ଅଧିକ ସହାୟତା ପ୍ରତିଶ୍ରୁତି ଦେଲେ କମଲା ହାରିସ୍‌

ଓ୍ବାଶିଂଟନ୍‌୍‌, ୯ା୫: କରୋନା ମହାମାରୀରେ ଭାରତର ସହାୟତା ପାଇଁ ଆମେରିକା ଜୋ ବାଇଡେନ୍‌ ସରକାର ସଂକଳ୍ପବଦ୍ଧ। ଭାରତର କଲ୍ୟାଣ ଆମେରିକା ପାଇଁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ବୋଲି ଆମେରିକା ଉପରାଷ୍ଟ୍ରପତି କମଲା ହାରସ୍‌ କହିଛନ୍ତି। ଭାରତରେ କରୋନା ତାଣ୍ଡବ ‘ହୃଦୟ ବିଦାରକ’ ବୋଲି ବର୍ଣ୍ଣନା କରିବା ସହ ହାରିସ୍‌ କହିଛନ୍ତି, ସହାୟତା ପ୍ରଦାନ ପାଇଁ ପୁରା ବାଇଡେନ୍‌ ପ୍ରଶାସନ ଲାଗିଛି। ମହାମାରୀ ଆରମ୍ଭରେ ଭାରତ ଆମକୁ ସହାୟତା ଯୋଗାଇଥିଲା। ଏବେ ଭାରତର ଦରକାର ସମୟରେ ସାହାଯ୍ୟ ଯୋଗାଇଦେବକୁ ବୋଲି ହାରିସ୍‌ ‘ଆମେରିକା କୋଭିଡ୍‌ ରିଲିଫ୍‌ ଫର୍‌ ଇଣ୍ଡିଆ’ କାର୍ଯ୍ୟକ୍ରମରେ ଯୋଗ ଦେଇ ଶୁକ୍ରବାର କହିଛନ୍ତି। ଆମେରିକା ଭାରତକୁ ୧ ଶହ ମିଲିୟନ ଡଲାର ବା ପ୍ରାୟ ୭୩୨ କୋଟି ୫୪ ଲକ୍ଷ ୫୦ ହଜାର ଟଙ୍କାର ସହାୟତା ଯୋଗାଇଦେବାକୁ ଘୋଷଣା କରିଛି। ପ୍ରାୟ ସପ୍ତାହେ ମଧ୍ୟରେ ଆମେରିକାରୁ ୬ଟି ବିମାନ ସହାୟତା ନେଇ ଭାରତରେ ଅବତରଣ କରିଛି। ଭାରତକୁ ରିଫିଲ୍‌ କରିହେବା ଭଳି ଅକ୍ସିଜେନ ସିଲିଣ୍ଡର, କନସେନ୍‌ଟ୍ରେଟର ସହ ଏନ୯୫ ମାସ୍କ ଯୋଗାଯାଇଛି। ଆଗକୁ ମଧ୍ୟ ଏହା ଜାରି ରହିବ ବୋଲି ହାରିସ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କମେଡିଆନ୍ ଗୁଲୁଆଙ୍କୁ ହତ୍ୟା ଧମକ, ଭିଡିଓ କରି କହିଲେ ଜୀବନ ପ୍ରତି ବିପଦ…

ଭୁବନେଶ୍ବର, ୨୫।୧୨: କମେଡିଆନ୍‌ ଗୁଲୁଆଙ୍କୁ ହତ୍ୟା ଧମକ । ସେ ନିଜେ ଏଭଳି ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି । ଏନେଇ ସେ ଆଜି ସୋସିଆଲ ମିଡିଆରେ...

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ଏହି ଦୁଇ କୁଖ୍ୟାତ ମାଓବାଦୀ, ଏବେ ବି ଜାରି ରହିଛି…

ଫୁଲବାଣୀ/ତୁମୁଡ଼ିବନ୍ଧ,୨୫ା୧୨(ରାକେଶ କୁମାର ରାଉତ/ଦୀପକ ପରାସେଠ): କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ ଜୋର୍‌ଦାର କୋମ୍ବିଂ ଅପରେଶନ ଚାଲିଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨...

ପାରିବାରିକ କଳହର କରୁଣ ପରିଣତି, ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ବାମୀ

ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି ।...

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ଭୂପିନ୍ଦରଙ୍କ ବଡ଼ ବୟାନ, କିଛି ନୂଆ ଲୋକଙ୍କୁ ଅଣାଗଲେ ବିଜେଡ଼ି…

ଭୁବନେଶ୍ବର,୨୫।୧୨: ବିଭିନ୍ନ ସ୍ଥାନରେ ମେଳି କରି ଲୋକଙ୍କୁ ଏକଜୁଟ କରିଆସୁଛି ବିଜୁ ଜନତା ଦଳ । ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନବକଳେବର...

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...

ସାରା ବିଶ୍ୱକୁ ମଦ ପରଷିବ ପାକିସ୍ତାନ! ମୁନିରଙ୍କ ଘର ନିକଟରେ ଫ୍ୟାକ୍ଟ୍ରି, ୫୦ ବର୍ଷ ପରେ ଉଠିଲା ବ୍ୟାନ

ଇସଲାମାବାଦ,୨୫।୧୨: ଇସଲାମିକ ଦେଶ ପାକିସ୍ତାନ ଅନେକ ଦଶନ୍ଧି ପରେ ପୁଣି ଥରେ ବିଶ୍ୱକୁ ମଦ ବିକ୍ରି କରିବାକୁ ଯାଉଛି। ୫୦ ବର୍ଷରୁ ଅଧିକ ସମୟର ନିଷେଧ...

ଜନ୍ମଦିନ ପାର୍ଟି ପରେ ଛାତିଥରା ଘଟଣା, ଚଳନ୍ତା କାରରେ କମ୍ପାନୀ ମ୍ୟାନେଜରଙ୍କୁ ଗଣଦୁଷ୍କର୍ମ ପରେ….

ଉଦୟପୁର,୨୫।୧୨: ରାଜସ୍ଥାନର ଉଦୟପୁରରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜନ୍ମଦିନ ପାର୍ଟି ପରେ ଚଳନ୍ତା କାରରେ ଜଣେ ଆଇଟି ଫାର୍ମ ମ୍ୟାନେଜରଙ୍କୁ ଗଣବଳାତ୍କାର...

୧୭ ବର୍ଷ ପରେ ଫେରିଲେ ‘ଡାର୍କ ପ୍ରିନ୍ସ’, ଢାକା ରାଜନୀତିରେ ଭୂକମ୍ପ, ଭାରତ ପାଇଁ ଆଶା ନା ସତର୍କ ଘଣ୍ଟି? ଜାଣନ୍ତୁ…

ଢାକା,୨୫।୧୨: ବାଂଲାଦେଶ ରାଜନୀତିରେ ଏକ ବଡ଼ ଘଟଣାକ୍ରମରେ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ବେଗମ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ପ୍ରାୟ ୧୭...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri