ବାହାଘର ପାଇଁ ଦରକାର ପରିବାରବର୍ଗଙ୍କ କରୋନା ଟେଷ୍ଟ ରିପୋର୍ଟ

ଛତ୍ରପୁର,୧୦ା୫: କରୋନା ସଂକ୍ରମଣ ବଢ଼ୁଥିବାରୁ କଟକଣା ମଧ୍ୟରେ ବିବାହ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଆୟୋଜନ କରିବାକୁ ସରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବିବାହରେ ୫୦ ଲୋକ ଏକାଠି ହୋଇପାରିବେ। ଏଥିପାଇଁ ସ୍ଥାନୀୟ ପ୍ରଶାସନଠାରୁ ଅନୁମତି ନେବାକୁ ପଡ଼ିବ। ବାହାଘରରେ ଯୋଗଦେବାକୁ ଥିବା ବ୍ୟକ୍ତିଙ୍କ ତାଲିକା ପ୍ରଦାନ କରିବାକୁ ହେବ। ଗତବର୍ଷ କରୋନା ହଟ୍‌ସ୍ପଟ୍‌ ପାଲଟିଥିବା ଗଞ୍ଜାମ ଜିଲାରେ ଦ୍ୱିତୀୟ ଲହରରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏଭଳି ସମୟରେ ଜିଲାରେ କେହି ବିବାହ ଆୟୋଜନ କଲେ ପରିବାର ସଦସ୍ୟଙ୍କ କରୋନା ଟେଷ୍ଟ କରାଇବେ। କୌଣସି ସଦସ୍ୟଙ୍କର ଆଣ୍ଟିଜେନ ଟେଷ୍ଟ ରିପୋର୍ଟ ପଜିଟିଭ ଥିବା ଜଣାପଡ଼ିଲେ ବାହାଘରକୁ ଅନୁମତି ଦିଆଯିବ ନାହିଁ। ସୋମବାର ଅନୁଷ୍ଠିତ କୋଭିଡ୍‌ ପରିଚାଳନା ସମ୍ପର୍କିତ ବୈଠକରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହା କହିଛନ୍ତି।
କୋଭିଡ୍‌ ପରିଚାଳନା ଦାୟିତ୍ୱରେ ଥିବା ଅଧିକାରୀ, ଚିକିତ୍ସକ କିମ୍ବା କର୍ମଚାରୀ କୌଣସି ଫୋନ କଲ୍‌କୁ ଅବହେଳା ନ କରିବାକୁ ଜିଲାପାଳ କହିଛନ୍ତି। ଯେମିତି ବି ହେଉ ଲୋକଙ୍କ ଜୀବନ ବଞ୍ଚାଇବା ଲକ୍ଷ୍ୟ ନେଇ ସମସ୍ତେ କାର୍ଯ୍ୟ କରିବା ଦିଗରେ ଜିଲାପାଳ ଗୁରୁତ୍ୱ ଦେଇଥିଲେ। ସେହିପରି ଘରେ ସଙ୍ଗରୋଧରେ ରହୁଥିବା ବ୍ୟକ୍ତିଙ୍କ ସହ ଜୁମ୍‌ ଭିଡିଓ କଲ୍‌ କିମ୍ବା ଫୋନ କଲ୍‌ କରି ସ୍ବାସ୍ଥ୍ୟାବସ୍ଥା ବୁଝିବାକୁ କୁହାଯାଇଛି। ଚିକିତ୍ସିତ ହେଉଥିବା ଆକ୍ରାନ୍ତଙ୍କ ସମ୍ପର୍କୀୟମାନେ ବାରମ୍ବାର ଫୋନ କରି ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝୁଛନ୍ତି। ଏଭଳି କରିବା ଦ୍ୱାରା ଚିକିତ୍ସାରେ ବ୍ୟାଘାତ ସୃଷ୍ଟି ହେଉଛି । ତେଣୁ ସୀମିତ କଲ୍‌ ଏବଂ ସମୟକୁ ଦେଖି ଫୋନ କରିବା ପାଇଁ ଜିଲାପାଳ ଅନୁରୋଧ କରିଛନ୍ତି। ବ୍ରହ୍ମପୁର ଓ ଛତ୍ରପୁର ସହରରେ ଆଉ ଅତିରିକ୍ତ ଶହେ ଶଯ୍ୟା ବିଶିଷ୍ଟ ଅସ୍ଥାୟୀ ଚିକିତ୍ସା କେନ୍ଦ୍ର ପ୍ରସ୍ତୁତ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ଖବର ସଂଗ୍ରହ ବେଳେ ବ୍ଲକ ଅଞ୍ଚଳର ଖବରଦାତାମାନେ ସତର୍କତା ଅବଲମ୍ବନ କରିବା ପାଇଁ ଜିଲାପାଳ ଜଣାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri