କଳିଙ୍ଗନଗରରୁ ଏଲ୍‌ଏମ୍‌ଓ ଯୋଗାଣ

ଯାଜପୁର ଅଫିସ: ଭାରତୀୟ ରେଳବାଇର ଅକ୍ସିଜେନ୍‌ ଏକ୍ସପ୍ରେସ୍‌ ଜରିଆରେ ରବିବାରଠାରୁ ଟାଟା ଷ୍ଟିଲ୍‌ କଳିଙ୍ଗନଗର କାରଖାନାରୁ ଲିକ୍ବିଡ୍‌ ମେଡିକାଲ୍‌ ଅକ୍ସିଜେନ୍‌ (ଏଲ୍‌ଏମ୍‌ଓ) ଯୋଗାଣ ଆରମ୍ଭ ହୋଇଛି। ୭ କ୍ରାୟୋଜେନିକ୍‌ କନେର୍‌ ଥିବା ଏହି ଅକ୍ସିଜେନ୍‌ ଟ୍ରେନ୍‌ ଓଡ଼ିଶାର ଯାଜପୁର ଜିଲାର କଳିଙ୍ଗନଗରରୁ ଦିଲ୍ଲୀକୁ ୧୩୨ ଟନ୍‌ ଲିକ୍ବିଡ ମେଡିକାଲ୍‌ ଅକ୍ସିଜେନ୍‌ ନେଇ ଯାତ୍ରା କରିଛି। ଟାଟା ଷ୍ଟିଲ୍‌ର କଳିଙ୍ଗନଗର କାରଖାନାରୁ ଏଲ୍‌ଏମ୍‌ଓ ପରିବହନ କରିଥିବା ଏହା ପ୍ରଥମ ଅକ୍ସିଜେନ୍‌ ଏକ୍ସପ୍ରେସ୍‌। ଟାଟା ଷ୍ଟିଲ୍‌ର କଳିଙ୍ଗନଗର କାରଖାନା ଓଡ଼ିଶା ସମେତ ଭାରତର ବିଭିନ୍ନ ରାଜ୍ୟକୁ ସଡ଼କ ପଥରେ ୩୬୩୦ ଟନ୍‌ ଲିକ୍ବିଡ୍‌ ଅକ୍ସିଜେନ୍‌ ପଠାଇ ସାରିଲାଣି। ଦେଶରେ ଦେଖାଦେଇଥିବା କୋଭିଡ୍‌-୧୯ର ଦ୍ୱିତୀୟ ଲହରରେ ମେଡିକାଲ୍‌ ଅକ୍ସିଜେନ୍‌ ପରିବହନ ଆହ୍ବାନକୁ ଦୃଷ୍ଟିରେ ରଖି ଦେଶର ଗୋଟିଏ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତକୁ ଶୀଘ୍ର ଓ ସମୟୋପଯୋଗୀ ଭାବେ ମେଡିକାଲ୍‌ ଅକ୍ସିଜେନ୍‌ ଯୋଗାଣକୁ ନିଶ୍ଚିତ କରିବା ଲାଗି ଭାରତୀୟ ରେଳ ପକ୍ଷରୁ ଅକ୍ସିଜେନ୍‌ ଏକ୍ସପ୍ରେସ୍‌ ଅଭିଯାନର ଶୁଭାରମ୍ଭ କରାଯାଇଛି। ଏହି ଜାତୀୟ ଜରୁରିକାଳୀନ ସ୍ଥିତିରେ ଟାଟା ଷ୍ଟିଲ୍‌ ପକ୍ଷରୁ ଏହାର ଜାମ୍‌ସେଦପୁର, କଳିଙ୍ଗନଗର ଓ ଢେଙ୍କାନାଳରେ ଥିବା ଉପତ୍ାଦନ ୟୁନିଟ୍‌ରୁ ଦୈନିକ ଲିକ୍ବିଡ୍‌ ମେଡିକାଲ୍‌ ଅକ୍ସିଜେନ୍‌ ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ଆନ୍ଧ୍ରପ୍ରଦେଶ, ତେଲଙ୍ଗାନା, ଝାଡ଼ଖଣ୍ଡ, ଓଡ଼ିଶା, ବିହାର, ପଶ୍ଚିମବଙ୍ଗ, ହରିୟାଣା ଓ ଦିଲ୍ଲୀକୁ ଯୋଗାଇ ଦିଆଯାଇଛି। ୨୦୨୧ ମେ ୮ରେ କମ୍ପାନୀ ତରଫରୁ ଏହାର ବିଭିନ୍ନ କାରଖାନାରୁ ୧୩୦୦ରୁ ଅଧିକ ଟନ୍‌ର ଏଲ୍‌ଏମ୍‌ଓ ଯୋଗାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି: ଗହଣା ନୁହେଁ ଏହି କାରଣରୁ ବଢିଚାଲିଛି, ଆଉ କମିବନି

ନୂଆଦିଲ୍ଲୀ,୨୯ା୧୨: ୨୦୨୫ ମସିହାରେ ରୁପା ମୂଲ୍ୟରେ ଅପ୍ରତ୍ୟାଶିତ ବୃଦ୍ଧି ଦେଖିବାକୁ ମିଳିଛି। ଭାରତୀୟ ବଜାରରେ ଏହା ଏକ ନୂତନ ରେକର୍ଡ ସ୍ତରରେ ପହଞ୍ଚିଥିବା ବେଳେ ଏହାର...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

ଡିସେମ୍ବର ୩୧ ପୂର୍ବରୁ ଶେଷ କରନ୍ତୁ ଏହି ୩ଟି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଅଟକି ରହିବ ଆପଣଙ୍କ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ବର୍ଷର ଶେଷ ମାସ ଦୁଇ ଦିନ ମଧ୍ୟରେ ଶେଷ ହେବ, ଯାହା ନୂତନ ବର୍ଷର ଆରମ୍ଭ ହେବ। ତଥାପି, ଯଦି ଆପଣ ନୂତନ ବର୍ଷର...

ଐତିହାସିକ ରେକର୍ଡସ୍ତରରେ ରୁପା ମୂଲ୍ୟ: ପ୍ରଥମଥର ଟପିଲା ୨.୫ ଲକ୍ଷ

ନୂଆଦିଲ୍ଲୀ,୨୯।୧୨:ବର୍ଷ ଶେଷ ହେବାର କିଛି ଦିନ ପୂର୍ବରୁ ରୁପା ମୂଲ୍ୟ ଇତିହାସ ସୃଷ୍ଟି କରିଛି। ଦେଶର ଫ୍ୟୁଚର୍ସ ବଜାରରେ ପ୍ରଥମ ଥର ପାଇଁ ରୂପା ମୂଲ୍ୟ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri