ଆଜିଠୁ ତୃତୀୟ ପର୍ଯ୍ୟାୟ ଟିକାକରଣ: ଏଣିକି ୧୮ରୁ ଊର୍ଦ୍ଧ୍ୱ ବୟସ୍କଙ୍କୁ ଟିକା

ଭୁବନେଶ୍ୱର,୩।୫(ବ୍ୟୁରୋ): ରାଜ୍ୟରେ ଏବେ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଜାରି ରହିଥିବାବେଳେ ସୋମବାରଠାରୁ ତୃତୀୟ ପର୍ଯ୍ୟାୟ ଆରମ୍ଭ ହେବ। ୧୮ରୁ ୪୪ବର୍ଷ ବୟସ୍କଙ୍କୁ ଏହି ପର୍ଯ୍ୟାୟରେ ଟିକା ପ୍ରଦାନ କରାଯିବ। ତୃତୀୟ ପର୍ଯ୍ୟାୟ ଟିକାକରଣ ଗତ ୧ ତାରିଖରୁ ଆରମ୍ଭ ହେବାର ଥିଲା। କିନ୍ତୁ ଟିକା ଅଭାବରୁ ଏହା ହୋଇ ପାରି ନ ଥିଲା। ଏଥିପାଇଁ ରାଜ୍ୟ ସରକାର ଭାରତ ବାୟୋଟେକ୍‌ଠାରୁ ୧୦.୩୪ ଲକ୍ଷ ଡୋଜ୍‌ କୋଭାକ୍ସିନ ଓ ସିରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ରୁ ୩୭୭ଲକ୍ଷ ଡୋଜ୍‌ କୋଭିଶିଲ୍ଡ ଟିକା କିଣିବାକୁ ଅର୍ଡର ଦେଇଥିଲେ। ଇତିମଧ୍ୟରେ ଓଡ଼ିଶାକୁ ୧,୪୯,୯୦୦ ଡୋଜ୍‌ କୋଭାକ୍ସିନ ଟିକା ଆସି ପହଞ୍ଚତ୍ଥିବାରୁ ତୃତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହେଉଛି। କିନ୍ତୁ ଏହା କେବଳ ରାଜଧାନୀ ଭୁବନେଶ୍ୱରରେ ଚାଲିବ। ଏଥିପାଇଁ ଶନିବାର ନୟାପଲ୍ଲୀରେ ଡ୍ରାଏ ରନ୍‌ ହୋଇଥିଲା। ତେବେ କୋଭିଶିଲ୍ଡ ଟିକା ଆସିବା ପରେ ରାଜ୍ୟର ଅନ୍ୟସବୁ ଅଞ୍ଚଳରେ ଆରମ୍ଭ ହେବ। ସେପଟେ ତୃତୀୟ ପର୍ଯ୍ୟାୟ ଟିକାକରଣ ପାଇଁ ଆଗୁଆ ନାଁ ପଞ୍ଜୀକରଣ କରିବାକୁ ପଡ଼ିବ। ଏଥିପାଇଁ ଶନିବାର ସନ୍ଧ୍ୟାରୁ ସ୍ଲଟ୍‌ ବୁକିଂ ଆରମ୍ଭ ହୋଇଛି। କୋୱିନ୍‌ ପୋର୍ଟାଲ, ଆରୋଗ୍ୟ ସେତୁ ଆପ୍‌ରେ ହିତାଧିକାରୀମାନେ ନାମ ପଞ୍ଜୀକରଣ କରିପାରିବେ। ଯଦି କେହି ବିନା ପଞ୍ଜୀକରଣରେ ଆସନ୍ତି ତେବେ ସେମାନଙ୍କୁ ପରବର୍ତ୍ତୀ ସମୟରେ ଆଉ ଟିକା ଦିଆଯିବ ନାହିଁ।
ସୂଚନାଯୋଗ୍ୟ, ରାଜ୍ୟରେ ଏପର୍ଯ୍ୟନ୍ତ ୫୮,୫୭,୬୨୮ ଡୋଜ୍‌ ଟିକା ଦିଆଯାଇଛି। ଏଥିମଧ୍ୟରେ ୫,୯୭,୯୯୨ ଡୋଜ୍‌ ସ୍ବାସ୍ଥ୍ୟକର୍ମୀଙ୍କୁ, ୩,୭୬,୯୦୬ ଡୋଜ୍‌ ସମ୍ମୁଖ ଯୋଦ୍ଧାଙ୍କୁ ଏବଂ ୪୮,୮୨,୬୩୪ ଡୋଜ୍‌ ୪୫ବର୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ଦିଆଯାଇଛି। ବର୍ତ୍ତମାନ କେନ୍ଦ୍ର ସରକାର ଦେଇଥିବା ୪୬,୨୨୦ ଡୋଜ୍‌ କୋଭିଶିଲ୍ଡ ଟିକା ଥିବାବେଳେ ୩,୨୧,୬୩୦ ଡୋଜ୍‌ କୋଭାକ୍ସିନ ଟିକା ରହିଛି। ସେହିଭଳି ରାଜ୍ୟ ସରକାର କିଣିଥିବା ୧,୪୯,୯୦୦ ଡୋଜ୍‌ କୋଭାକ୍ସିନ ଟିକା ମଧ୍ୟ ମହଜୁଦ ଅଛି। ଟିକା ଅଭାବ ଯୋଗୁ ବିଭିନ୍ନ ଜିଲାରେ ଟିକାକରଣକୁ ବନ୍ଦ କରିଦିଆଯାଇଥିଲା। ଏବେ ତୃତୀୟ ପର୍ଯ୍ୟାୟ ଟିକାକରଣ ପାଇଁ ଆବଶ୍ୟକ ଟିକା ରାଜ୍ୟ ସରକାର ସମ୍ପୂର୍ଣ୍ଣ କିଣିବେ। କିନ୍ତୁ ଟିକା ପ୍ରଦାନକାରୀ କମ୍ପାନୀ ଠିକ୍‌ ସମୟରେ ଟିକା ଯୋଗାଣ ନ କଲେ ଟିକାକରଣ ବାଧାପ୍ରାପ୍ତ ହେବାର ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର,୨୯।୪: ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ଢେଙ୍କନାଳ ଜିଲାର ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।...

ରାହୁଲଙ୍କ ଭାଷଣକୁ ନେଇ ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର, ୨୯।୪(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଅନୁଷ୍ଠିତ ହେବ। ଏଥିଲାଗି ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନଙ୍କ...

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ...

କଂଗ୍ରେସ ଛାଡ଼ିଲେ ଦୁଲାଲ

ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍‌ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

ଉପକୂଳ ଓଡ଼ିଶାରେ ବହିବ ସାମୁଦ୍ରିକ ଝଡ଼

ଭୁବନେଶ୍ୱର,୨୯ା୪: ସୋମବାର ସକାଳ ସାଢ଼େ ୮ଟା ସୁଦ୍ଧା ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ବାରିପଦାରେ ତାପମାତ୍ରା ୩୬ ଡିଗ୍ରୀ ଥିବା ବେଳେ ବାଲେଶ୍ୱରରେ ୩୬,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri