ଗରିବଙ୍କୁ ଶସ୍ତାରେ ଚିକିତ୍ସା ମିଳୁ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୮।୫(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ କରୋନା ସଂକ୍ରମଣ ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ନୂଆଦିଲ୍ଲୀରୁ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ବରଗଡ଼ ଜିଲାର ବିକାଶ ମଲ୍ଟି ସ୍ପେଶିଆଲିଟି ହସ୍ପିଟାଲରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୧୦୦ଟି ଭେଣ୍ଟିଲେଟର ସହ ଆଇସିୟୁ ବେଡ୍‌ର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଧର୍ମେନ୍ଦ୍ର ଆଗାମୀ କିଛି ମାସ ପର୍ଯ୍ୟନ୍ତ ଉକ୍ତ ହସ୍ପିଟାଲରେ ଗରିବ ଅସହାୟଙ୍କ ପାଇଁ ଶସ୍ତାରେ ଚିକିତ୍ସା ସେବା ଯୋଗାଇଦେବାକୁ ବିକାଶ ଗ୍ରୁପ୍‌ ଅଧ୍ୟକ୍ଷ ମୁରଲୀ କ୍ରିଷ୍ଣାଙ୍କୁ ପରାମର୍ଶ ଦେଇଛନ୍ତି।
ଏହି ଅବସରରେ ଧର୍ମେନ୍ଦ୍ର କହିଛନ୍ତି, ପଶ୍ଚିମ ଓଡ଼ିଶାରେ କୋଭିଡ୍‌-୧୯ ସଂକ୍ରମଣ ଦ୍ରୁତଗତିରେ ବଢ଼ୁଥିବା ପରିପ୍ରେକ୍ଷୀରେ କର୍ପୋରେଟ୍‌ ଅନୁଷ୍ଠାନଗୁଡ଼ିକ ପକ୍ଷରୁ ମେଡିକାଲ ଭିତ୍ତିଭୂମିକୁ ପ୍ରାଥମିକତା ଦିଆଯାଇ ବିଭିନ୍ନ ଜିଲାର ମେଡିକାଲଗୁଡିକରେ ବେଡ୍‌ ସଂଖ୍ୟା ଏବଂ ଆନୁଷଙ୍ଗିକ ସ୍ବାସ୍ଥ୍ୟ ଭିତ୍ତିଭୂମି ବୃଦ୍ଧି କରାଯାଉଛି। କରୋନାର ୨ୟ ଲହରର ମୁକାବିଲା ପାଇଁ ବିକାଶ ମଲ୍ଟି ସ୍ପେଶିଆଲିଟି ହସ୍ପିଟାଲରେ ଇଣ୍ଡିଆନ ଅଏଲର କର୍ପୋରେଟ୍‌ ସାମାଜିକ ଦାୟିତ୍ୱ(ସିଏସ୍‌ଆର୍‌) ପାଣ୍ଠିରୁ ୧୧ କୋଟି ୫୦ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ ଭେଣ୍ଟିଲେଟର ସହ ଆଇସିୟୁ ବେଡ୍‌ର ବ୍ୟବସ୍ଥା କରାଯାଇଛି। ଇଣ୍ଡିଆନ ଅଏଲ ବରଗଡ଼ର ଦାସରୀ ବୀର ରାଜୁ (ଡିଭିଆର୍‌) ଏବଂ ଗୁନମ ରାମଚନ୍ଦ୍ର ରାଓ ମେମୋରିଆଲ ଟ୍ରଷ୍ଟ (ଜିଆର୍‌ସିଆର୍‌) ସହଯୋଗରେ ୭୦ଟି ଭେଣ୍ଟିଲେଟର ସହିତ ଆଇସିୟୁ ବେଡ୍‌, ୩୦ଟି ଭେଣ୍ଟିଲେଟର ବେଡ୍‌ର ଅପ୍‌ଗ୍ରଡେଶନ କରିବା ସହ ୫୦ ମନିଟର ଏବଂ ୨୦ ସିରିଞ୍ଜ୍‌ ପମ୍ପ ଆନୁଷଙ୍ଗିକ ମେଡ଼ିକାଲ ଉପକରଣର ବ୍ୟବସ୍ଥା କରାଯାଇଛି। ଏହି ଅତ୍ୟାଧୁନିକ ସୁବିଧା ଦ୍ୱାରା ପଶ୍ଚିମ ଓଡ଼ିଶା ତଥା ବରଗଡ଼ର ଲୋକମାନେ ବିଶେଷ ଭାବେ ଉପକୃତ ହୋଇପାରିବେ। ପଶ୍ଚିମ ଓଡ଼ିଶାର ୧୦ ଜିଲା କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବୌଦ୍ଧ, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲାରେ କରୋନର ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ୁଛି। କର୍ପୋରେଟ୍‌ ଅନୁଷ୍ଠାନଗୁଡିକ ଟେଷ୍ଟିଂ ବଢାଇବା, ନିଜ ବ୍ୟବସ୍ଥାରେ ଟିକାକରଣ ସୁବିଧା କରାଇବା, ଭେଣ୍ଟିଲେଟର, ଅମ୍ଳଜାନ ଯୋଗାଣ, ଆଇସିୟୁ ସହ ବେଡ୍‌ ବ୍ୟବସ୍ଥା ତଥା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ମେଡ଼ିକାଲ ଉପକରଣର ଉପଲବ୍ଧତାକୁ ବିକଶିତ କରି ବର୍ତ୍ତମାନ କୋଭିଡ୍‌ ପରିସ୍ଥିତିର ମୁକାବିଲା କରିବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି। ପଶ୍ଚିମ ଓଡ଼ିଶାରେ କରୋନାକୁ ପ୍ରତିହତ କରିବା ପାଇଁ ସେଲ୍‌ ସହଯୋଗରେ ରାଉରକେଲା ସହରରେ ୬୦୦ଟି ବେଡ୍‌, ସୁନ୍ଦରଗଡ଼ରେ ଏନ୍‌ଟିପିସି ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ୫୦୦ଟି ବେଡ୍‌, ଝାରସୁଗୁଡ଼ାର ବ୍ରଜରାଜନଗର ଏବଂ ଲଖନପୁର ଅଞ୍ଚଳରେ ଏମ୍‌ସିଏଲ୍‌ ଦ୍ୱାରା ୧୫୦ଟି ଅକ୍ସିଜେନ ସଂଯୁକ୍ତ ବେଡ଼୍‌ ଓ ସମ୍ବଲପୁରରେ ଏମ୍‌ସିଏଲ୍‌ ତରଫରୁ ୧୦୦ଟି ବେଡ୍‌ର ବ୍ୟବସ୍ଥା କରାଯାଉଛି। କର୍ପୋରେଟ୍‌ ଅନୁଷ୍ଠାନଗୁଡ଼ିକ ଦ୍ୱାରା ଆରମ୍ଭ ହେଉଥିବା ଟିକାକରଣ ବ୍ୟବସ୍ଥାରେ ବରଗଡ଼ ଜିଲାକୁ ସାମିଲ କରାଯାଇଛି। ଟିକାକରଣକୁ ତ୍ୱରାନ୍ବିତ କରିବା ପାଇଁ ସରକାରଙ୍କ ବ୍ୟବସ୍ଥା ବ୍ୟତୀତ କର୍ପୋରେଟ୍‌ ଅନୁଷ୍ଠାନଗୁଡ଼ିକ ୧+୧ ଟିକା ଅର୍ଥାତ୍‌ ନିଜ କର୍ମଚାରୀଙ୍କୁ ଟିକା ଦେବା ସହ ଅସହାୟ ଲୋକଙ୍କୁ ଟିକା ଦେବାର ଦାୟିତ୍ୱ ନେବେ ବୋଲି ଧର୍ମେନ୍ଦ୍ର ଆଶାବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri