ଚମ୍ପୁଆ ସେକ୍ସନରେ ୧୭ ହାତୀ

ଚମ୍ପୁଆ, ୬।୫(ଡି.ଏନ.ଏ.) କେନ୍ଦୁଝର ଜିଲା ଚମ୍ପୁଆ ବନାଞ୍ଚଳକୁ ପୁଣି ଲେଉଟିଲେ ହାତୀ ପଲ। ୨ ଦିନ ହେବ ଏହି ହାତୀ ପଲ ଚମ୍ପୁଆ ଓ ଉଖୁଣ୍ଡା ସେକ୍ସନ ଅଞ୍ଚଳରେ ଘୁରିବୁଲୁଥିବା ବେଳେ ବନ ବିଭାଗ ପକ୍ଷରୁ ନଜର ରଖାଯାଇଛି। ବର୍ତ୍ତମାନ ଚମ୍ପୁଆ ସେକ୍ସନରେ ୧୭ ଗୋଟି ହାତୀ ରହିଥିବା ବେଳେ ଏହି ପଲରେ କେତୋଟି ଛୁଆ ରହିଥିବା ବନବିଭାଗ ସୂଚନା ଦେଇଛି। ଗତ ମଙ୍ଗଳବାର ରାତିରେ ଏହି ହାତୀ ପଲ ଉଖୁଣ୍ଡା ସେକ୍ସନକୁ ଫେରିଯାଇଥିବା ବେଳେ ସକାଳୁ ପୁଣି ଚମ୍ପୁଆ ସେକ୍ସନକୁ ଫେରି ସରେଇ ନିକଟ ଟୁଣୁଟୁଣା ଆମ୍ବ ବାଗାନରେ ରହିଥିବା ଦେଖିବାକୁ ମିଳିଛି। ବନ ବିଭାଗର ହାତୀସ୍କ୍ବାଡ ହାତୀ ମାନଙ୍କ ଉପରେ ତିକ୍ଷ୍ଣ ନଜର ରଖିଥିବା ରେଞ୍ଜର ସଞ୍ଜୀବ କୁମାର ରାଉତ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ ମାଧବ

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ମାଧବ ସର୍ଦ୍ଦାର ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ଏକ ବିଶାଳ ରାଲିରେ...

ବିଧାୟକ ପ୍ରାର୍ଥୀ ଅଖିଳ ନାଏକଙ୍କ ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ପୂଜାର୍ଚ୍ଚନା

ପାଟଣା,୩ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ଭାଜପା ବିଧାୟକ ପ୍ରାର୍ଥୀ ଅଖିଳ ଚନ୍ଦ୍ର ନାୟକ ଶୁକ୍ରବାର ତାଙ୍କର ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ଟାଙ୍ଗରବନ୍ତଳା...

ଆଇରନ୍‌ ଆଣ୍ଡ ଷ୍ଟିଲ କମ୍ପାନୀର ଆକାଉଣ୍ଟ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ: ମୂଲ୍ୟବାନ ସାମଗ୍ରୀ, ଗୁରତ୍ୱପୂର୍ଣ୍ଣ କାଗଜପତ୍ର ପୋଡ଼ି ଛାରଖାର

ବଡବିଲ,୨।୫(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳ ଉପକଣ୍ଠରେ ଥିବା ଆରିୟା ଆଇରନ୍‌ ଆଣ୍ଡ ଷ୍ଟିଲ କମ୍ପାନୀ ପ୍ରାଇଭେଟ ଲିମିଟେଡ କମ୍ପାନୀର ପ୍ଲାଣ୍ଟ ସ୍ଥିତ ଆକାଉଣ୍ଟ...

ତେଲକୋଇ ଆସନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ କଲେ ଭାଜପା ପ୍ରାର୍ଥୀ ଫକୀର ନାଏକ

କେନ୍ଦୁଝର,୨।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ଗୋଟିଏ...

ପୁଣି ଏକ ମାଈ ହାତୀର ଜୀବନ ଗଲା

କେନ୍ଦୁଝର,୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ବସନ୍ତପୁର ଗ୍ରାମ ନିକଟରେ ଗୁରୁବାର ଏକ ହାତୀର ମୃତଦେହ ବନ ବିଭାଗ ଉଦ୍ଧାର କରିଛି। ପ୍ରସବ ବେଦନା ଯୋଗୁ...

ତାଣ୍ଡବ ରଚିଲା କାଳ ବୈଶାଖୀ: ଉପୁଡିଲା ଗଛ, ଘର କାନ୍ଥ ପଡି ୩ ଗୁରୁତର

ପାଟଣା,୨।୫(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଏବଂ ଏହାର ଆଖପାଖ ଅଞ୍ଚଳରେ କାଳ ବୈଶାଖୀ ତାଣ୍ଡବ ରଚିଛି। କାଳ ବୈଶାଖୀ ପ୍ରଭାବରେ ପ୍ରବଳ...

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

ବିଧାୟକ ମୋହନ ଚରଣ ମାଝିଙ୍କୁ ଥାନା ଅଧିକାରୀଙ୍କ ଦୁର୍ବ୍ୟବହାର, ପ୍ରତିବାଦରେ ଥାନା ସମ୍ମୁଖରେ ବସିଲେ ଧାରଣା

କେନ୍ଦୁଝର,୧ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବିଧାୟକ ତଥା ସଦର ବିଧାୟକ ପ୍ରାର୍ଥୀ ମୋହନ ଚରଣ ମାଝିଙ୍କୁ ସଦର ଥାନା ଆଇଆଇସିଙ୍କ ଦୁର୍ବ୍ୟବହାର ପ୍ରତିବାଦରେ ଥାନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri