Posted inଖେଳ

ଟୋକିଓ ଅଲିମ୍ପିକ୍ସ: ମଶାଲ ରାଲିରେ ପ୍ରଥମ କରୋନା ପଜିଟିଭ ଚିହ୍ନଟ

ଟୋକିଓ,୨୩।୪(ଏପି): ଟୋକିଓ ଅଲିମ୍ପିକ୍ସ ଆୟୋଜନ ହେବାକୁ ଆଉ ୩ ମାସ ବାକି ରହିଛି। ଅଲିମ୍ପିକ୍ସ ମଶାଲ ରାଲିରେ ପ୍ରଥମ କରୋନା ପଜିଟିଭ୍‌ କେସ୍‌ ପଦାକୁ ଆସିଛି। ଗତ ସପ୍ତାହରେ ମଶାଲ ରାଲି ପାଇଁ ଦାୟିତ୍ୱରେ ରହିଥିବା ଜଣେ ପୋଲିସ କର୍ମଚାରୀ କୋଭିଡ୍‌-୧୯ ପଜିଟିଭ୍‌ ବୋଲି ଜଣାପଡିଛି। ଏ ନେଇ ଅଲିମ୍ପିକ୍ସ ଆୟୋଜକଙ୍କ ତରଫରୁ ସୂଚନା ଦିଆଯାଇଛି। ଗତ ମାର୍ଚ୍ଚ ୨୫ ତାରିଖରେ ଫୁକୁସୀମାର ଉତ୍ତରପୂର୍ବାଞ୍ଚଳରେ ରାଲି ଆରମ୍ଭ ହୋଇଥିଲା। ଏହି ୩୦ବର୍ଷୀୟ ପୋଲିସ କର୍ମଚାରୀ ଜଣକ ଏପ୍ରିଲ ୧୭ ତାରିଖରେ ଟ୍ରାଫିକ୍‌ ନିୟନ୍ତ୍ରଣ କରିବାର ଦାୟିତ୍ୱରେ ରହିଥିଲେ। ତେବେ ଏହାର ପରଦିନ ସେ ପଜିଟିଭ୍‌ ବୋଲି ଟେଷ୍ଟରୁ ଜଣାପଡିଥିଲା। ଏ ଘଟଣାକୁ ନେଇ ସ୍ଥାନୀୟ ସ୍ବାସ୍ଥ୍ୟ କର୍ତ୍ତୃପକ୍ଷ ତଦନ୍ତ ଜାରି ରଖିଛନ୍ତି। ପୋଲିସ କର୍ମଚାରୀ ଜଣକ ମାସ୍କ ପିନ୍ଧିଥିଲେ, ସାମାଜିକ ଦୂରତା ମଧ୍ୟ ରକ୍ଷା କରିଥିଲେ ବୋଲି କୁହାଯାଇଛି। ମଙ୍ଗଳବାର ସୁଦ୍ଧା ଜାପାନରେ ୫,୪୧, ୪୯୬ ଜଣ କରୋନା ଦ୍ୱାରା ସଂକ୍ରମିତ ହୋଇଛନ୍ତି ଓ ୯,୭୧୦ ଜଣ ଏହି ମହାମାରୀରେ ମୃତ୍ୟୁବରଣ କରିଛନ୍ତି। ରାଲିରେ ଅଂଶଗ୍ରହଣ କରିଥିବା ସମସ୍ତ ପାର୍ଟିସିପାଣ୍ଟ ସବୁପ୍ରକାର ନିୟମ ମାନିଥିଲେ ବୋଲି ଆୟୋଜକମାନେ କହିଛନ୍ତି। ମଶାଲ ରାଲିରେ ୧୦, ୦୦୦ ରନର ଯୋଗ ଦେଇଥିଲେ। ଆସନ୍ତା ମେ’ ୧-୨ରେ ରାଲିର ଦ୍ୱିତୀୟ ପର୍ଯ୍ୟାୟ ଦକ୍ଷିଣ ଦ୍ୱୀପ ଓକିନାଓ୍ବାରେ ଆୟୋଜନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri