Posted inଖେଳ

ଅବସର ନେବେ ବିଜେ ଓ୍ବାଟଲିଂ

ଓ୍ବେଲିଂଟନ,୧୩।୫(ଏପି): ନ୍ୟୁଜିଲାଣ୍ଡ ଉଇକେଟକିପର ବ୍ୟାଟ୍ସମ୍ୟାନ ବିଜେ ଓ୍ବାଟଲିଂ ଅବସର ନେବେ ବୋଲି ଘୋଷଣା କରିଛନ୍ତି। ଆସନ୍ତା ମାସରେ ଇଂଲଣ୍ଡର ସାଉଥାମ୍ପଟନଠାରେ ଆୟୋଜନ ହେବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ପରେ ସେ ସବୁପ୍ରକାର କ୍ରିକେଟରୁ ଅବସର ଘୋଷଣା କରିବେ ବୋଲି କହିଛନ୍ତି।
ଆଗାମୀ ସେସନ ପାଇଁ ନ୍ୟୁଜିଲାଣ୍ଡ କ୍ରିକେଟ ୨୦ ଜଣିଆ ଚୁକ୍ତିବଦ୍ଧ ଖେଳାଳିଙ୍କ ତାଲିକା ପ୍ରକାଶ କରିବା ପରେ ଦକ୍ଷିଣ ଆଫ୍ରିକା ଜନ୍ମିତ ଓ୍ବାଟଲିଂ ଏହି ଗୁରୁତ୍ୱପୂର୍ଣ୍ଣ କଥା ଘୋଷଣା କରିଛନ୍ତି। ଟେଷ୍ଟ ଫର୍ମାଟ୍‌ରେ ନ୍ୟୁଜିଲାଣ୍ଡ ଭଲ ଉନ୍ନତି କରିଛି ଓ ଏଥିରେ ଓ୍ବାଟଲିଂଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ରହିଆସିଛି। ୨୦୦୯ରେ ସେ ଓପନିଂ ବ୍ୟାଟ୍ସମ୍ୟାନ ଓ ଜଣେ ପାର୍ଟଟାଇମ୍‌ ଉଇକେଟକିପର ଭାବେ କ୍ୟାରିୟର ଆରମ୍ଭ କରିଥିଲେ। ତେବେ ୨୦୧୩ରେ ବ୍ରେଣ୍ଡନ ମ୍ୟାକଲମ ଅବସର ନେବା ପରେ ସେ ଟେଷ୍ଟରେ ମୁଖ୍ୟ ଉଇକେଟକିପର ଭାବେ ଦାୟିତ୍ୱ ନିର୍ବାହ କରିଥିଲେ। ସେବେଠାରୁ ସେ ନ୍ୟୁଜିଲାଣ୍ଡ ଦଳର ନିୟମିତ ସଦସ୍ୟ ରହିଆସିଥିଲେ। ୭୩ଟି ଟେଷ୍ଟ ଖେଳି ସେ ୩୮.୧୧ ରନ ହାରରେ ୩,୭୭୩ ରନ ସଂଗ୍ରହ କରିଥିଲେ ଓ ୮ଟି ଶତକ ସହ ୧୯ଟି ଅର୍ଦ୍ଧଶତକ ଅର୍ଜନ କରିଥିଲେ। ନ୍ୟୁଜିଲାଣ୍ଡର ୨୫୭ଟି ଉଇକେଟକିପିଂ ଡିସ୍‌ମିସାଲ ରେକର୍ଡରେ ତାଙ୍କର ଭୂମିକା ରହିଥିଲା। ଏଥିରେ ୨୪୯ଟି କ୍ୟାଚ୍‌ ସାମିଲ ରହିଥିଲା। ତେବେ ସୀମିତ ଓଭର କ୍ରିକେଟରେ ସେ ସେତେଟା ସକ୍ରିୟ ନ ଥିଲେ। କ୍ୟାରିୟରରେ ସେ ମାତ୍ର ୨୮ଟି ଦିନିକିଆ ଓ ୫ଟି ଟି୨୦ ମ୍ୟାଚ୍‌ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ

ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

ଗତ ୭ ବର୍ଷ ହେବ BCCI ବଢାଇନାହିଁ ଅମ୍ପାୟର୍ସଙ୍କ ଦରମା, ଜାଣନ୍ତୁ ଗୋଟିଏ ମ୍ୟାଚ ପାଇଁ କେତେ ମିଳେ

ନୂଆଦିଲ୍ଲୀ,୨୬।୧୨: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆନ୍ତର୍ଜାତୀୟ ଏବଂ ଘରୋଇ, ପୁରୁଷ ଏବଂ ମହିଳା ଉଭୟ ଖେଳାଳିଙ୍କ ଦରମାରେ...

ଅଶାଳୀନ ମନ୍ତବ୍ୟ ଦେଲେ ଫ୍ୟାନ୍‌: ସମସ୍ତଙ୍କୁ ଚକିତ କଲା ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରତିକ୍ରିୟା

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ୍ ଅଲ୍-ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହ ଜଣେ ଫ୍ୟାନ୍‌ଙ୍କ ଅଶାଳୀନ ଆଚରଣର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଖ୍ରୀଷ୍ଟମାସ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri