କୋହଲିଙ୍କ ଏମିତି କାର୍ଯ୍ୟ ଦେଖି ଭାବପ୍ରବଣ ହେଲେ ଅନୁଷ୍କା

ମୁମ୍ବାଇ,୩୦।୪: ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ପଡ଼ିଆରେ ଆକ୍ରମଣାତ୍ମକ ଆଭିମୁଖ୍ୟ ପାଇଁ ଜଣାଶୁଣା। କୋହଲି ଏବଂ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ଯୋଡିକୁ ଦର୍ଶକ ବେଶ୍‌ ପସନ୍ଦ କରନ୍ତି। ଉଭୟଙ୍କ ପ୍ରେମ କାହାଣୀ ବିଷୟରେ ଜାଣିବାକୁ ପ୍ରଶଂସକ ବେଶ୍‌ ଆଗ୍ରହୀ ଥାଆନ୍ତି। ପଡିଆରେ ବିରାଟଙ୍କୁ ଅନେକ ଛକା ଓ ଚୌକା ମାରିଥିବା ଦେଖିଥିବେ, କିନ୍ତୁ ଆପଣ ଜାଣନ୍ତି କି ବିରାଟଙ୍କର ମଧ୍ୟରେ ଏକ ଲୁକ୍କାୟିତ ପ୍ରତିଭା ଅଛି, ଯାହା ସେ ଅନୁଷ୍କାଙ୍କ ଆଗରେ ଦେଖାଇଛନ୍ତି। ବିରାଟ କୋହଲି କେବଳ ରୋମାଣ୍ଟିକ ନୁହଁନ୍ତି ସେ ଅନୁଷ୍କା ଶର୍ମାଙ୍କ ପାଇଁ ଗୀତ ମଧ୍ୟ ଗାଉଛନ୍ତି। ଆଜିକାଲି ବିରାଟ କୋହଲି ଏବଂ ଅନୁଷ୍କା ଶର୍ମାଙ୍କ ବିବାହର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ବିରାଟ ଅନୁଷ୍କାଙ୍କ ପାଇଁ ‘ମେରେ ମେହବୁବ କୟାମତ ହୋଗି’ ଗୀତ ଗାଉଛନ୍ତି। ଏହି ଥ୍ରୋବ୍ୟାକ ଭିଡିଓ ସୋସିଆଲ ମିଡିଆରେ ଅଧିକ ଭାଇରାଲ ହେବାରେ ଲାଗିଛି, ଯାହାକୁ ପ୍ରଶଂସକମାନେ ପସନ୍ଦ କରୁଛନ୍ତି। ଏହି ଭିଡିଓ ଏକ ବିବାହ ଭୋଜିରେ ଅଛି, ଯେଉଁଥିରେ ବିରାଟ କୋହଲି ଅନୁଷ୍କାଙ୍କ ପାଇଁ ଗୀତ ଗାଇଥିଲେ। ଭିଡିଓରେ ଅନୁଷ୍କା ମଧ୍ୟ ଭାବପ୍ରବଣ ଦେଖାଯାଉଛନ୍ତି। ବିରାଟ ତାଙ୍କ ଗୀତ ସମାପ୍ତ କରିବା ମାତ୍ରେ ପାର୍ଟିରେ କରତାଳି ଶୁଣିବାକୁ ଲାଗିଲା। ବିରୁଷ୍କା ୨୦୧୭ ଇଟାଲୀରେ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୩ୟ T20: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି; ବୁମରା-ଅକ୍ଷର ବାଦ୍

ଧର୍ମଶାଳା,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ T20 ସିରିଜର ତୃତୀୟ ମୁକାବିଲା ରବିବାର ଧର୍ମଶାଳାରେ ଖେଳାଯାଉଛି। ଭାରତୀୟ ଦଳର...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା, ଏକାଧିକ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

Video: ଅନ୍ଧାଧୁନ କରିଚାଲିଥିଲେ ଗୁଳିମାଡ଼, ମାଡି ବସିଲେ ସାହାସୀ ଯୁବକ

ସିଡନୀ,୧୪।୧୨: ଅଷ୍ଟ୍ରେଲିଆର ସିଡନୀସ୍ଥିତ ବଣ୍ଡି ବିଚ୍ ଅଞ୍ଚଳରେ ରବିବାର ସନ୍ଧ୍ୟାରେ ହୋଇଥିବା ଗୁଳିକାଣ୍ଡ ଯୋଗୁ ଆତଙ୍କ ଖେଳିଯାଇଛି। ଦୁଇଜଣ ବନ୍ଧୁକଧାରୀଙ୍କ ଅନ୍ଧାଧୁନ ଗୁଳିମାଡ଼ ଭିତରେ ଜଣେ...

ନୀତିନ ନବୀନଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୧୨: ନୀତିନ ନବୀନ ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ନୀତିନ ନବୀନ ଜଣେ ଯୁବ ନେତା...

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା...

ଭାଜପାକୁ ମିଳିଲା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି, ନୀତିନ ନବୀନଙ୍କୁ ଦାୟିତ୍ବ

ନୂଆଦିଲ୍ଲୀ,୧୪।୧୨:  ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri