ଜିଏସ୍‌ଟି ରିଫଣ୍ଡ ଲାଗି ସିବିଆଇସିର ପଦକ୍ଷେପ

ମୁମ୍ବାଇ: କ୍ଲିୟର ହୋଇ ପାରି ନ ଥିବା ଜିଏସ୍‌ଟି ରିଫଣ୍ଡକୁ ତ୍ୱରିତ ଭାବେ ପ୍ରଦାନ କରିବା ଲାଗି କେନ୍ଦ୍ରୀୟ ପରୋକ୍ଷ ଟିକସ ଏବଂ ସୀମା ଶୁଳ୍କ ବୋର୍ଡ (ସିବିଆଇସି) ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ହାତକୁ ନିଆଯାଇଛି। ମାସ ଶେଷ ସୁଦ୍ଧା ଟିକସଦାତାଙ୍କୁ ରିଫଣ୍ଡ ପ୍ରଦାନ ନେଇ ଏଭଳି ଯୋଜନା ହାତକୁ ନିଆଯାଇଛି। ୧୫ ଦିନ ଧରି ଏହି ପ୍ରକ୍ରିୟା ଜାରି ରହିବ ବୋଲି ଜଣାପଡିଛି। ସେହିଭଳି ସୀମା ଶୁଳ୍କ ଏବଂ ଡ୍ୟୁଟି ଡ୍ରବ୍ୟାକ ଲାଗି ଏଭଳି ସମାନ ପଦକ୍ଷେପ ମଧ୍ୟ ହାତକୁ ନିଆଯାଇଛି। ସିବିଆଇସି ପକ୍ଷରୁ ଏ ନେଇ ସମସ୍ତ ପ୍ରିନ୍ସିପାଲ କମିଶନରଙ୍କୁ ଅବଗତ କରାଯାଇଥିବା ଜଣାପଡିଛି। ବକେୟା ରହିଥିବା ଜିଏସ୍‌ଟି ରିଫଣ୍ଡ ଲୋକମାନେ ଠିକ୍‌ ସମୟରେ ଯେଭଳି ପାଇବେ ସେ ଉପରେ ଫୋକସ କରିବାକୁ କୁହାଯାଇଛି। ଫଳରେ ବର୍ତ୍ତମାନର ଚ୍ୟାଲେଞ୍ଜିଂ ସମୟରେ ଏମ୍‌ଏସ୍‌ଏମ୍‌ଇ ଆଶ୍ୱସ୍ତି ଲାଭ କରିପାରିବ ବୋଲି କୁହାଯାଇଛି। ଚଳିତ ମାସ ୧୫ରୁ ୩୧ ତାରିଖ ଯାଏ ‘ସ୍ପେଶାଲ ଜିଏସ୍‌ଟି ରିଫଣ୍ଡ ଡିସ୍‌ପୋଜାଲ ଡ୍ରାଇଭ’ ଆରମ୍ଭ କରାଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଲ୍‌ ନ୍ୟୁ ପଲ୍‌ସର ଏନ୍‌ଏସ୍‌୪୦୦ଜେଡ୍‌ର ଅନାବରଣ

ନୂଆଦିଲ୍ଲୀ, ୮।୫ (ଅଭୟ ଦାଶ): ବଜାଜ ଅଟୋ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ପଲ୍‌ସର ଏନ୍‌ଏସ୍‌୪୦୦ଜେଡ୍‌’ର ସର୍ବଭାରତୀୟ ଉନ୍ମୋଚନ...

ଇମାମିର ନୂତନ ଅଭିଯାନ

ନୂଆଦିଲ୍ଲୀ,୮।୫: ଦେଶର ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଇମାମି ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ଇମାମି ଲିମିଟେଡ୍‌ର ନୂତନ ଅଭିଯାନ ‘ଟେଲିଭିଜନ କମର୍ସିଆଲ ବା ଟିଭିସି’ର...

ଡଲାରର ସମର କଲେକ୍ସନ

ନୂଆଦିଲ୍ଲୀ,୮।୫: ଡଲାର ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ନୂତନ ସମର କଲେକ୍ସନ ‘ନ୍ୟୁ ରେଞ୍ଜ ଅଫ୍‌ ସମର ଓ୍ବେର’ର ଅନାବରଣ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି।...

ଜେଏସ୍‌ଏଲ୍‌ର ନୂଆ ମାଇଲଖୁଣ୍ଟ

ନୂଆଦିଲ୍ଲୀ,୮।୫: ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ଅଗ୍ରଣୀ ଷ୍ଟେନ୍‌ଲେସ୍‌ ଇସ୍ପାତ ଉତ୍ପାଦନକାରୀ ‘ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ ବା ଜେଏସ୍‌ଏଲ୍‌’କୁ ନିକଟରେ ଆଉ ମାନ୍ୟତ୍ୟ ପ୍ରଦାନ...

ଖାଉଟିଙ୍କୁ ଘାରିଛି ଦରବୃଦ୍ଧି ଚିନ୍ତା

ଭୁବନେଶ୍ୱର,୮।୫(ଅନୁରାଧା ମହାରଣା): ଗତ କିଛି ମାସ ଧରି ଦେଶରେ ମୁଦ୍ରାସ୍ଫୀତିରେ ମନ୍ଥରତା ଦେଖାଦେଇଛି। ମାର୍ଚ୍ଚରେ ଖୁଚୁରା ମୁଦ୍ରାସ୍ଫୀତି ହାର ୯ ମାସ ମଧ୍ୟରେ ସର୍ବନିମ୍ନ ସ୍ତରକୁ...

ଟିପିସିଓଡିଏଲ୍‌ ପକ୍ଷରୁ ଟିଏମ୍‌ୟୁର ଶୁଭାରମ୍ଭ

ଭୁବନେଶ୍ୱର,୭।୫: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ନୂତନ ଜ୍ଞାନକୌଶଳରେ...

ଅଗଷ୍ଟରେ ୪ଜି ସେବା ଆରମ୍ଭ କରିବ ବିଏସ୍‌ଏନ୍‌ଏଲ୍‌

ନୂଆଦିଲ୍ଲୀ,୭।୫ (ଅଭୟ ଦାଶ): ଚଳିତ ବର୍ଷ ଅଗଷ୍ଟରେ ଭାରତ ସଞ୍ଚାର ନିଗମ ଲିମିଟେଡ ବା ବିଏସ୍‌ଏନ୍‌ଏଲ୍‌ ୪ଜି ସେବା ଆନୁଷ୍ଠାନିକ ଭାବେ ସର୍ବଭାରତୀୟ ସ୍ତରରେ ଆରମ୍ଭ କରିବ...

ଏଇଏଲ୍‌ର ଆର୍ଥିକ ଫଳାଫଳ

ଭୁବନେଶ୍ୱର,୭।୫: ଆଦାନି ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ଆଦାନି ଏଣ୍ଟରପ୍ରାଇଜେସ୍‌ ଲିମିଟେଡ୍‌ (ଏଇଏଲ୍‌)ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର କାରବାର ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri