ଜ୍ବଳନ୍ତା ଟ୍ରାନ୍ସଫର୍ମରରୁ ଯୁବକଙ୍କୁ ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ବରଗଡ଼ ଅଫିସ,୧୫।୫: ବରଗଡ଼ ଜିଲା ଭଟଲି ବ୍ଲକ ମୁରୁମକେଲ ଗ୍ରାମରେ ଶନିବାର ଜ୍ବଳନ୍ତା ବିଦ୍ୟୁତ୍‌ ଟ୍ରାନ୍ସଫର୍ମରରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଜଣେ ଯୁବକଙ୍କୁ ଭଟଲି ଅଗ୍ନିଶମ ବିଭାଗ କର୍ମଚାରୀମାନେ ଉଦ୍ଧାର କରି ଥିଲେ। ପରେ ଅଗ୍ନିଶମ କର୍ମଚାରୀ ନିଜ ଗାଡିରେ ଆହତ ଯୁବକଙ୍କୁ ଜିଲା ମୁଖ୍ୟ ଚିକତ୍ସାଳୟରେ ଭର୍ତ୍ତି କରି ମାନବିକତାର ପରିଚୟ ଦେଇଛନ୍ତି । ଆହତ ଯୁବକ ଜଣକ ହେଲେ, ଭଡିଗାଁ ପଞ୍ଚାୟତ ମୁରୁମକେଲ ଗ୍ରାମର ସମୀର ଖମାରୀ (୨୭) ।
ସମୀର କୌଣସି କାରଣରୁ ବିଦ୍ୟୁତ୍‌ ଟ୍ରାନ୍ସଫୋର୍ମର ଉପରକୁ ଚଢିଥିଲେ। ସେଠାରେ ତାଙ୍କୁ କରେଣ୍ଟ ଲାଗି ଦେହରେ ନିଆଁ ଲାଗିଯାଇଥିଲା। କିଛି ଯୁବକ ଏହା ଦେଖି ବିଦ୍ୟୁତ୍‌ ବିଭାଗକୁ ଫୋନ କରି ଲାଇନ କଟାଇଥିଲେ। ପରେ ଭଟଲି ଅଗ୍ନିଶମ ବିଭାଗକୁ ଫୋନ କରି ସୂଚନା ଦେଇଥିଲେ। ଅଫିସର ଇନ୍‌ଚାର୍ଜ ରବୀନ୍ଦ୍ର କେତନ ସାହୁଙ୍କ ନେତୃତ୍ୱରେ ଅଗ୍ନିଶମ ବିଭାଗ ଏକ ଟିମ୍‌ ପହଞ୍ଚି ସାହସିକତାର ସହିତ ଜ୍ବଳନ୍ତା ଟ୍ରାନ୍ସଫର୍ମରରୁ ଯୁବକଙ୍କୁ ଉଦ୍ଧାର କରିଥିଲେ। ପରେ ଆମ୍ବୁଲାନ୍ସକୁ ଫୋନ କରିଥିଲେ । ତେବେ ଅମ୍ବୁଲାନ୍ସ ଆସିବା ବିଳମ୍ବ ହେବାରୁ ନିଜ ଗାଡ଼ିରେ ଅଗ୍ନିଶମ କର୍ମଚାରୀମାନେ ତାଙ୍କୁ ବରଗଡ ଜିଲା ମୁଖ୍ୟ ଚିକତ୍ସାଳୟକୁ ଆଣିଥିଲେ । ପ୍ରାଥମିକ ଚିକତ୍ସା ପରେ ତାଙ୍କୁ ଭୀମସାର, ବୁର୍ଲାକୁ ସ୍ଥାନାନ୍ତର କରାଯାଇଥିଲା। ଜିଲା ମୁଖ୍ୟ ଚିକତ୍ସାଲୟରୁ ସଂକଲ୍ପ ପରିବାରର ସଦସ୍ୟ ବିକାଶ ଅଗ୍ରୱାଲ ଓ ନିଧାନ ଦନ୍ତା ସଂକଲ୍ପ ରଥ ସାହାଯ୍ୟରେ ତାଙ୍କୁ ବୁର୍ଲ୍ଲା ପହଞ୍ଚାଇଥିଲେ। ଯୁବକଙ୍କ ବାମହାତ ଜଳିଯାଇଛି। ଭଟଲି ଅଗ୍ନିଶମ ବିଭାଗର ଭାରପ୍ରାପ୍ତ ଅଗ୍ନିଶମ ଅଧିକାରୀ ରବୀନ୍ଦ୍ର କେତନ ସାହୁଙ୍କ ନେତୃତ୍ୱରେ ଆଗ୍ନିକ ଚିରଞ୍ଜିବି ଦାଶ, ସୌମେତ୍ରି ମଲ୍ଲିକ, ରଞ୍ଜନ ଖଡ଼ିଆ, ଦୀପକ ମିନଜ଼, ପ୍ରଦୀପ କୁମାର ଫାଟକାର ପ୍ରମୁଖ ଉଦ୍ଧାର କାର୍ଯ୍ୟରେ ନିୟଜିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି 

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରଠାରୁ ଆରମ୍ଭ ହେବ। ସା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ଅନୁଷ୍ଠିତ ହୋଇଥିଲା।...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତଦିନେ ପରିସ୍ରାର ରଙ୍ଗ ଏପରି ଦେଖାଯାଉଛି କି, ହୋଇପାରେ…

ନୂଆଦିଲ୍ଲୀ,୨୪।୧୨: ଶୀତଦିନ ଆସିବା ସହିତ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଥଣ୍ଡା ବଢ଼ିବା ସହିତ ଖାଦ୍ୟପେୟ, ପାନୀୟ ଅଭ୍ୟାସ ଏବଂ ଦୈନନ୍ଦିନ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆସେ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri