Posted inଖେଳ

ଟିଟି ଖେଳାଳି ଚନ୍ଦ୍ରଶେଖରଙ୍କ ଦେହାନ୍ତ

ଚେନ୍ନାଇ,୧୩।୫(ପି.ଟି.): ସମ୍ମାନଜନକ ଅର୍ଜୁନ ପୁରସ୍କାର ଜିତିଥିତ୍ବା ଭାରତୀୟ ଟେବୁଲ ଟେନିସ ଖେଳାଳି ଭି. ଚନ୍ଦ୍ରଶେଖର ୬୪ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। କୋଭିଡ୍‌-୧୯ ସଂକ୍ରମଣ କାରଣରୁ ଏକ ସ୍ଥାନୀୟ ପ୍ରାଇଭେଟ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି ବୋଲି ତାଙ୍କ ପରିବାର ତରଫରୁ କୁହାଯାଇଛି।
ମୃତ୍ୟୁ ବେଳକୁ ତାଙ୍କ ପାଖରେ ପୁଅ ଓ ସ୍ତ୍ରୀ ରହିଥିଲେ। ଚନ୍ଦ୍ରା ଭାବେ ଲୋକପ୍ରିୟ ଥିବା ଏହି ପୂର୍ବତନ ଖେଳାଳି ୩ଥର ଜାତୀୟ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛନ୍ତି। ସେ ଚେନ୍ନାଇସ୍ଥିତ ତାମିଝାଗା ଟେବୁଲ ଟେନିସ ଆସୋସିଏଶନର ଅଧ୍ୟକ୍ଷ ଓ ଏସ୍‌ଡିଏଟି- ମେଡିମିକ୍ସ ଟିଟି ଏକାଡେମୀର ନିର୍ଦ୍ଦେଶକ ଏବଂ ହେଡ୍‌ କୋଚ୍‌ ରହିଥିଲେ। ଚେନ୍ନାଇ ଜନ୍ମିତ ଚନ୍ଦ୍ରଶେଖର ୧୯୮୨ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସେମିଫାଇନାଲରେ ପ୍ରବେଶ କରିଥିଲେ। ଇଞ୍ଜୁରି କାରଣରୁ ସେ ୧୯୮୩ରେ ଅବସର ନେଇଥିଲେ। ତେବେ କୋଚ୍‌ ଭାବେ ସେ ବେଶ୍‌ ସଫଳ ରହିଥିଲେ। ତାଙ୍କ ଦେହାନ୍ତରେ ଟିଟି ଖେଳାଳି ଶରଥ କମଲ, ଜି. ସାଥିୟଁା, ଏସ. ରମଣ ଓ ଏମ୍‌.ଏସ୍‌. ମିଥିଲି ଶୋକ ପ୍ରକାଶ କରିଛନ୍ତି। ସାରା ଟିଟି ଜଗତ ମଧ୍ୟ ତାଙ୍କ ଦେହାନ୍ତରେ ଶୋକ ଜାହିର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

କାହିଁକି ବାଦ୍‌ ପଡ଼ିଲେ ଗିଲ୍‌: ମୁହଁ ଖୋଲିଲେ ଅଗରକର

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!

ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି...

ଘୋଷଣା ହେଲା ଟି-୨୦ ବିଶ୍ୱକପ୍ ଦଳ: ଗୌତମ ଗମ୍ଭୀରଙ୍କୁ ଚେତାବନୀ ଦେଲେ ପୁର୍ବତନ କ୍ରିକେଟର

ମୁମ୍ବାଇ,୨୦।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ୨୦୨୬ ପାଇଁ ଭାରତୀୟ ଦଳ ଘୋଷଣା ହେବା ପୂର୍ବରୁ ପୂର୍ବତନ ଅଲରାଉଣ୍ଡର ଇରଫାନ୍ ପଠାନ୍ ଏକ ଗୁରୁତ୍ୱପୂର୍ଣ୍ଣ ଚେତାବନୀ...

ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଗିଲ୍‌ ଆଉଟ୍‌: କାରଣ କହିଦେଲେ ଚୟନକର୍ତ୍ତା

ନୂଆଦିଲ୍ଲୀ,୨୦।୧୨: ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମନ ଗିଲ କିଛି ଦିନ ହେବ ଖରାପ ଫର୍ମରେ ଅଛନ୍ତି। ଆଘାତ ଯୋଗୁ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri