Posted inଖେଳ

ଅପହରଣ ପରେ ଛାଡ଼ ପାଇଲେ ମ୍ୟାକ୍‌ଗିଲ

ସିଡ୍‌ନୀ,୬।୫(ପି.ଟି.): ଅଷ୍ଟ୍ରେଲିଆ ପୂର୍ବତନ ଲେଗ୍‌ ସ୍ପିନର ଷ୍ଟୁଆର୍ଟ ମ୍ୟାକ୍‌ଗିଲ ସିଡ୍‌ନୀସ୍ଥିତ ତାଙ୍କ ଘରୁ ଅପହରଣ ହୋଇଥିଲେ ଓ ପରେ ତାଙ୍କୁ ଛାଡି ଦିଆଯାଇଥିଲା ବୋଲି ନ୍ୟୁ ସାଉଥ୍‌ଓ୍ବେଲ୍ସ ପୋଲିସ ସୂଚନା ଦେଇଛି। ଗତ ମାସରେ ଏହି ଘଟଣା ଘଟିଥିଲା। ତାଙ୍କୁ କେତେଘଣ୍ଟା ଅଟକ ରଖିବା ପରେ ଛାଡି ଦିଆଯାଇଥିଲା ବୋଲି ପୋଲିସ କହିଛି। ଏହି ମାମଲାରେ ୪ଜଣଙ୍କୁ ଅଟକ ରଖାଯାଇ ପଚରାଉଚରା କରାଯାଉଛି।
ଏପ୍ରିଲ ୧୪ରେ ମ୍ୟାକ୍‌ଗିଲଙ୍କୁ କାରରେ ଅପହରଣ କରାଯାଇ ଏକ ନିଛାଟଆ ସ୍ଥାନକୁ ନିଆଯାଇଥିଲା। ସେଠାରେ ତାଙ୍କୁ ବନ୍ଧୁକ ଦେଖାଇ ଆକ୍ରମଣ କରାଯାଇଥିଲା। ଗୋଟିଏ ଘଣ୍ଟା ଅଟକ ରହିଥିଲେ ମଧ୍ୟ ମ୍ୟାକ୍‌ଗିଲ ଭୟଭୀତ ଥିଲେ ବୋଲି ନ୍ୟୁ ସାଉଥ ଓ୍ବେଲ୍ସ ପୋଲିସ ସୁପରିଣ୍ଟେଣ୍ଡେଣ୍ଟ ଆନ୍ଥୋନୀ ହୋଲଟନ କହିଛନ୍ତି। ତେବେ ଏପ୍ରିଲ ୨୦ ତାରିଖରେ ଏ ସମ୍ପର୍କରେ ଆମକୁ ସୂଚନା ଦିଆଯାଇଥିଲା ବୋଲି ପୋଲିସ କହିଛି। ଅର୍ଥ ପାଇଁ ଏହି ଅପହରଣ ରଚା ଯାଇଥିଲା। ତେବେ ଅପହରଣକାରୀଙ୍କୁ କୌଣସି ଅର୍ଥ ପ୍ରଦାନ କରାଯାଇ ନାହିଁ ବୋଲି ପୋଲିସ ସ୍ପଷ୍ଟ କରିଛି।
ମ୍ୟାକ୍‌ଗିଲ ୧୯୮୮ ଓ ୨୦୦୮ ମଧ୍ୟରେ ୪୪ଟି ଟେଷ୍ଟ ଖେଳି ୨୦୮ଟି ଉଇକେଟ ହାସଲ କରିଥିଲେ। ୫୦ ବର୍ଷୀୟ ମ୍ୟାକ୍‌ଗିଲ୍‌ ୨୦୦୮ରେ କ୍ରିକେଟରୁ ଅବସର ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ବୋଲର, ବ୍ୟାଟରଙ୍କ ଖରାପ ପ୍ରଦର୍ଶନ: ଦ୍ୱିତୀୟ T20ରେ ଭାରତର ଶୋଚନୀୟ ପରାଜୟ

ମୁଲାନପୁର,୧୧ା୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକାଠାରୁ ଭାରତ ୫୧ ରନରେ ଶୋଚନୀୟ ଭାବେ ପରାସ୍ତ ହୋଇଛି। ପ୍ରଥମେ ବୋଲର ଏବଂ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍‌ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍‌ଙ୍କ ବିସ୍ଫୋରକ ବ୍ୟାଟିଂ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ଗୋଟିଏ ଦଳରେ ସ୍ଥାନ ପାଇଲେ ବିରାଟ କୋହଲି ଓ ଋଷଭ ପନ୍ତ, ଏପଟେ BCCI ଦେଲା ବଡ ଖବର

ନୂଆଦିଲ୍ଲୀ,୧୧।୧୨: ଆଗାମୀ ବିଜୟ ହଜାରେ ଟ୍ରଫି ପାଇଁ ଦିଲ୍ଲୀର ସମ୍ଭାବ୍ୟ ଦଳରେ ଭାରତର ଦୁଇ ଷ୍ଟାର ଖେଳାଳି ବିରାଟ କୋହଲି ଏବଂ ଋଷଭ ପନ୍ତଙ୍କୁ ସାମିଲ...

ଟସ୍‌ ଜିତିଲା ଭାରତ: ସୂର୍ଯ୍ୟକୁମାରଙ୍କୁ ମିଳିଲା ବଡ଼…

ଚଣ୍ଡିଗଡ,୧୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri