୯ ଦିନ ବନ୍ଦ ହେବ ହାଲ୍‌ ମିଗ୍‌ କାରଖାନା

କୋରାପୁଟ/ସୁନାବେଡ଼ା,୧୩।୫: କରୋନା ସଂକ୍ରମଣ ହାର କୋରାପୁଟ ଜିଲାରେ ବଢ଼ିଚାଲିଛି। ଏହାର ମୁକାବିଲା ନେଇ ସମସ୍ତ ପ୍ରକାର ଉଦ୍ୟମ ଜାରି ରହିଛି। ଏହା ସତ୍ତ୍ୱେ ସଂକ୍ରମଣ କମିବା ନାଁ ନେଉନି। ସୁନାବେଡ଼ା ହାଲ୍‌ ଟାଉନଶିିପ ଅଞ୍ଚଳରେ ମଧ୍ୟ କରୋନା ସଂକ୍ରମଣର ହାର ବଢ଼ିଚାଲିଛି। ଗତ କିଛି ଦିନ ହେବ ହାଲ୍‌ ସହରାଞ୍ଚଳରେ ପ୍ରତ୍ୟହ ୮ରୁ ୧୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି। ହାଲ୍‌ ପ୍ରଶାସନ ଏହାର ମୁକାବିଲା ଜାରି ରଖିଛି। କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଗୁରୁବାର ବେଙ୍ଗାଲୁରୁସ୍ଥିତ ହାଲ୍‌ କର୍ପୋରେଟ ଅଫିସ ପକ୍ଷରୁ ହାଲ୍‌ ମିଗ୍‌ କାରଖାନାକୁ ଚଳିତ ମାସ ୧୫ଠାରୁ ୨୩ ତାରିଖ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ବନ୍ଦ କରିବା ଲାଗି ବିଜ୍ଞପ୍ତି ଜାରି ହୋଇଛି। କାରଖାନା ବନ୍ଦ ସମୟରେ ସହରାଞ୍ଚଳ ତଥା କାରଖାନା ମଧ୍ୟରେ ଅତ୍ୟାବଶ୍ୟକ ସେବା ଯଥା ମେଡିକାଲ, ପାରା ମେଡିକାଲ ଷ୍ଟାଫ, ପାନୀୟ ଜଳ ଯୋଗାଣ, ବିଦ୍ୟୁତ୍‌ ଯୋଗାଣ, ହାଲ୍‌ ସିକ୍ୟୁରିଟି, ଅଗ୍ନିଶମ ବିଭାଗ ଏବଂ ସାନିଟାଇଜେଶନ ବ୍ୟବସ୍ଥା ଚାଲୁ ରହିବ ବୋଲି ବିଜ୍ଞପ୍ତିରେ ଉଲେଖ ରହିଛି। ଉପରୋକ୍ତ ବିଭାଗର କାର୍ଯ୍ୟରତ କର୍ମଚାରୀ ଓ ଠିକା କର୍ମଜାରୀ ନିୟମିତ କାର୍ଯ୍ୟ କରିବେ। ମେ ୧୫ରୁ ୨୩ ମଧ୍ୟରେ କୌଣସି ଅଧିକାରୀ କିମ୍ବା କର୍ମଚାରୀ ବିଭାଗୀୟ ମୁଖ୍ୟଙ୍କ ବିନା ଅନୁମୋଦନରେ ବାହାରକୁ ଯାଇପାରିବେ ନାହିଁ।  ସୂଚନାଯୋଗ୍ୟ, ସୁନାବେଡ଼ା ସହରାଞ୍ଚଳରେ କରୋନା ପଜିଟିଭ ସଂଖ୍ୟା ବୃଦ୍ଧି ପାଇବାରୁ କିଛିଦିନ ତଳେ ହାଲ୍‌ ପ୍ରଶାସନ କାରଖାନା ମଧ୍ୟରେ କାମ କରୁଥିବା ସମସ୍ତ ଅଫିସର ଓ କର୍ମଚାରୀଙ୍କ ସମୟ ପରିବର୍ତ୍ତନ କରିଥିଲା। ଏବେ ଦୈନିକ ସଂକ୍ରମଣ ବୃଦ୍ଧିକୁ ଗୁରୁତର ସହ ନେଇ ହାଲ୍‌ କାରଖାନାକୁ ସାମୟିକ ଭାବେ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ମୁନିରଙ୍କ ହାତରେ ନ୍ୟୁକ୍ଲିଅର ବଟନ୍‌

ଇସ୍‌ଲାମାବାଦ,୬ା୧୨: ପାକିସ୍ତାନ ରାଷ୍ଟ୍ରପତି ଆସିଫ୍‌ ଅଲୀ ଜର୍ଦ୍ଦାରୀଙ୍କ ଅଫିସିଆଲ୍‌ ‘X’ ହ୍ୟାଣ୍ଡେଲରୁ ଶୁକ୍ରବାର ଏକ ପୋଷ୍ଟ କରାଯାଇଛି। ବର୍ତ୍ତମାନ ସିଓଏଏସ୍‌ ଥିବା ଫିଲ୍ଡ ମାର୍ଶଲ ଆସିମ୍‌...

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

ଫିକା ପଡ଼ିଲା ଖ୍ରୀଷ୍ଟମାସ ସେଲିବ୍ରେଶନ, ୧୦ ମୃତ ୧୯ ଆହତ

ପ୍ୟାରିସ,୬।୧୨: ଫ୍ରାନ୍ସର ଗୁଆଡେଲୁପର ସେଣ୍ଟ-ଆନରେ ଏକ ଖ୍ରୀଷ୍ଟମାସ କାର୍ଯ୍ୟକ୍ରମରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଗାଡ଼ି କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତ ହେଉଥିବା ଲୋକଙ୍କୁ ଚାପି...

ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…

ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...

ଇଣ୍ଡିଗୋ ବିମାନ ରଦ୍ଦ ପରେ ବି କେମିତି ଧଡାଧଡ ବିକ୍ରି ହେଉଛି ଟିକେଟ! ୩ ଗୁଣା ଅଧିକ ଦାମରେ ବି କିଣୁଛନ୍ତି ଲୋକେ

ନୂଆଦିଲ୍ଲୀ,୬।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଅନେକ ଦିନ ଧରି ସଂଘର୍ଷ କରୁଛି। ଡିସେମ୍ବର ୨ରୁ ବିମାନ ବାତିଲ ଚାଲିଛି। ଇଣ୍ଡିଗୋ ପ୍ରତିଦିନ ୫୦୦ରୁ ଅଧିକ ବିମାନ ବାତିଲ...

ଏହିସବୁ ଭାରତୀୟ ଖାଦ୍ୟ ଖାଇଲେ ପୁଟିନ୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମ୍ମାନାର୍ଥେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଆୟୋଜିତ ରାଜ୍ୟ ଭୋଜିରେ କଶ୍ମୀର ଅଖରୋଟ ଗୁଚ୍ଚି ଦୁନ ଚେଟିନ ଏବଂ...

ପୁଟିନ ଫେରୁ ଫେରୁ ପୂରଣ ହେଲା ଭାରତର ବଡ଼ ଇଚ୍ଛା, ପ୍ରମାଦ ଗଣିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଛାଡିବା ପରେ ଏକ ବଡ଼ ଖବର ଆସିଛି। ଏହି ନୂତନ ବିକାଶ ସ୍ବଦେଶୀ ଯୁଦ୍ଧ ବିମାନ କାର୍ଯ୍ୟକ୍ରମକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri