ଗାଁରେ ବ୍ୟାପୁଛି ଜ୍ବର: ବିନା ଟେଷ୍ଟରେ ଖାଉଛନ୍ତି ଔଷଧ

ଖପ୍ରାଖୋଲ, ୧୨ା୫: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଅଞ୍ଚଳରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଛି। ଗାଁ ଗାଁରେ ଲୋକଙ୍କୁ ଜ୍ବର ହେଉଛି। ସଚେତନ ଲୋକେ କରୋନା ଟେଷ୍ଟ କରୁଥିବା ବେଳେ ଅନେକ ବିନା ଟେଷ୍ଟରେ ଔଷଧ ଖାଇ ଭଲ ହେଉଛନ୍ତି। କେତେକଙ୍କ ଜୀବନ ବି ଯାଉଛି। ନାନ୍ଦୁପଲା ପଞ୍ଚାୟତ ଅନ୍ତର୍ଗତ କୁଠୁର୍ଲା ଗାଁରେ ଜ୍ବର ହେଉଥିବା ଜାଣି ସ୍ବାସ୍ଥ୍ୟ ବିଭାଗ ତରଫରୁ ଗାଁରେ କରୋନା ଟେଷ୍ଟ କରାଯାଇଛି। ଦୁଇଦିନ ତଳେ ଛଅଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବୁଧବାର ୧୧ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ତିନି ଜଣ ୫ବର୍ଷରୁ କମ୍‌ ଶିଶୁ ଥିବା ଜଣାଯାଇଛି । ଗାଁକୁ ବିଡିଓ ତରଣୀ ସୁନା, ସ୍ବାସ୍ଥ୍ୟ ବିଭାଗ ବିପିଏମ ଯୁଗଳ କିଶୋର ସାହୁ, ସ୍ବାସ୍ଥ୍ୟ କର୍ମୀ ରଞ୍ଜନ ମେହେର ପ୍ରମୁଖ ପହଞ୍ଚି ଲୋକଙ୍କୁ ସଚେତନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ଯୋଗାସନ ପ୍ରତିଯୋଗୀତା ପାଇଁ ୭ ମନୋନୀତ

ଦିଗପହଣ୍ଡି,୧୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ଚିଦାନନ୍ଦ ସରସତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ୨ ଦିନିଆ ରାଜ୍ୟସ୍ତରୀୟ ବାଳିକା ଯୋଗାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ବଦଳିଲା MGNREGA ନାଁ

ଭୁବନେଶ୍ୱର,୧୨।୧୨: କେନ୍ଦ୍ର ସରକାର ଶୁକ୍ରବାର ପୁଣି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ସରକାର MGNREGA ନାଁ ବଦଳାଇ ପୂଜ୍ୟ ବାପୁ ଗ୍ରାମୀଣ ରୋଜଗାର ଯୋଜନା(Pujya...

ରାହୁଲଙ୍କ ବୈଠକରେ ଥରୁର ଅନୁପସ୍ଥିତ: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୧୨।୧୨: କଂଗ୍ରେସ ଏମ୍‌ପି ଶଶି ଥରୁର ଶୁକ୍ରବାର ରାହୁଲ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦଳର ଲୋକ ସଭା ଏମ୍‌ପି ବୈଠକରେ ଯୋଗ ଦେଇ ନ ଥିଲେ।...

ଚାଲାଣ ହେଉଥିଲା କଫ୍‌ ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୧୨ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ଶୁକ୍ରବାର ସହର ଉପକଣ୍ଠ କଟାପାଲି କେନାଲ ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। ଏହା...

‘ଧମକ ସେହିମାନେ ଦିଅନ୍ତି, ଯେଉଁମାନେ…’, SIR ବିରୋଧରେ ମମତାଙ୍କ ବୟାନକୁ ନେଇ ଭାଜପା ଖପ୍ପା!

ନୂଆଦିଲ୍ଲୀ/କୋଲକାତା,୧୨।୧୨: ପଶ୍ଚିମବଙ୍ଗରେ SIR ଉପରେ ଚାଲିଥିବା ବିବାଦ ମଧ୍ୟରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବିବୃତ୍ତି ଦେଇ ରାଜନୈତିକ ବିବାଦକୁ ଆହୁରି ବଢ଼ାଇ ଦେଇଛନ୍ତି। ଗୁରୁବାର...

ଆସନ୍ତା ୭ ଦିନ ହେବ ବର୍ଷା! ୫୫ କିଲୋମିଟର ବେଗରେ ବହିବ ପବନ

ଚେନ୍ନାଇ,୧୨।୧୨: ତାମିଲନାଡୁରେ ଉତ୍ତର-ପୂର୍ବ ମୌସୁମୀ ବାୟୁ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଅକ୍ଟୋବର ୧୬ରେ ଆରମ୍ଭ ହୋଇଥିବା ଉତ୍ତର-ପୂର୍ବ ମୌସୁମୀ ବାୟୁ ନଭେମ୍ବରରେ ନିରାଶାଜନକ ଥିଲା। ତଥାପି,...

ମାଲକାନଗିରି ହିଂସା ରିପୋର୍ଟ ପ୍ରକାଶ: ଏଥିରେ ହୋଇଛି ଏତିକି କୋଟି ଟଙ୍କା କ୍ଷତି, ଜାଣିଲେ…

ମାଲକାନଗିରି,୧୨ା୧୨: ମାଲକାନଗିରି ହିଂସାରେ ହୋଇଥିବା କ୍ଷୟକ୍ଷତି ରିପୋର୍ଟ ପ୍ରକାଶ ପାଇଛି। ଏହି ହିଂସାରେ ୩ କୋଟି ୪୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ଆକଳନ କରାଯାଇଛି। ଏନେଇ...

ମୋକିମ୍‌ଙ୍କୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ଏଥର ଦିଲ୍ଲୀରେ …

ଭୁବନେଶ୍ୱର,୧୨।୧୨: ମୋକିମଙ୍କ ଚିଠି ପ୍ରସଙ୍ଗରେ କଂଗ୍ରେସ ବିଧାୟକ ଦଳ ନେତା ପ୍ରତିକ୍ରିୟା ରଖିଛନ୍ତି। ଓଡ଼ିଶାରେ ବିବାଦ, ଦିଲ୍ଲୀରେ ସମାଧାନ ହେବ କହିଲେ ରାମଚନ୍ଦ୍ର କାଡାମ। ଓଡ଼ିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri