିଆ ଭାରତୀୟ ମହିଳା ଦଳ ଘୋଷଣା କରିଛି। ଏଥିରେ...

ଧର୍ମଶାଳାରେ ଭାରତର ପ୍ରଥମ ହାଇବ୍ରିଡ ପିଚ୍‌

ଧର୍ମଶାଳା,୭।୫(ପି.ଟି.): ଭାରତର ସର୍ବପ୍ରଥମ ହାଇବ୍ରିଡ ପିଚ୍‌ ଧର୍ମଶାଳା କ୍ରିକେଟ ଷ୍ଟାଡିୟମରେ ଉଦ୍‌ଘାଟିତ ହୋଇଛି। ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ (ଏଚ୍‌ପିସିଏ) ପକ୍ଷରୁ ସୋମବାର ଏହି କାର୍ଯ୍ୟକ୍ରମ...

କ୍ୱାର୍ଟର ଫାଇନାଲରେ ସହିଦ ସ୍ପୋର୍ଟିଂ

ଭୁବନେଶ୍ୱର, ୭।୫ (ତପନ ସ୍ବାଇଁ): ପାରାମାଉଣ୍ଟ ସ୍ପୋର୍ଟିଂ ଆନୁକୂଲ୍ୟରେ ଏହାର ପଡ଼ିଆରେ ଚାଲିଥିବା ୬ଷ୍ଠ ଅରବିନ୍ଦ ସ୍ମାରକୀ ୧୬ ବର୍ଷରୁ କମ୍‌ ଜୁନିୟର କ୍ରିକେଟ ଟୁର୍ନାମେଣ୍ଟର...

ନୋରିସଙ୍କୁ ପ୍ରଥମ ଫର୍ମୁଲା ଓ୍ବାନ ସଫଳତା

ମାୟାମି ଗାର୍ଡେନ୍ସ, ୭ା୫: ବିଶ୍ୱ ଚାମ୍ପିୟନ ତଥା ରେଡ୍‌ବୁଲର ମାକ୍ସ ଭର୍ଷ୍ଟାପେନ୍‌ଙ୍କୁ ୭ ସେକେଣ୍ଡ ପଛରେ ପକାଇ ଲାଣ୍ଡୋ ନୋରିସ ଏଠାରେ ମାୟାମି ଗ୍ରଁା ପ୍ରି...

ମହମ୍ମଦ ଆମିରଙ୍କୁ ମିଳୁନି ଭିଜା: ସମସ୍ୟାରେ ପାକିସ୍ତାନ କ୍ରିକେଟ ବୋର୍ଡ

ଲାହୋର,୬ା୫: ମହମ୍ମଦ ଆମିରଙ୍କ ଲାଗି ଭିଜା ସମସ୍ୟା ଦେଖା ଦେଇଛି। ଫଳରେ ଆୟର୍ଲାଣ୍ଡରେ ୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ ଖେଳିବା ଲାଗି ମଙ୍ଗଳବାର ପାକିସ୍ତାନ...

ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ରେ ଚାଲିଛି ଆଗ-ପଛ: ଜାଣନ୍ତୁ କିଏ ଅଛନ୍ତି ଶୀର୍ଷରେ

ନୂଆଦିଲ୍ଲୀ,୬।୫:ଇଣ୍ଡିଆନ ପ୍ରିମିୟର ଲିଗର ୧୭ତମ ସିଜନରେ ପଏଣ୍ଟ ଟେବୁଲରେ କୋଲକାତା ନାଇଟ ରାଇଡର୍ସ ଭଲ ପ୍ରଦର୍ଶନ କରୁଛନ୍ତି। କେକେଆର ଟେବୁଲରେ ଭଲ ପ୍ରଦର୍ଶନ କରିବାରେ ସକ୍ଷମ...

କ୍ରିକେଟ୍‌ ଖେଳୁଥିବାବେଳେ ପ୍ରାଇଭେଟ୍‌ ପାର୍ଟରେ ବାଜିଲା ବଲ୍‌: ପଡ଼ିଆରେ ଚାଲିଗଲା ଜୀବନ

ନୂଆଦିଲ୍ଲୀ,୬।୫: ଆଜିକାଲି ଯୁବବର୍ଗଙ୍କୁ କ୍ରିକେଟ୍‌ ନିଶା ଘାରିଛି। କ୍ରିକେଟ୍‌ ଦେଖିବା ଏବଂ ଖେଳିବାକୁ ମଜା ଲାଗିଥାଏ। ବେଳେବେଳେ ଏହି ଖେଳ ବିପଜ୍ଜନକ ପ୍ରମାଣିତ ହୁଏ। କ୍ରିକେଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri