Posted inଖେଳ

‘ ଦିନିକିଆ, ଟି୨୦ ଦଳରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ଯାଗା ନାହିଁ ’

ମୁମ୍ବାଇ,୧୪।୫ : ଭାରତୀୟ ଦିନିକିଆ ଓ ଟି୨୦ ଦଳରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ଯାଗା ନାହିଁ। ଅସ୍ତ୍ରୋପଚାର ପରେ ସେ ନିୟମିତ ବୋଲିଂ କରିପାରୁ ନାହାନ୍ତି। ଏହି କାରଣରୁ ତାଙ୍କୁ ଚୟନକର୍ତ୍ତା ଲମ୍ବା ଫର୍ମାଟ ପାଇଁ ଅଣାଦେଖା କରୁୁଛନ୍ତି। ମତେ ଲାଗୁଛି ଯଦି ଦିନିକିଆରେ ୧୦ ଓଭର ଏବଂ ଟି୨୦ରେ ୪ ଓଭର ବୋଲିଂ ନ କରିପାରିବେ, ତେବେ ସେ ଚୂଡ଼ାନ୍ତ ଏକାଦଶରେ ସ୍ଥାନ ପାଇପାରିବେ ନାହିଁ। କାରଣ ସେ ଜଣେ ସ୍ପେଶାଲିଷ୍ଟ ବ୍ୟାଟ୍ସମ୍ୟାନ ନୁହନ୍ତି। ହାର୍ଦ୍ଦିକଙ୍କ ଉପରେ ଏଭଳି ମନ୍ତବ୍ୟ ଦେଇଛନ୍ତି ପୂର୍ବତନ ଚୟନକମିଟି ସଦସ୍ୟ ସରଣଦୀପ ସିଂ। ଚଳିତ ବର୍ଷ ଅଷ୍ଟ୍ରେଲିଆ ଗସ୍ତରେ ଭାରତୀୟ ଦଳର ଅପୂର୍ବ ସଫଳତା ପରେ ଶେଷ ହୋଇଥିଲା ସରଣଦୀପଙ୍କ କାର୍ଯ୍ୟକାଳ।

୨୦୧୯ରେ ପିଠିରେ ଅସ୍ତ୍ରୋପଚାର ହେବା ପରେ ହାର୍ଦ୍ଦିକ ନିୟମିତ ବୋଲିଂ କରୁ ନାହାନ୍ତି। ଏହି କାରଣରୁ ଇଂଲଣ୍ଡ ଗସ୍ତ ପାଇଁ ଘୋଷିତ ଭାରତୀୟ ଦଳରେ ତାଙ୍କୁ ସ୍ଥାନ ମିଳିନାହିଁ।

ଯଦି ହାର୍ଦ୍ଦିକ ବୋଲିଂ ନ କରନ୍ତି, ତେବେ ଏହା ଭାରତୀୟ ଦଳର କ୍ଷତି କରିବ। ଏଥି ଯୋଗୁ ଟିମ୍‌ ଇଣ୍ଡିଆକୁ ଜଣେ ଅତିରିକ୍ତ ବୋଲର ଖେଳାଇବାକୁ ପଡ଼ିବ। ଫଳରେ ସୂର୍ଯ୍ୟକୁମାର ଯାଦବଙ୍କ ଭଳି ଖେଳାଳି ବାହାରେ ବସିବେ। ୫ ବୋଲରଙ୍କୁ ନେଇ ଖେଳିବା ଦ୍ୱାରା ଟିମ୍‌ ଇଣ୍ଡିଆର ସନ୍ତୁଳନ ପ୍ରଭାବିତ ହେଉଛି, ଯାହାକି ଅଷ୍ଟ୍ରେଲିଆ ଓ ଇଂଲଣ୍ଡ ଦିନିକିଆ ସିରିଜ୍‌ରେ ଦେଖିବାକୁ ମିଳିଥିଲା। ତେବେ ଦଳ ପାଖରେ ରବୀନ୍ଦ୍ର ଜାଡେଜା, ଓ୍ବାଶିଂଟନ ସୁନ୍ଦର, ଅକ୍ଷର ପଟେଲ, ଶାର୍ଦ୍ଦଳ ଠାକୁରଙ୍କ ଭଳି ଅଲରାଉଣ୍ଡର ଅଛନ୍ତି। ସେମାନେ ହାର୍ଦ୍ଦିକଙ୍କ କାମ କରିଦେବେ ବୋଲି ପୂର୍ବତନ ସ୍ପିନର ସରଣଦୀପ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri