Posted inଖେଳ

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ: ଭାରତର ମୁକାବିଲା ପାଇଁ କନ୍‌ଓ୍ବେଙ୍କ ସ୍ବତନ୍ତ୍ର ରଣନୀତି

ଅକଲାଣ୍ଡ,୧୬।୫(ପି.ଟି.): ଜୁନ୍‌ ୧୮ରୁ ୨୨ ତାରିଖ ମଧ୍ୟରେ ସାଉଥାମ୍ପଟନରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ (ଆଇସିସି) ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ଖେଳାଯିବ। ଏହି ହାଇପ୍ରୋଫାଇଲ ଟାଇଟଲ ମୁକାବିଲା ପାଇଁ ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ ଡେଭନ କନ୍‌ଓ୍ବେ ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରିଛନ୍ତି। ଭାରତୀୟ ସ୍ପିନରଙ୍କୁ ମୁକାବିଲା କରିବା ପାଇଁ ସେ ନିଜକୁ ପ୍ରସ୍ତୁତ କରୁଛନ୍ତି। ଏଥିପାଇଁ ସେ ଉଇକେଟ ଉପରେ ଧୂଳି ତଥା ଅଳିଆ ପକାଇ ବ୍ୟାଟିଂ ଅଭ୍ୟାସ କରୁଛନ୍ତି। ଏହା ଫଳରେ ସେ ରବିଚନ୍ଦ୍ରନ ଅଶ୍ୱିନଙ୍କ ଭଳି ସ୍ପିନରଙ୍କ ସଫଳ ମୁକାବିଲା କରିବେ।
୨୯ ବର୍ଷୀୟ କନ୍‌ଓ୍ବେ ଜୁନ୍‌ ୨ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପାଇଁ ଘୋଷିତ ୨୦ ଜଣିଆ ଦଳରେ ସ୍ଥାନ ପାଇଛନ୍ତି। ଡବ୍ଲ୍ୟୁଟିସି ଫାଇନାଲ ବେଳକୁ ଏହି ଦଳ ୧୫ଜଣରେ ସୀମିତ ରହିବ। ବୋଲରଙ୍କ ପାଦ ଚିହ୍ନରେ ପିଚ୍‌ ଧୂଳିଆ ତଥା ଅସମାନ ହେବ। ତେଣୁ ପିଚ୍‌ରେ ଧୂଳି ଓ ଅଳିଆ ପକାଇ ଅଭ୍ୟାସ କରୁଛି ବୋଲି ସେ କହିଛନ୍ତି। ଏହା ଦ୍ୱାରା ଭାରତୀୟ ସ୍ପିନରଙ୍କୁ ମୁକାବିଲା କରିବାରେ ସଫଳ ହେବି ବୋଲି ସେ କହିଛନ୍ତି। କନ୍‌ଓ୍ବେ ନ୍ୟୁଜିଲାଣ୍ଡ ପାଇଁ ଏ ପର୍ଯ୍ୟନ୍ତ ୩ଟି ଦିନିକିଆ ଓ ୧୪ଟି ଟି୨୦ ମ୍ୟାଚ୍‌ ଖେଳିଛନ୍ତି। ଧୂଳିଆ ଉଇକେଟରେ ବ୍ୟାଟିଂ କରିବା କଷ୍ଟକର ହୋଇଥାଏ। ଏଥିରେ ବଲ ବହୁତ ଟର୍ନ କରିଥାଏ। ସ୍ପିନରଙ୍କ ବିପକ୍ଷରେ କେବଳ ରକ୍ଷଣାତ୍ମକ ଖେଳିବାକୁ ଚାହୁଁନି। ଏହା ହେଲେ କେତୋଟି ବଲ୍‌ ପରେ ବିଟ୍‌ ହେବା ଓ ଆଉଟ ହେବାର ସମ୍ଭାବନା ରହିଛି। ଡବ୍ଲ୍ୟୁଟିସି ଫାଇନାଲ ବେଶ୍‌ ସଂଘର୍ଷପୂର୍ଣ୍ଣ ଓ ରୋମାଞ୍ଚକ ହେବ ବୋଲି ଆଶା କରାଯାଉଛି।
ଅନ୍ୟପଟେ ଏହି ଫାଇନାଲ ମ୍ୟାଚ୍‌ରେ ଭାରତ ଅପେକ୍ଷା ନ୍ୟୁଜିଲାଣ୍ଡ ସାମାନ୍ୟ ସୁବିଧାଜନକ ସ୍ଥିତିରେ ରହିଛି ବୋଲି ପୂର୍ବତନ ବ୍ୟାଟ୍ସମ୍ୟାନ ସଞ୍ଜୟ ମଞ୍ଜରେକର କହିଛନ୍ତି। ସାଉଥାମ୍ପଟନରେ ନ୍ୟୁଜିଲାଣ୍ଡ ଘରୋଇ ପରିବେଶରେ ସୁବିଧା ହାସଲ କରିବ। ଅର୍ଥାତ୍‌ ସାଉଥାମ୍ପଟନ ଓ ନ୍ୟୁଜିଲାଣ୍ଡର ପରିବେଶ ପାଖାପାଖି ସମାନ ଥିବାରୁ ନ୍ୟୁଜିଲାଣ୍ଡ ଫାଇଦାରେ ରହିବ। ଫଳରେ ଭାରତ ପାଇଁ ସାମାନ୍ୟ ଚ୍ୟାଲେଞ୍ଜ ସୃଷ୍ଟି ହେବ। ଓପନର ଭାବେ ରୋହିତ ଶର୍ମା ପ୍ରକୃତ ପରୀକ୍ଷାର ସମ୍ମୁଖୀନ ହେବେ ବୋଲି ମଞ୍ଜରେକର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

କାହିଁକି ବାଦ୍‌ ପଡ଼ିଲେ ଗିଲ୍‌: ମୁହଁ ଖୋଲିଲେ ଅଗରକର

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!

ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି...

ଘୋଷଣା ହେଲା ଟି-୨୦ ବିଶ୍ୱକପ୍ ଦଳ: ଗୌତମ ଗମ୍ଭୀରଙ୍କୁ ଚେତାବନୀ ଦେଲେ ପୁର୍ବତନ କ୍ରିକେଟର

ମୁମ୍ବାଇ,୨୦।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ୨୦୨୬ ପାଇଁ ଭାରତୀୟ ଦଳ ଘୋଷଣା ହେବା ପୂର୍ବରୁ ପୂର୍ବତନ ଅଲରାଉଣ୍ଡର ଇରଫାନ୍ ପଠାନ୍ ଏକ ଗୁରୁତ୍ୱପୂର୍ଣ୍ଣ ଚେତାବନୀ...

ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଗିଲ୍‌ ଆଉଟ୍‌: କାରଣ କହିଦେଲେ ଚୟନକର୍ତ୍ତା

ନୂଆଦିଲ୍ଲୀ,୨୦।୧୨: ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମନ ଗିଲ କିଛି ଦିନ ହେବ ଖରାପ ଫର୍ମରେ ଅଛନ୍ତି। ଆଘାତ ଯୋଗୁ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri