Posted inଖେଳ

ଭାରତୀୟ ମହିଳା କ୍ରିକେଟ ଦଳ ଘୋଷିତ

ନୂଆଦିଲ୍ଲୀ, ୧୫।୫-
ଇଂଲଣ୍ଡ ବିପକ୍ଷ ୭ ମ୍ୟାଚ ବିଶିଷ୍ଟ ଟୁର୍‌ ପାଇଁ ଶୁକ୍ରବାର ଭାରତୀୟ ମହିଳା କ୍ରିକେଟ ଦଳ ଘୋଷିତ ହୋଇଛି। ଶେଫାଳି ବର୍ମା ପ୍ରଥମଥରପାଇଁ ଦିନିକିଆ ଦଳରେ ସାମିଲ ହୋଇଥିବାବେଳେ ଶିଖା ପାଣ୍ଡେ ଓ ତାନିୟା ଭାଟିଆ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଝାଡ଼ଖଣ୍ଡ ଉଇକେଟ କିପର-ବ୍ୟାଟର ଇନ୍ଦ୍ରାଣି ରୟଙ୍କୁ ମଧ୍ୟ ସ୍ଥାନ ମିଳିଛି। ୨୦୧୬ ଫେବୃୟାରୀ ପରେ ଆଉ ଖେଳିବା ସୁଯୋଗ ପାଇ ନ ଥିବା ସ୍ନେହ ରାଣା ମଧ୍ୟ ଦଳକୁ ଫେରିଛନ୍ତି। ତେବେ ବାମହାତୀ ସ୍ପିନର ରାଜେଶ୍ୱରୀ ଗାଏକ୍ୱାଡ ଦଳରୁ ବାଦ୍‌ ପଡ଼ିଛନ୍ତି। କରୋନାରେ ସଂକ୍ରମିତ ହୋଇ ସେ ଏବେ ଚିକିତ୍ସିତ ହେଉଛନ୍ତି। ଏହି ଟୁର୍‌ରେ ଭାରତ ୧ ଟେଷ୍ଟ ଏବଂ ୩ଟି ଲେଖାଏ ଦିନିକିଆ ଓ ଟି୨୦ ଖେଳିବ।
ଟେଷ୍ଟ ଓ ଦିନିକିଆ ଦଳ: ମିଥାଲି ରାଜ(ଅଧିନାୟିକା), ସ୍ମୃତି ମନ୍ଧାନା, ହରମନପ୍ରୀତ କୌର (ଉପଅଧିନାୟିକା), ପୁନମ ରାଉତ, ପ୍ରିୟା ପୁନିଆ, ଦୀପ୍ତି ଶର୍ମା, ଜେମିମା ରୋଡ୍ରିଗ୍ବେଜ, ଶେଫାଳି ବର୍ମା, ସ୍ନେହ ରାଣା, ତାନିୟା ଭାଟିଆ, ଇନ୍ଦ୍ରାଣି ରୟ(ଉଭୟେ ଉଇକେଟ କିପର), ଝୁଲଣ ଗୋସ୍ବାମୀ, ଶିଖା ପାଣ୍ଡେ, ପୂଜା ବସ୍ତ୍ରକାର, ଅରୁନ୍ଧତୀ ରେଡ୍ଡୀ, ପୁନମ ଯାଦବ, ଏକତା ବିସ୍ତ, ରାଧା ଯାଦବ।
ଟି୨୦ ଦଳ: ହରମନପ୍ରୀତ କୌର (ଅଧିନାୟିକା), ସ୍ମୃତି ମନ୍ଧାନା (ଉପ-ଅଧିନାୟିକା), ଦୀପ୍ତି ଶର୍ମା, ଜେମିମା ରୋଡ୍ରିଗ୍ବେଜ, ଶେଫାଳି ବର୍ମା, ରିଚା ଘୋଷ, ହର୍ଲିନ ଦେଓଲ, ସ୍ନେହ ରାଣା, ତାନିୟା ଭାଟିଆ, ଇନ୍ଦ୍ରାଣି ରୟ(ଉଭୟେ ଉଇକେଟ କିପର), ଶିଖା ପାଣ୍ଡେ, ପୂଜା ବସ୍ତ୍ରକାର, ଅରୁନ୍ଧତୀ ରେଡ୍ଡୀ, ପୁନମ ଯାଦବ, ଏକତା ବିସ୍ତ, ରାଧା ଯାଦବ, ସିମରନ ଦିଲ୍‌ ବାହାଦୂର।


Enter your email to get our daily news in your inbox.

All Right Reserved By Dharitri.Com

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri