Posted inଖେଳ

ହାଇଜମ୍ପର ତେଜସ୍ବିନ୍‌ ଶଙ୍କରଙ୍କୁ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୧୭।୫(ପି.ଟି.): ଭାରତୀୟ ହାଇଜମ୍ପର ତେଜସ୍ବିନ୍‌ ଶଙ୍କର ଏକ ବିଶ୍ୱସ୍ତରୀୟ ସଫଳତା ଅର୍ଜନ କରିଛନ୍ତି। ସେ ଆମେରିକାର ମାନହଟନଠାରେ ଚାଲିଥିବା ବିଗ୍‌ ୧୨ ଆଉଟ୍‌ଡୋର ଟ୍ରାକ୍‌ ଆଣ୍ଡ ଫିଲ୍ଡ ଚାମ୍ପିୟନଶିପ୍‌ରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି।
କାନ୍‌ସାସ ଷ୍ଟେଟ୍‌ ୟୁନିଭିର୍ସିଟି ତରଫରୁ ପ୍ରତିନିଧିତ୍ୱ କରି ସେ ଶନିବାର ୨.୨୮ ମିଟର ଜମ୍ପମାରି ଏହି ସଫଳତା ପାଇଛନ୍ତି। ଏହି ସେସନରେ ତାଙ୍କର ଏହା ଶ୍ରେଷ୍ଠ ପ୍ରଦର୍ଶନ ସାବ୍ୟସ୍ତ ହୋଇଛି। ତେବେ ମାତ୍ର ଗୋଟିଏ ସେଣ୍ଟିମିଟର ପଛରେ ରହି ସେ ନିଜର ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନର ପଛରେ ରହିଛନ୍ତି। ୨୦୧୮ରେ ସେ ୨.୨୯ ମିଟର ସହିତ ଶ୍ରେଷ୍ଠ ପ୍ରଦର୍ଶନ କରିଥିଲେ। ଏହି ଇଭେଣ୍ଟରେ ୟୁନିଭର୍ସିଟି ଅଫ୍‌ ଓକ୍ଲାହୋମାର ଭର୍ନନ ଟର୍ନର ୨.୨୫ ମିଟର ଓ ଟେକ୍ସାସ ଟେକ୍‌ ୟୁନିଭର୍ସିଟିର ଜେକ୍ୱାନ ହୋଗାନ ୨.୧୧ ମିଟର ଜମ୍ପମାରି ଯଥାକ୍ରମେ ରୌପ୍ୟ ଓ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଏହି ଇଭେଣ୍ଟରେ ତେଜସ୍ବିନ୍‌ କ୍ରମାଗତ ଦ୍ୱିତୀୟ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ୨୦୧୯ରେ ମଧ୍ୟ ସେ ଏହି ସଫଳତା ପାଇଥିଲେ। ତେବେ ୨୦୨୦ରେ ୨୨ ବର୍ଷୀୟ ତେଜସ୍ବିନ୍‌ କୋଭିଡ୍‌-୧୯ କାରଣରୁ ଇଭେଣ୍ଟରେ ଅଂଶଗ୍ରହଣ କରି ନ ଥିଲେ। ୨୦୧୭ରୁ ସେ ଆମେରିକାରେ ଅବସ୍ଥାନ କରିଆସୁଛନ୍ତି ଓ ଏକ ସ୍କଲାରଶିପ୍‌ ମାଧ୍ୟମରେ କାନ୍‌ସାସ ଷ୍ଟେଟ୍‌ ୟୁନିଭର୍ସିଟିରେ ବିଜ୍‌ନେସ ଆଡ୍‌ମିନିଷ୍ଟ୍ରେଶନ ଅଧ୍ୟୟନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

Asia Cup ବିଜୟୀ ଦଳକୁ ସ୍ୱତନ୍ତ୍ର ପୁରସ୍କାର ଘୋଷଣା କଲେ ଶାହବାଜ

କରାଚୀ,୨୨ା୧୨: ଦୁବାଇରେ ୧୯ବର୍ଷରୁ କମ୍‌ Asia Cup ବିଜୟୀ ପାକିସ୍ତାନ ଦଳର ସଦସ୍ୟମାନଙ୍କ ଲାଗି ଦେଶର ପ୍ରଧାନମନ୍ତ୍ରୀ ଶାହବାଜ ଶରିଫ ୧୦ ନିୟୁତ ପାକିସ୍ତାନୀ ଟଙ୍କା...

ଟି-୨୦ ବିଶ୍ୱକପ ପୂର୍ବରୁ ସନ୍ୟାସ ନେଇ ଚମକାଇଲେ ଏହି ଖେଳାଳି, ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆର ଦଳ ଡିସେମ୍ବର ୨୦ ତାରିଖରେ ଘୋଷଣା କରାଯାଇଥିଲା। ୨୦୨୬ ଟି୨୦ ବିଶ୍ୱକପ ଭାରତ ଏବଂ ଶ୍ରୀଲଙ୍କା...

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ମୁଁ ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଥିଲି…ଅବସର କଥା କହି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୧୨: ଭାରତୀୟ କ୍ରିକେଟର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରୁ ଜଣେ ରୋହିତ ଶର୍ମା ତାଙ୍କ କ୍ୟାରିୟର ବିଷୟରେ ଏକ ଖୁଲାସା କରିଛନ୍ତି। ଏହା ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ...

୨ ଦଳ ମିଶି କଲେ ମାତ୍ର ୨୩ ରନ: ଅନ୍ତର୍ଜାତୀୟ ଟି-୨୦ରେ ସବୁଠୁ ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୨୨।୧୨: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ ସାଧାରଣତଃ ଦ୍ରୁତ ରନ, ବଡ଼ ଛକା ଏବଂ ବଡ଼ ସ୍କୋର ପାଇଁ ଜଣାଶୁଣା। ଏହି ଫର୍ମାଟ କେତେକ ସମୟରେ ବ୍ୟାଟସମ୍ୟାନଙ୍କ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri