ବଧୂ ହତ୍ୟା ଅଭିଯୋଗ, ସ୍ବାମୀ ଗୁରୁତର

ବରଗଡ଼ ଅଫିସ୍‌/ବିଜେପୁର,୯।୫: ବରଗଡ଼ ଜିଲା ବିଜେପୁର ଥାନା ଅଧୀନ ଜାରିଂ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଅଧିକ ଯୌତୁକ ଦାବି କରି ଶାଶୁଘର ଲୋକେ ଜଣେ ବିବାହିତା ମହିଳାଙ୍କୁ ନିଆଁରେ ପୋଡ଼ି ମାରି ଦେଇଥିବା କନ୍ୟାପକ୍ଷ ଅଭିଯୋଗ କରିଛନ୍ତି । ମୃତା ମହିଳା ହେଲେ ଉକ୍ତ ଗ୍ରାମର ରାଜେନ୍ଦ୍ର ବାରିକଙ୍କ ସ୍ତ୍ରୀ ପୁଷ୍ପାଞ୍ଜଳି। ମୃତ ପୁଷ୍ପାଞ୍ଜଳିଙ୍କ ବାପା ଭୀଷ୍ମଦେବ ବାରିକଙ୍କ ଏତଲାକ୍ରମେ ବିଜେପୁର ଥାନା ପୋଲିସ ଏକ ମାମଲା (ନଂ.୮୦/୨୧) ରୁଜୁ କରିଛି। ମୃତ ପୁଷ୍ପାଞ୍ଜଳିଙ୍କ ସ୍ବାମୀ ରାଜେନ୍ଦ୍ର ମଧ୍ୟ ଗୁରୁତର ଅବସ୍ଥାରେ ଭିମସାର୍‌, ବୁର୍ଲାରେ ଚିକିତ୍ସାଧୀନ ଅଛନ୍ତି ।
୭ ବର୍ଷ ତଳେ ରାଜେନ୍ଦ୍ର ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ମହଖଣ୍ଡ ଗ୍ରାମର ଭୀଷ୍ମଦେବ ବାରିକଙ୍କ ଝିଅ ପୁଷ୍ପାଞ୍ଜଳିଙ୍କୁ ବିବାହ କରିଥିଲେ। ବିବାହ ସମୟରେ କନ୍ୟାପକ୍ଷ ଝିଅ, ଜ୍ୱାଇଁଙ୍କୁ ଉପହାର ଦେଇଥିଲେ । ବିବାହ ପରେ ଶାଶୁଘର ଲୋକେ ଲକ୍ଷେ ଟଙ୍କା ସହିତ ଅଧିକ ସୁନା ଗହଣା, ଗାଡ଼ି ଆଦି ଦାବି କରି ପୁଷ୍ପାଞ୍ଜଳିଙ୍କୁ ଶାରୀରିକ, ମାନସିକ ନିର୍ଯାତନା ଦେଇ ଆସୁଥିବା ଅଭିଯୋଗ ହୋଇଛି। ଶନିବାର ଶାଶୁଘରେ ଥିବାବେଳେ ପୁଷ୍ପାଞ୍ଜଳି ନିଆଁରେ ପୋଡି ହୋଇ ଗୁରୁତର ହୋଇଥିଲେ। ପରେ ତାଙ୍କୁ ବୁର୍ଲା ନିଆଯାଇଥିଲା। ସେଠାରୁ ରାଉରକେଲା ଆଇଜିଏଚ୍‌କୁ ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ରବିବାର ଭୋରରେ ପୁଷ୍ପାଞ୍ଜଳିଙ୍କ ମୃତ୍ୟୁ ଘଟିଥିଲା। ପୁଷ୍ପାଞ୍ଜଳି କିରୋସିନ ଢ଼ାଳି ଆତ୍ମହତ୍ୟା କରିଥିବା ଶାଶୁଘର ଲୋକେ କହୁଥିବା ବେଳେ କନ୍ୟାପକ୍ଷ ଲୋକେ ତାଙ୍କୁ ପୋଡ଼ି ମାରି ଦିଆଯାଇଥିବା ଅଭିଯୋଗ ହୋଇଛି। ରବିବାର ରାଉରକେଲାରୁ ମୃତଦେହ ବ୍ୟବଚ୍ଛେଦ ହୋଇ ଜାରିଂ ନିଆଯାଇ ଦାହ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri