ବଜ୍ରପାତରେ ଜଳିଗଲା ୨୦ ବଖରା : ୧୧ ପରିବାର ସର୍ବସ୍ବାନ୍ତ

ଭଦ୍ରକ ଅଫିସ, ୧ା୫-ଭଦ୍ରକ ତିହିଡି ବ୍ଲକ ଅଚକ ପଞ୍ଚାୟତ ଗୋପ ସାହିରେ ଶୁକ୍ରବାର ବିଳମ୍ବିତ ରାତିରେ ବର୍ଷା, ପବନ, ବଜ୍ରପାତ ଯୋଗୁ ଅଗ୍ନିକାଣ୍ଡ ଘଟି ୧୧ଟି ପରିବାରର ୨୦ରୁ ଊର୍ଦ୍ଧ୍ୱ ବଖରା ଘର ଜଳିଯାଇଛି। ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡିଯାଇଛି। ସମସ୍ତେ ଘରେ ଶୋଇଥିବା ବେଳେ ଅଗ୍ନିକାଣ୍ଡ ହୋଇଥିଲା। ଘରଗୁଡିକ ପାଖାପାଖି ଲାଗି ରହିଥିବାରୁ ଚାହୁଁ ଚାହୁଁ ନିଆଁ ବ୍ୟାପିଯାଇଥିଲା। ନିଆଁ ଲାଗିବା ଦେଖି ଘରଲୋକ ଜୀବନବିକଳରେ ବାହାରକୁ ବାହାରି ଆସିଥିଲେ। ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରାଯାଇଥିଲେ ମଧ୍ୟ ନିଆଁ ଆୟତ୍ତ ହୋଇ ନ ଥିଲା। ଅଗ୍ନିଶମ ବାହିନୀ ଗାଡି ଆସି ନିଆଁକୁ ଆୟତ୍ତ କରିଛି। ଅଗ୍ନିକାଣ୍ଡରେ ଉକ୍ତ ଗ୍ରାମର କୃପାସିନ୍ଧୁ ଖୁଣ୍ଟିଆ, ନରହରି ଖୁଣ୍ଟିଆ, ବିଷ୍ଣୁମୋହନ ଖୁଣ୍ଟିଆ, ପୂର୍ଣ୍ଣଚନ୍ଦ୍ର ଖୁଣ୍ଟିଆଙ୍କ ସମେତ ଆହୁରି ଅନେକ ପରିବାର କ୍ଷତିଗ୍ରସ୍ତ ହୋଇଛନ୍ତି। ଘରେ ଗଚ୍ଛିତ ଥିବା ଧାନ, ଚାଉଳ, ଆସବାବପତ୍ର, ଗାଡି ସବୁ ଜଳିପୋଡି ଛାରଖାର ହୋଇଯାଇଛି। ଖୋଲା ଆକାଶ ତଳେ ରହିଥିବା ଅଗ୍ନିବିପନ୍ନ ପ୍ରଶାସନର ସହାୟତାକୁ ଅନାଇ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri