Odisha Elections 2024

ଶ୍ରେଷ୍ଠ ୨୦୧+ ବିଶ୍ୱବିଦ୍ୟାଳୟ ତାଲିକାରେ କିଟ୍ ‌

ଭୁବନେଶ୍ୱର,୨୩।୪(ବ୍ୟୁରୋ): ଟାଇମ୍ସ ହାୟର ଏଜୁକେଶନ ଇମ୍ପାକ୍ଟ ର଼୍ୟାଙ୍କିଙ୍ଗ-୨୦୨୧ ପ୍ରକାଶ ପାଇଛି। ବିଶ୍ୱର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ମଧ୍ୟରେ କିଟ୍‌ ବିଶ୍ୱବିଦ୍ୟାଳୟ ସ୍ଥାନ ପାଇଛି। ପୂର୍ବବର୍ଷ କିଟ୍‌ ସାମଗ୍ରିକ ଇମ୍ପାକ୍ଟ ର଼୍ୟାଙ୍କିଙ୍ଗରେ ୫୦୧+ ସ୍ଥାନରେ ରହିଥିବାବେଳେ ଚଳିତ ବର୍ଷ ୨୦୧+ ର଼୍ୟାଙ୍କ୍‌ ମିଳିଛି।
ପ୍ରତିବର୍ଷ ଟାଇମ୍ସ ହାୟର ଏଜୁକେଶନ ପକ୍ଷରୁ ବିଶ୍ୱର ଖ୍ୟାତିସମ୍ପନ୍ନ ବିଶ୍ୱବିଦ୍ୟାଳୟଗୁଡ଼ିକୁ ନେଇ ବିଭିନ୍ନ ର଼୍ୟାଙ୍କିଙ୍ଗ କରିଆସୁଛି। ଏଥିରେ ବିଶ୍ୱର ସମସ୍ତ ବିଶ୍ୱବିଦ୍ୟାଳୟ ଅଂଶଗ୍ରହଣ କରିଥାନ୍ତି। ବିଶ୍ୱରେ ଥିବା ବିଶ୍ୱବିଦ୍ୟାଳୟଗୁଡ଼ିକ ଜାତିସଂଘର ଶତତ ବିକାଶ ଲକ୍ଷ୍ୟ (ଏସ୍‌ଜିଡି) ହାସଲ ଦିଗରେ କେତେ ପରିମାଣରେ କାର୍ଯ୍ୟ କରୁଛନ୍ତି ତାହାକୁ ଭିତ୍ତିକରି ଟାଇମ୍ସ ହାୟର ଏଜୁକେଶନ ପକ୍ଷରୁ ଇମ୍ପାକ୍ଟ ର଼୍ୟାଙ୍କିଙ୍ଗ କରାଯାଇଥାଏ। ଏସ୍‌ଜିଡିର ଉଦ୍ଦେଶ୍ୟକୁ ପୂରଣ କରୁଥିବାରୁ କିଟ୍‌କୁ ଏହି ର଼୍ୟାଙ୍କ ପ୍ରଦାନ କରାଯାଇଛି। ସାମଗ୍ରିକ ଇମ୍ପାକ୍ଟ ର଼୍ୟାଙ୍କିଙ୍ଗରେ କିଟ୍‌କୁ ୨୦୧+ ର଼୍ୟାଙ୍କ ମିଳିଥିବାବେଳେ ଏସ୍‌ଜିଡିର ‘ରିଡ୍ୟୁସ୍‌ଡ ଇନ୍‌ଇକ୍ୱାଲିଟିଜ୍‌’ ମାନଦଣ୍ଡରେ କିଟ୍‌ ସମଗ୍ର ବିଶ୍ୱରେ ୮୬ତମ ସ୍ଥାନରେ ରହିଛି। ଏହା ଦ୍ୱାରା ଅତିକମ୍‌ରେ ଗୋଟିଏ ମାନଦଣ୍ଡରେ ବିଶ୍ୱର ୧୦୦ଟି ବିଶ୍ୱବିଦ୍ୟାଳୟ ମଧ୍ୟରେ ରହିପାରିଛି କିଟ୍‌। ସେହିପରି ପାର୍ଟନର୍‌ ଫର୍‌ ଦି ଗୋଲ୍‌ସ ମାନଦଣ୍ଡରେ ବିଶ୍ୱ ତାଲିକାର ୧୦୧+ ର଼୍ୟାଙ୍କ, ଗୁଣାତ୍ମକ ଶିକ୍ଷା ମାନଦଣ୍ଡରେ ୨୦୧+ ଏବଂ ପିସ୍‌, ଜଷ୍ଟିସ୍‌ ଆଣ୍ଡ୍‌ ଷ୍ଟ୍ରଙ୍ଗ ଇନ୍‌ଷ୍ଟିଚ୍ୟୁସନ୍‌ସ ମାନଦଣ୍ଡରେ କିଟ୍‌ ୨୦୧+ ର଼୍ୟାଙ୍କରେ ରହିଛି। ଭାରତର ପୂର୍ବାଞ୍ଚଳରେ ଏକମାତ୍ର ବିଶ୍ୱବିଦ୍ୟାଳୟ ଭାବେ କିଟ୍‌ ଏହି ର଼୍ୟାଙ୍କ୍‌ ପାଇବାର ଗୌରବ ଅର୍ଜନ କରିଛି। ଗତବର୍ଷ ମଧ୍ୟ ଟାଇମ୍ସ ହାୟର୍‌ ଏଜୁକେଶନ ପକ୍ଷରୁ କିଟ୍‌କୁ ‘ୱାର୍କ ପ୍ଲେସ୍‌ ଅଫ୍‌ ଦି ଇୟର’ ପୁରସ୍କାର ପ୍ରଦାନ କରାଯାଇଥିଲା। ଏହି ସମ୍ମାନଜନକ ବିଶ୍ୱ ର଼୍ୟାକିଙ୍ଗ୍‌ରେ କିଟ୍‌ ସ୍ଥାନ ପାଇଥିବାରୁ ଏହା ଓଡ଼ିଶା ପାଇଁ ଗର୍ବ ଓ ଗୌରବର ବିଷୟ ବୋଲି କୁହାଯାଉଛି।
ସୂଚନାଯୋଗ୍ୟ, ଗବେଷଣା, ଆଉଟ୍‌ରିଚ୍‌, ଷ୍ଟିୱାର୍ଡଶିପ୍‌ ଓ ଶିକ୍ଷାଦାନ ଭଳି ୪ଟି ପ୍ରମୁଖ ମାନଦଣ୍ଡକୁ ନେଇ ଟାଇମ୍ସ ହାୟର୍‌ ଏଜୁକେଶନ ପକ୍ଷରୁ ବିଶ୍ୱବିଦ୍ୟାଳୟଗୁଡ଼ିକର ମୂଲ୍ୟାୟନ କରାଯାଇଥିଲା। ଏହି ସଫଳତାରେ କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଖୁସି ବ୍ୟକ୍ତ କରି କହିଛନ୍ତି, କିଟ୍‌ ବିଶ୍ୱବିଦ୍ୟାଳୟ ଗୁଣାତ୍ମକ ଶିକ୍ଷା ସହ ସାମାଜିକ ଗୁରୁଦାୟିତ୍ୱ ନିଭାଇ ଆସୁଥିବାରୁ ଆଜି ଏହା ସମ୍ଭବ ହୋଇପାରିଛି। ବିଶ୍ୱବିଶ୍ୱବିଦ୍ୟାଳୟ ର଼୍ୟାଙ୍କିଙ୍ଗ୍‌ରେ ଉନ୍ନତ ପ୍ରଦର୍ଶନ ଦିଗରେ କିଟ୍‌ ଉଦ୍ୟମ ଜାରି ରଖିବ ବୋଲି ସେ କହିଛନ୍ତି। ସେହିଭଳି କିଟ୍‌ର ସମସ୍ତ ଛାତ୍ରୀଛାତ୍ର, ଅଭିଭାବକ ଓ କର୍ମଚାରୀ ମଧ୍ୟ ଆନନ୍ଦ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com
Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୫ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା ପାଇଁ...

ରାଜ୍ୟରେ କେବଳ ନବୀନ ଇଞ୍ଜିନ ହିଁ ଚାଲିବ

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲଠାରେ ବିଜୁ ଜନତା ଦଳ ପକ୍ଷରୁ ୩୯ ନମ୍ବର ଜୋନ୍‌ସ୍ତରୀୟ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି।...

ପାଣ୍ଡିଆନ୍‌ଙ୍କୁ ତାମିଲନାଡୁ ପଠାଇବାକୁ ଅପିଲ୍ କଲେ ହିମନ୍ତ ବିଶ୍ବଶର୍ମା, ଟିକେଟ୍ କାଟିଲା ଭାଜପା

ଭୁବନେଶ୍ୱର,୧୮।୫: ଓଡ଼ିଶାରେ ବିଧାନସଭା ଏବଂ ଲୋକ ସଭା ନିର୍ବାଚନ ଜାରି ରହିଥିଲା ବେଳେ ରାଜନୈତିକ ବାତାବରଣ ଉଷ୍ମ ହେବାରେ ଲାଗିଛି। ଏହାରି ମଧ୍ୟରେ ବିଜେଡି ବରିଷ୍ଠ...

ଛତ୍ରପୁର ବଡ଼ ଷ୍ଟେଶନ୍‌ରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍‌

ଛତ୍ରପୁର,୧୮/୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବଡ଼ ଷ୍ଟେଶନ ଠାରେ ଏକମାଲବାହି ଟ୍ରେନ ଲାଇନଚ୍ୟୁତ ହୋଇଛି। ଟ୍ରେନର ୩ ବଗି ଲାଇନଚ୍ୟୁତ ହୋଇଥିବା ବେଳେ ରେଳବାଇ...

ଭାଜପା ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ନବୀନ, ଭିଡିଓ ଜାରି କରି ବର୍ଷିଲେ

ଭୁବନେଶ୍ୱର,୧୮।୫: ପୁଣି ଏକ ଭିଡିଓ ଜାରି କରି ବର୍ଷିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ଓଡ଼ିଶା ପ୍ରସଙ୍ଗରେ କହିବା ଆଗରୁ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ...

‘ଭଡ଼ାଟିଆକୁ ଆଣି ଓଡ଼ିଶାରେ ନେତା କରିଛନ୍ତି ନବୀନ ବାବୁ’: ଧର୍ମେନ୍ଦ୍ର

ବାଲେଶ୍ୱର,୧୮।୫: ଶନିବାର ବାଲେଶ୍ବରରେ ବିଶାଳ ସମାବେଶ କରିଛନ୍ତି ଭାଜପାର ବରିଷ୍ଠ ନେତା। ଏହି ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତଥା ଭାଜପାର ସମ୍ବଲପୁର ଲୋକ ସଭା...

ବାଲେଶ୍ୱରରେ ବର୍ଷିଲେ ସଚ୍ଚିନ ପାଇଲଟ, ଭାଜପା-ବିଜେଡିର ଚାଲିଛି ମଧୁଚନ୍ଦ୍ରିକା

ବାଲେଶ୍ୱର,୧୮।୫: ବାଲେଶ୍ୱରରେ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସଚିନ ପାଇଲଟ । ବାଲେଶ୍ୱର ମିଶନ ପଡିଆରେ ଆୟୋଜିତ ସଂକଳ୍ପ ସମାବେଶରେ...

ନିର୍ବାଚନ ମଇଦାନ ରାଜକିଶୋର-କୃଷ୍ଣଚନ୍ଦ୍ର ମୁହାଁମୁହିଁ, ପରସ୍ପରକୁ କହିଲେ…

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରେ ମୋଟ୍‌ ୧୭ ଜଣ ପ୍ରାର୍ଥୀ ମଇଦାନକୁ ଓହ୍ଲାଇ ସାରିଛନ୍ତି। ବିଜେଡିରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri