ଭାରତୀୟ ଟାଏକୋଣ୍ଡୋ ପ୍ରଶିକ୍ଷକ ତାଲିକାରେ ଚିନ୍ମୟ

ଭଦ୍ରକ ଅଫିସ,୪।୫-ଭାରତୀୟ ଟାଏକୋଣ୍ଡୋ ଦଳରେ ପ୍ରଶିକ୍ଷକ ତାଲିକାରେ ଦଳରେ ଭଦ୍ରକର ଚିନ୍ମୟ ବେହେରାଙ୍କ ନାମ ସ୍ଥାନ ପାଇଛି। ଚଳିତ ମାସ ୧୫ରୁ ୩୦ ତାରିଖ ପର୍ଯ୍ୟନ୍ତ ଓସେନିଆ ଟାଏକୋଣ୍ଡୋ ଏବଂ ବିଶ୍ୱ ଟାଏକୋଣ୍ଡୋ ସଂଘ ଦ୍ୱାରା ଜି-୨ ଅନ୍‌ଲାଇନ ଅନ୍ତର୍ଜାତୀୟ ପୁମ୍‌ସେ ଟାଏକୋଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିରେ ବିଭିନ୍ନ ଦେଶର ଜାତୀୟ ଟାଏକୋଣ୍ଡୋ ପୁମସେ ପ୍ରତିଯୋଗୀ ନିଜର ପୁମ୍‌ସେ ଭିଡିଓର ୟୁଟ୍ୟୁବ ଲିଙ୍କ୍‌ ପ୍ରଦାନ କରିବେ। ଏଥିନିମନ୍ତେ ଭାରତୀୟ ଦଳ ତାଲିକାରେ ୧୭ ଜଣଙ୍କ ନାମ ଘୋଷଣା କରାଯାଇଛି। ସେମାନଙ୍କ ମଧ୍ୟରେ ଓଡ଼ିଶାରୁ ଚିନ୍ମୟଙ୍କ ନାମ ପ୍ରଶିକ୍ଷକ ଭାବେ ସ୍ଥାନ ପାଇଛି। ଅନ୍ତର୍ଜାତୀୟ ପୁମ୍‌ସେ ଟାଏକୋଣ୍ଡୋ ପ୍ରତିଯୋଗିତାରେ ଓଡ଼ିଶାରୁ ଚିନ୍ମୟଙ୍କ ନାମ ପ୍ରଥମଥର ପାଇଁ ଭାରତୀୟ ଦଳରେ ପ୍ରଶିକ୍ଷକ ରୂପେ ସାମିଲ କରାଯାଇଛି। ଓଡ଼ିଶା ଟାଏକୋଣ୍ଡୋ ସଂଘର ସଭାପତି ତଥା ଅନ୍ତର୍ଜାତୀୟ ରେଫରି ସୁନ୍ଦରମଣି ପଟେଲଙ୍କ ସମେତ ସମସ୍ତ ସଦସ୍ୟ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, କହିଲେ ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି...

ଆଖିବୁଜା ଗୁଳିମାଡ଼ କଲେ ଦୁର୍ବୃତ୍ତ, ଚାଲିଗଲା ୧୦ ଜଣଙ୍କ ଜୀବନ

କେପଟାଉନ୍‌,୨୧ା୧୨: ଦକ୍ଷିଣ ଆଫ୍ରିକା ଜୋହାନ୍ସବର୍ଗରେ ଆଖିବୁଜା ଗୁଳିମାଡ଼ ହୋଇଛି। ଫଳରେ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଦୁର୍ବୃତ୍ତମାନେ ଗୁଳିମାଡ଼ କରି ଫେରାର ହୋଇଯାଇଥିବାବେଳେ ପୋଲିସ ଛାନ୍‌ଭିନ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri