Posted inଖେଳ

ପୃଥ୍ବୀ ଶ’ଙ୍କ ତଣ୍ଟି ଚିପିଲେ ଏହି କ୍ରିକେଟର୍‌

ଅହମଦାବାଦ,୩୦।୪: ଆଇପିଏଲ୍‌ ୨୦୨୧ର ଏକ ମ୍ୟାଚ୍‌ରେ ଆକ୍ରମଣାତ୍ମକ ଓପନର୍‌ ପୃଥ୍ବୀ ଶ’ଙ୍କ ଚମତ୍କାର ଇନିଂସ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ କୋଲକାତା ନାଇଟ ରାଇଡର୍ସକୁ ୭ ଉଇକେଟ୍‌ରେ ପରାସ୍ତ କରିଛି। ଦିଲ୍ଲୀ ଆଗରେ ୧୫୫ ରନ ଲକ୍ଷ୍ୟ ଥିଲା, ଯାହାକୁ ପିଛା କରି ୧୬.୩ ଓଭରରେ ତିନି ଉଇକେଟ ପାଇଁ ୧୫୬ ରନ ସ୍କୋର କରି ଦଳ ହାସଲ କରିଥିଲା। ଶ’ ୪୧ ବଲରେ ୮୨ ରନ କରିଥିଲେ। ଏଥିରେ ୧୨ଟି ଚୌକା ତିନି ଛକା ଥିଲା। ସେ କେକେଆର୍‌ର ଦ୍ରୁତ ବୋଲର୍‌ ଶିଭମ ମାଭି ଏକ ଓଭରରୁ ଲଗାତାର ୬ଟି ଚୌକା ଲଗାଇଥିଲା। ଏହି ଓଭରରେ ମୋଟ ୨୫ ରନ୍‌ ହୋଇଥିଲା। ଆଇପିଏଲ୍‌ ଇତିହାସରେ ଦ୍ୱିତୀୟଥର ଗୋଟିଏ ଓଭରରେ ୬ଟି ଚୌକା ହୋଇଛି। ଏହାପୂର୍ବରୁ ୨୦୧୨ରେ ଅଜିଙ୍କେ ରାହାନେ ଏହି କାରନାମା ହାସଲ କରିଥିଲେ। ଏହି ମ୍ୟାଚ୍‌ରେ ଶ’ ୧୮ଟି ବଲ୍‌ରୁ ଅର୍ଦ୍ଧଶତକ ହାସଲ କରିଥିଲେ। ମ୍ୟାଚ୍‌ରେ ପରେ ଶ’ ଏବଂ ଶିଭମଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ ଉଭୟ ମଜା କରୁଥିବାବେଳେ ଶ’ଙ୍କ ତଣ୍ଟିକୁ ଚିପିଦେଇଥିଲେ ଶିଭମ। ୁଭୟଙ୍କ ମଧ୍ୟରେ ଏଭଳି ମଜାଦାର ଭିଡିଓକୁ ଦର୍ଶକ ପସନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କ୍ରିକେଟର ହେବେ ଅବରାମ! ଦେଖାଇଲେ ପ୍ରଥମ ଝଲକ

ନୂଆଦିଲ୍ଲୀ,୨୯।୪: କୋଲକାତା ନାଇଟ ରାଇଡର୍ସ ଆଇପିଏଲ ୨୦୨୪ ର ୪୭ ତମ ମ୍ୟାଚ ରେ ଦିଲ୍ଲୀ କ୍ୟାପିଟାଲ୍ସକୁ ଭେଟିବ । ଏହି ମ୍ୟାଚ କୋଲକାତାର ଇଡେନ...

ଆଇପିଏଲ୍‌ ମଝିରେ ଆମେରିକା ଯିବ ଭାରତୀୟ ଟିମ୍‌!

ନୂଆଦିଲ୍ଲୀ,୨୯।୪: ଆଇପିଏଲ ୨୦୨୪ ପରେ ଟି-୨୦ ବିଶ୍ୱକପ ଆରମ୍ଭ ହେବ। ଆଇପିଏଲର ଫାଇନାଲ ମେ ୨୬ ଖେଳାଯିବ। ଏହାର ୫ ଦିନ ପରେ ଅର୍ଥାତ୍‌ ଜୁନ୍‌...

ଏହି ଦିନ ହୋଇପାରେ ଟି-୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଲୀ,୨୯।୪: ଜୁନ ୧ ରୁ ଟି-୨୦ ବିଶ୍ୱକପ ଆରମ୍ଭ ହେବାକୁ ଯାଉଛି। ଟି-୨୦ ବିଶ୍ୱକପ ୨୦୨୪ ପାଇଁ ଦଳ ଘୋଷଣା କରିଥିବା ନ୍ୟୁଜିଲାଣ୍ଡ ହେଉଛି ପ୍ରଥମ...

ଏବି ଡି ଭିଲିୟର୍ସଙ୍କ ‘ମହାରେକର୍ଡ’ ଭାଙ୍ଗିଲେ କୋହଲି

ନୂଆଦିଲ୍ଲୀ,୨୦।୪: ଆଇପିଏଲ ୨୦୨୪ର ୪୫ତମ ମ୍ୟାଚରେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ବିରାଟ କୋହଲି ଏକ ଚମତ୍କାର ଇନିଂସ ଖେଳିଥିଲେ। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ପୂର୍ବତନ ଅଧିନାୟକ...

୨ କୁନି ଶିଶୁ କଲେ ଟି-୨୦ ବିଶ୍ୱକପ୍‌ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା: ସମସ୍ତେ ହେଲେ ଆଶ୍ଚର୍ଯ୍ୟ, ଦେଖନ୍ତୁ ଭିଡିଓ

ଅକଲାଣ୍ଡ,୨୦।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଦ୍ୱାରା ଧାର୍ଯ୍ୟ ସମୟସୀମା ପୂର୍ବରୁ ଦୁଇ ଦିନ ପୂର୍ବରୁ ନ୍ୟୁଜିଲାଣ୍ଡ କ୍ରିକେଟ ବୋର୍ଡ ଟି-୨୦ ବିଶ୍ୱକପ ୨୦୨୪ ପାଇଁ...

ଭଲ ଥିଲା ମୁଁ ଛକା ମାରି ନ ଥିଲି: କାହିଁକି ଏମିତି କହିଲେ କୋହଲି

ବେଙ୍ଗାଲୁରୁ,୨୯।୪: ଆଇପିଏଲ ୨୦୨୪ର ୪୫ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଗୁଜରାଟ ଟାଇଟାନ୍ସକୁ ୯ ଉଇକେଟରେ ପରାସ୍ତ କରିଛି। ଏହି ବିଜୟ ଆରସିବି ପାଇଁ ମଧ୍ୟ...

ଅରେଞ୍ଜ-ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ଆକର୍ଷଣୀୟ: କାହା ପାଖରେ ଏବେ କ୍ୟାପ୍‌ ଜାଣନ୍ତୁ

ଚେନ୍ନାଇ,୨୯।୪: ଆଇପିଏଲ ୨୦୨୪ର ୪୬ତମ ମ୍ୟାଚ ପରେ ଅରେଞ୍ଜ କ୍ୟାପ୍‌ ରେସ୍‌ ମଧ୍ୟ ଆକର୍ଷଣୀୟ ହୋଇପଡିଛି। ୪୬ତମ ମ୍ୟାଚରେ ଋତୁରାଜ ଗାଇକ୍ୱାଡ ୯୮ ରନର ଇନିଂସ...

ଚେନ୍ନାଇ ସୁପର କିଙ୍ଗ୍ସର ବିଜୟ ପରେ ପଏଣ୍ଟ ଟେବୁଲ୍‌ରେ ବଡ଼ ପରିବର୍ତ୍ତନ: ଜାଣନ୍ତୁ କିଏ କେଉଁ ସ୍ଥାନରେ ଅଛନ୍ତି

ଚେନ୍ନାଇ,୨୯।୪: ଆଇପିଏଲ ୨୦୨୪ର ୪୬ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଖେଳାଯାଇଥିଲା। ଚେନ୍ନାଇର ଘରୋଇ ଗ୍ରାଉଣ୍ଡ ଏମ ଚିଦାମ୍ବରମ ଷ୍ଟାଡିୟମରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri